ସକାଳୁ ସକାଳୁ ପଢ଼ନ୍ତୁ ଆଜିର ରାଶିଫଳ, ଜାଣନ୍ତୁ ଦିନଟି କେମିତି କଟିବ

ମେଷ : ଆଜି ଯେଉଁ କାମରେ ହାତ ଦେବେ ନିଶ୍ଚିତ ସଫଳତା ହାସଲ କରିବେ। ମାନସିକ ଚିନ୍ତା ପାରିବାରିକ ଜୀବନର ସୁଖ, ସୌହାର୍ଦ୍ଦ୍ୟ ନଷ୍ଟ କରିପାରେ। ନୂତନ ନିଯୁକ୍ତି , ସ୍ଥାନାନ୍ତର ପାଇଁ ସାଧାରଣ ବ୍ୟସ୍ତତା ମଧ୍ୟରେ ଆଜିର କାର୍ଯ୍ୟ ସମ୍ପାଦିତ ହେବ।

ବୃଷ : ସୁସ୍ୱାଦୁ ଭୋଜନ କରିବେ। ଭାବିଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ। ବିଦେଶ ଯାତ୍ରା ସଫଳ ହେବ। ଭ୍ରମଣ ହେତୁ ମନ ପ୍ରଫୁଲ୍ଲ ରହିବ। ଏକ ନୂତନ ପରିବେଶ ମଧ୍ୟରେ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ବ୍ୟବସାୟ, ବାଣିଜ୍ୟ, ସାହିତ୍ୟ, କଳା, ସାମ୍ବାଦିକତା, ପ୍ରଶାସନ ଓ ପରିବହନରେ ସମସ୍ୟା ଦୂର ହେବ।

ମିଥୁନ : ଆଜି ନୂଆ ନୂଆ କାମ, ନୂତନ ଚିନ୍ତା ଓ ଆଲୋଚନା ମଧ୍ୟରେ ଦିନଟିକୁ ଅତିବାହିତ କରିବେ। ନିଜ କର୍ମରେ ଅବହେଳା କରିପାରନ୍ତି। ପୂର୍ବରୁ ଆଲୋଚନା କରି ଥିବା ଅନୁଯାୟୀ ବନ୍ଧୁଙ୍କ ଠାରୁ ଆପଣଙ୍କ ପ୍ରାପ୍ୟ ଅବଶ୍ୟ ପାଇବେ। ପାରିବାରିକ ସମସ୍ୟାକୁ ସୁଧାରିବାକୁ ଯାଇ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ।

କର୍କଟ : ଆଜି ଚେଷ୍ଟା କରୁଥିବା କାମରେ ସଫଳତା ମିଳିବ। ସାହସିକ ପଦକ୍ଷେପ ନେଇ ପ୍ରଶଂସିତ ହେବେ। ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ପରିଲକ୍ଷିତ ହେବାରୁ ମନୋବଳ ବୃଦ୍ଧି ପାଇବ। କେତେକ କ୍ଷେତ୍ରରେ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରି କ୍ଷୁବ୍ଧ ହୋଇପାରନ୍ତି।

ସିଂହ : ଆଜି ପାରିବାରିକ ସ୍ଥିତି, ଭ୍ରାତୃ ସମ୍ପର୍କ ପ୍ରାୟତଃ ଭଲ ରହିବ। ରାଜନୈତିକ ସ୍ତରରେ ସମସ୍ୟାର ସରଳ ସମାଧାନ ହୋଇ ପରିସ୍ଥିତି ସ୍ବାଭାବିକ ହେବ। ମୂଲ୍ୟବାନ ଜିନିଷ କ୍ରୟ କରିବା ସକାଶେ ମନ ବଳାଇପାରନ୍ତି। କଳା, ସାହିତ୍ୟ, ସାମ୍ବାଦିକତା ଓ ଖେଳକୁଦରେ ପ୍ରଶଂସା ପାଇବେ।

କନ୍ୟା : ଆଜି ମନ ଖୁସି ରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଅନୁଭବ କରିବେ। ଅଭାବ ଦୂରେଇବାର ପ୍ରୟାସ କଲେ ମଧ୍ୟ ଧାରକରଜ କରି ଆବଶ୍ୟକତା ଚଳାଇନେବେ। କ୍ରୀଡ଼ା, କଳା କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିପାରିବେ। କୌଶଳ ଅବଲମ୍ବନ କରି ଲକ୍ଷ୍ୟ ପୂରଣରେ ସମର୍ଥ ହୋଇପାରନ୍ତି।

ତୁଳା : ଶରୀର ସୁସ୍ଥ ରହିବା ହେତୁ ମନ ପ୍ରସନ୍ନ ରହିବ। ବଡ଼ କ˚ପାନି ସହିତ ବ୍ୟବସାୟର ସୁଯୋଗ ମିଳିବ। ସାହିତ୍ୟିକଙ୍କୁ ଖୁସି ଖବର ମିଳିବ।ମାନସିକ ଓ ଶାରୀରିକ ଦୃଷ୍ଟିରୁ ସୁସ୍ଥ ରହିବେ। ସଙ୍ଗୀତ କଳା କ୍ଷେତ୍ରରେ ସିଦ୍ଧି ପ୍ରାପ୍ତ ହେବ। ବନ୍ଧୁଙ୍କ ସହ ସଂପର୍କ ମଧୁର ହେବ।

ବିଛା: ଆଜି କର୍ମକ୍ଷେତ୍ରର ସ୍ଥଗିତ କାର୍ଯ୍ୟ ସହଜରେ ସମ୍ପନ୍ନ ହେବ। ସାଧାରଣ କଥାରେ ଯୁକ୍ତି ତର୍କ କଲେ କଳହକୁ ନିମନ୍ତ୍ରଣ କରିପାରନ୍ତି। ସରକାରୀ ସ୍ତରରେ ଉପରିସ୍ଥଙ୍କ ଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡିପାରେ। ପରିବାରର ଅବସ୍ଥା ଦେଖି ବ୍ୟବସ୍ଥା କରିବା ଭଲ ହେବ।

ଧନୁ : ଆଜି ଯେଉଁ କାମରେ ହାତଦେବେ ନିଶ୍ଚିତ ସଫଳତା ହାସଲ କରି ପାରିବେ। ପାରିବାରିକ ଜୀବନର ସୁଖ, ସୌହାର୍ଦ୍ଦ୍ୟକୁ ନଷ୍ଟ କରିପାରେ। ନୂତନ ନିଯୁକ୍ତି, ସ୍ଥାନାନ୍ତର ପାଇଁ ସାଧାରଣ ବ୍ୟସ୍ତତା ମଧ୍ୟରେ ଆଜିର କାର୍ଯ୍ୟ ସମ୍ପାଦିତ ହେବ। ବ୍ୟବସାୟ, ଜମିଜମାର ବକେୟା କାର୍ଯ୍ୟକୁ ପୂର୍ଣ୍ଣାଙ୍ଗ କରିପାରିବେ।

ମକର : ଆଜି ମାନସିକ ସ୍ଥିତି ପ୍ରାୟତଃ ଭଲ ରହିବ। ପିଲାମାନଙ୍କ ବୈବାହିକ ସମ୍ବନ୍ଧ ନେଇ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ। ସଙ୍ଗଠନ, ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ବନ୍ଧୁଙ୍କ ଦ୍ୱାରା ପ୍ରେରିତ ହୋଇ ଦୂରଯାତ୍ରା କରିବାକୁ ପଡ଼ିପାରେ।

କୁମ୍ଭ : ବହୁତ ଦିନର ଅସଂପୂର୍ଣ୍ଣ କାର୍ଯ୍ୟ ସଂପୂର୍ଣ୍ଣ ହେବ। କାର୍ଯ୍ୟ ହାସଲ କରିବା କ୍ଷେତ୍ରରେ ସଫଳ ହେବେ। ଆର୍ଥିକ ମେରୁଦଣ୍ଡ ସୁଦୃଢ ହେବ। ଆଜିର ଦିନ ଆପଣଙ୍କ ପାଇଁ ଭଲ ରହିବ। ଦେହ ମନ ସୁସ୍ଥ ରହିବ। ନୂତନ କାମକୁ କାର୍ଯ୍ୟକାରୀ କରିବେ। ନିଜ ଶକ୍ତିକୁ ଠିକ ରୂପେ ବ୍ୟବହାର କରିବେ।

ମୀନ: ଲକ୍ଷ୍ୟସ୍ଥଳରେ ପହଞ୍ଚିବେ। ଆଶା ବାସ୍ତବତାରେ ପରିଣତ ହେବ। ସମସ୍ତଙ୍କୁ ସାହାଯ୍ୟ କରିବେ। ତ୍ୟାଗକୁ ଜଳାଞ୍ଜଳି ଦେବେ। ଶିଳ୍ପ, ବାଣିଜ୍ୟ କାରବାର କ୍ଷେତ୍ରରେ କ୍ଷତି ସହିବେ। ରାଜନୀତିରେ ଓ ସାଙ୍ଗଠନିକ ବିଭିନ୍ନ କାମ ହାତକୁ ନେଇ ନିନ୍ଦିତ ହୋଇପାରନ୍ତି।