ଆଜିର ଭାଗ୍ୟ ! ଏସବୁ ରାଶିର ବ୍ୟକ୍ତିଙ୍କର ଆଜି ରହିଛି ଶୁଭ ଯୋଗ

ମେଷ : ଘରେ ସୁଖ-ଶାନ୍ତି ଲାଗି ରହିବ। ସନ୍ତାନଙ୍କ ଠାରୁ ଖୁସି ଖବର ପାଇବେ। ଛାତ୍ରଛାତ୍ରୀଙ୍କ ସମୟ ଭଲରେ କଟିବ। ଅଟକିଥିବା କାମ ପୂରଣ ହେବ। ସମ୍ପତ୍ତି ସହ ଜଡ଼ିତ ମାମଲାରେ ବିଜୟୀ ହେବେ। ପ୍ରବଳ ଲାଭ ମିଳିବ। କ୍ୟାରିୟରରେ ଉନ୍ନତି ହେବ।

ବୃଷ : ପାରିବାରିକ ଜୀବନ ସୁଖମୟ ହେବ। ବେପାରୀଙ୍କ ଲାଗି ଦିନଟି ଭଲ। ଆର୍ଥିକ କ୍ଷତିରୁ ମୁକୁଳିବେ। ନୂଆ ଯୋଜନା ପ୍ରସ୍ତୁତ କରିବେ। ଅଫିସରେ ନିଜର କାମ ସୁରୁଖୁରୁରେ କରିବେ।

ମିଥୁନ : ବ୍ୟବସାୟରେ ପ୍ରଚୁର ଲାଭ ପାଇବେ। କାର୍ଯ୍ୟକ୍ଷେତ୍ରରେ ଆପଣଙ୍କ ଶତ୍ରୁ ନିଜର ଦୁଷ୍କର୍ମର ଫଳ ପାଇବେ। କ୍ୟାରିୟରରେ ନୂଆ କୀର୍ତ୍ତିମାନ ସ୍ଥାପିତ କରିବେ। ଆପଣଙ୍କ ଆତ୍ମବିଶ୍ବାସର ସ୍ତର ଭଲ ରହିବ।

କର୍କଟ : ଆଜି ବନ୍ଧୁଙ୍କ ସହଯୋଗ ସମସ୍ୟା ସମାଧାନରେ ସାହାଯ୍ୟ କରିବେ। କଳା,ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ପ୍ରଶାସନ, ପରିବହନ, ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ଆଜିର ଆନୁଷ୍ଠାନିକ କାମ, ବାଣିଜ୍ୟ, ବ୍ୟବସାୟ ଓ ରାଜନୈତିକ ଆଲୋଚନା ସକାଶେ ଦିନଟି ମନ୍ଦ ହେବନାହିଁ।

ସିଂହ : ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିବେ। ଶୃଙ୍ଖଳତା, କାର୍ଯ୍ୟଦକ୍ଷତା ପାଇଁ ଶୀର୍ଷ ସ୍ଥାନରେ ପହଞ୍ଚିବେ। ଦେହ ମନ ସୁସ୍ଥ ରହିବ। ଆଶା ବାସ୍ତବତାରେ ପରିଣତ ହେବ। ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ବିଜୟୀ ହେବେ। ଜୀବନର ସଫଳତା ଲାଗି ଦିନଟିଏ। ଅଯଥା ଚିନ୍ତାରୁ ମୁକ୍ତି ପାଇବେ। ବ୍ୟବସାୟରେ ଯୋଜନାବଦ୍ଧ ରୂପେ କାମ କରିବେ।

କନ୍ୟା : ଆପଣଙ୍କ ପ୍ରୟାସ ଲାଭଦାୟକ ପ୍ରମାଣିତ ହେବ। ରାଜ୍ୟ ବାହାରକୁ ଯିବାର ରାସ୍ତା ଉନ୍ମୁକ୍ତ ହେବ। ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ। ଜରୁରୀ କାମରେ ଯିବାକୁ ଥିଲେ ଆତ୍ମବିଶ୍ବାସ ବଜାୟ ରଖନ୍ତୁ। ରାଜନୀତିରେ ସଫଳତା ପାଇବେ।

ତୁଳା : ଜୀବନସାଥୀ ଖୁସିର କାରଣ ହେବେ। ଦିନ ଶେଷ ହେବା ବେଳକୁ ଆର୍ଥିକ ବୃଦ୍ଧି ହେବ। ଆଜି ଆପଣ ନିଜ ଜ୍ଞାନ ଖଟାଇ ଘରୋଇ ବିବାଦକୁ ସମାଧାନ କରିବେ। ବ୍ୟକ୍ତିଗତ ପଥ ପ୍ରଦର୍ଶନ ଆପଣଙ୍କ ସଂପର୍କରେ ଉନ୍ନତି ଆଣିବ। ଧର୍ମ କାର୍ଯ୍ୟରେ ମନ ଲାଗିବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।

ବିଛା : ଧର୍ମସ୍ଥାନକୁ ଯିବା ପାଇଁ ଯୋଜନା କରିପାରନ୍ତି। ଯୋଗ୍ୟତା ଥିବା ବ୍ୟକ୍ତିଙ୍କୁ ଆଶ୍ଚର୍ଯ୍ୟଜନକ ଭାବେ ନିଯୁକ୍ତି ମିଳିବ। ସମସ୍ତ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ଦେହ ଓ ମନ ସୁସ୍ଥ ରହିବ।

ଧନୁ : ଆଜି ଅର୍ଥ, ସମ୍ମାନ ଓ ବିଳାସବ୍ୟସନ ଦିଗ ପାଇଁ ବହୁତ ଭଲ। ବହୁ ଦିନରୁ ଟଙ୍କା ବାକି ରଖିଥିବା ଲୋକଟି ଆପଣଙ୍କୁ ଖୋଜି ଖୋଜି ଶେଷରେ ଘରେ ଆସି ଟଙ୍କା ଦେଇଯାଇପାରେ। ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି।

ମକର : ଦୁଃସାହସିକ ପଦକ୍ଷେପ ନେବେ। ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ବିଜୟୀ ହେବେ। ନିଜକୁ ବେଶୀ ଆଶାବାଦୀ ହେବା ପାଇଁ ପ୍ରେରଣା ଦିଅନ୍ତୁ। ତାହା କଲେ ନା କେବଳ ଆପଣଙ୍କ ଆତ୍ମବିଶ୍ୱାସ ଓ ବ୍ୟବହାରରେ ବୃଦ୍ଧି ହେବ, ତା ଛଡ଼ା ଆପଣଙ୍କ ଡର, ଈର୍ଷା ଓ ଘୃଣା ପରି ନକରାତ୍ମକ ମନଭାବନା ବି କମିଯିବ। ନିଜ ଶକ୍ତିକୁ ଠିକ ରୂପେ ବ୍ୟବହାର କରିବେ।

କୁମ୍ଭ : ଲାଭ ବାନ୍‌ ହେବେ। ସ୍ଥିତି ସୁଧୁରିବ। ଧନ ସମ୍ବନ୍ଧୀୟ ସମସ୍ୟା ଦୂର ହେବ। କ୍ୟାରିୟରରେ ଆସୁଥିବା ବାଧା ଦୂର ହେବ। ବିବାହ ସ୍ଥିର ହେବ। ଅଟକି ଥିବା କାମ ଆପେ ଆପେ ହୋଇଯିବ। ପଇସା ଫସିଥିଲେ ଏବେ ହିଁ ମିଳିବ।

ମୀନ : ଆଜି ବନ୍ଧୁଙ୍କ ସହଯୋଗ ସମସ୍ୟା ସମାଧାନରେ ସାହାଯ୍ୟ କରିବେ। କଳା,ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ପ୍ରଶାସନ, ପରିବହନ, ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ଆଜିର ଆନୁଷ୍ଠାନିକ କାମ, ବାଣିଜ୍ୟ, ବ୍ୟବସାୟ ଓ ରାଜନୈତିକ ଆଲୋଚନା ସକାଶେ ଦିନଟି ଅତି ଭଲ।