ଜାଣନ୍ତୁ କ’ଣ କହୁଛି ଆପଣଙ୍କ ରାଶି, କେମିତି କଟିବ ଆଜିର ଦିନ

ମେଷ :
ଗଣମାଧ୍ୟମ କ୍ଷେତ୍ରରେ ଥିବା ଲୋକଙ୍କୁ ଲାଭ ମିଳିବ। ଭୂସଂପତ୍ତି କିଣିବା ଯୋଗ ରହିଛି। ଘରକୁ କୌଣସି ବନ୍ଧୁ ଆସିପାରନ୍ତି। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ। ଲୋକମାନଙ୍କ ଧ୍ୟାନ ଆକର୍ଷିତ କରିବାରେ ସଫଳ ହେବେ।
ବୃଷ :
ଯେଉଁମାନଙ୍କର ଲଘୁ ଉଦ୍ୟୋଗ ଅଛି ଆଜି ସେମାନଙ୍କୁ କୌଣସି ନିକଟତମ ବନ୍ଧୁ ପରିଜନଙ୍କ ଠାରୁ ଆର୍ଥିକ ସହାୟତା ମିଳିବ। ଆଜି ଆପଣଙ୍କ ଉର୍ଜା ଓ ଭଲ ବ୍ୟବହାର ଯୋଗୁଁ ଆଖ-ପାଖ ଲୋକ ଖୁସି ହେବେ। ଆପଣଙ୍କ ଶକ୍ତିର ସ୍ତର ବଢ଼ିବ।
ମିଥୁନ:
ଆଜିର ଦିନ ଅତ୍ୟନ୍ତ ଶୁଭ। ରାଜଯୋଗ ରହିଛି। ସାହସିକ ପଦକ୍ଷେପ ନେବେ। ଆର୍ଥିକ ମେରୁଦଣ୍ଡ ସୁଦୃଢ ରହିବ। ସାମାଜିକ ନ୍ୟାୟ ପ୍ରତିଷ୍ଠା କରିବେ। ମାନସିକ ଓ ଶାରୀରିକ ଦୃଷ୍ଟିରୁ ସୁସ୍ଥ ରହିବେ। ଜରୁରୀ କାମରେ ଭାଇ ଭଉଣୀଙ୍କ ସହଯୋଗ ମିଳିବ। ବୈବାହିକ ଜୀବନ ଆନନ୍ଦମୟ ହେବ।
କର୍କଟ :
ପୂଜାପାଠରେ ଅଧିକ ସମୟ ଦେବେ। ସ୍ତ୍ରୀ ଓ ମାଆଙ୍କ ପୂରା ସହଯୋଗ ପାଇବେ। ବ୍ୟବସାୟୀ ମାନଙ୍କ ପାଇଁ ଦିନଟି ଉତ୍ତମ ରହିବ। ବ୍ୟବସାୟ ପାଇଁ ହଠାତ କରାଯାଇଥିବା କୌଣସି ଯାତ୍ରା ସକରାତ୍ମକ ପରିଣାମ ଦେବ। କ୍ୟାରିୟରରେ ଉନ୍ନତିର ସମ୍ଭାବନା ରହିଛି।
ସିଂହ :
ଆଗକୁ ବଢ଼ି ଚାଲନ୍ତୁ, ପରିସ୍ଥିତି ଆପଣଙ୍କ ପକ୍ଷରେ ରହିବ। ଆପଣଙ୍କ ଆକର୍ଷିତ ବ୍ୟବହାର ଅନ୍ୟମାନଙ୍କ ଧ୍ୟାନ ଆପଣଙ୍କ ଆଡକୁ ଟାଣିବ। ରାଜନୀତିରେ ସଫଳତା ପାଇବେ। ପ୍ରେମ ସମ୍ବନ୍ଧରେ ପ୍ରଗାଢ଼ତା ଆସିବ।
କନ୍ୟା :
ଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନାଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି।
ତୁଳା :
ଇଷ୍ଟଦେବଙ୍କ ପୂଜାର୍ଚ୍ଚନା କରନ୍ତୁ, ଶୁଭଫଳ ବୃଦ୍ଧି ହେବ। ଆପଣଙ୍କୁ ଭଲ ସୁଯୋଗ ମିଳିପାରେ। ଘରୋଇ ଜୀବନରେ ସୁଖ ସୁବିଧା ବୃଦ୍ଧି ହେବ। ଆଜିକୁ ଆପଣ ନିଜ ଜୀବନ-ସାଥୀ ସହିତ ପୁଣି ଥରେ ପ୍ରେମରେ ପଡ଼ିବେ।
ବିଛା :
ଆଜି ମାନସିକ ସ୍ଥିତି ପ୍ରାୟତଃ ଭଲ ରହିବ। ପିଲାମାନଙ୍କ ବୈବାହିକ ସମ୍ବନ୍ଧ ନେଇ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ। ସଙ୍ଗଠନ, ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ବନ୍ଧୁଙ୍କ ଦ୍ୱାରା ପ୍ରେରିତ ହୋଇ ଦୂରଯାତ୍ରା କରିବାକୁ ପଡ଼ିପାରେ।
ଧନୁ :
ଆର୍ଥିକ, ବୃତ୍ତିଗତ କ୍ଷେତ୍ରରେ ଆଶାଠାରୁ ସଫଳତା ମିଳିବ। ଦେହ ମନ ସୁସ୍ଥ ରହିବ। ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।
ମକର :
ଶାରୀରିକ ସୁସ୍ଥତା ଅନୁଭବ କରିବେ। ମାନ ସମ୍ମାନ ମିଳିବ। ଆଗକୁ ବଢ଼ିବା ପାଇଁ ଭଲ ଦିନଟିଏ। ଜରୁରୀ କାର୍ଯ୍ୟରେ ବନ୍ଧୁ ସାହାଯ୍ୟ କରିବେ। ଉଧାର ଦେଇଥିବା ଅର୍ଥ ଫେରସ୍ତ ପାଇବେ। ଜରୁରୀ ମକଦ୍ଦମା ଆପଣଙ୍କ ପକ୍ଷରେ ହୋଇପାରେ। ଶିକ୍ଷା କ୍ଷେତ୍ରରେ ଉନ୍ନତି ଲାଗି ନୂଆ ସୁଯୋଗ ମିଳିବ।
କୁମ୍ଭ :
ନିଜର ପ୍ରତିଭାକୁ ବିକଶିତ କରିବା ଲାଗି ବଡ଼ ସୁଯୋଗ ମିଳିବ। ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଦିନଟି ଭଲ। ପରିବାରରେ କୌଣସି ଦାୟିତ୍ବ ଗ୍ରହଣ କରିବେ। ବନ୍ଧୁଙ୍କ ସହ ସମ୍ପର୍କ ମଧୁର ହେବ।
ମୀନ :
ନୂଆ ବିଚାର ପ୍ରୟୋଗ ପାଇଁ ସମୟ ଉତ୍ତମ। ପରିଶ୍ରମର ସକାରାତ୍ମକ ଫଳ ପାଇବେ। ଛାତ୍ରଛାତ୍ରୀ ଯୋଜନା ତିଆରି କରି ଅଧ୍ୟୟନ କରନ୍ତୁ। କଳା, ସାହିତ୍ୟ, ସାମ୍ବାଦିକତା ଓ ଖେଳ କୁଦରେ ପ୍ରଶଂସା ପାଇବେ। ଉନ୍ନତିର ନୂଆ ମାର୍ଗ ଖୋଲିବ।