ଆଜି କ’ଣ କହୁଛି ଆପଣ ଭାଗ୍ୟ, ଜାଣନ୍ତୁ ରାଶିଫଳରୁ

ମେଷ: ଆଜିର ଦିନଟି ପ୍ରତ୍ୟେକ ଦୃଷ୍ଟିକୋଣରୁ ଭଲ ରହିବ। ଶାରୀରିକ ସୁସ୍ଥତା ଅନୁଭବ କରିବେ। ଗୃହରେ ମାଙ୍ଗଳିକ କାର୍ଯ୍ୟ ସଂପାଦନ କରିବେ। ବିବାହ ପାଇଁ ତାରିଖ ଧାର୍ଯ୍ୟ କରିବେ। ଆପଣଙ୍କ ଉତ୍ସାହିତ ମନୋଭାବ ସହଯୋଗୀଙ୍କୁ ପ୍ରଭାବିତ କରିବ। ସଙ୍ଗୀତ କଳା କ୍ଷେତ୍ରରେ ସିଦ୍ଧି ପ୍ରାପ୍ତ ହେବ।
ବୃଷ: ଗ୍ରହମାନଙ୍କର ସ୍ଥିତି ଅବସ୍ଥିତି ଭଲ ରହିବ। ଅସଂପୂର୍ଣ୍ଣ କାର୍ଯ୍ୟ ସଂପୂର୍ଣ୍ଣ କରିବେ। କମ୍ ପରିଶ୍ରମ କରିବେ । ଆର୍ଥିକ ଉପାର୍ଜନକ୍ଷମ ହେବେ। ସାହସିକ ପଦକ୍ଷେପ ନେବେ। ଆର୍ଥିକ ମେରୁଦଣ୍ଡ ସୁଦୃଢ ରହିବ। ସାମାଜିକ ନ୍ୟାୟ ପ୍ରତିଷ୍ଠା କରିବେ। ମାନସିକ ଓ ଶାରୀରିକ ଦୃଷ୍ଟିରୁ ସୁସ୍ଥ ରହିବେ। ଜରୁରୀ କାମରେ ଭାଇ ଭଉଣୀଙ୍କ ସହଯୋଗ ମିଳିବ। ବୈବାହିକ ଜୀବନ ଆନନ୍ଦମୟ ହେବ।
ମିଥୁନ : ଏକାଧିକ ଉପାୟରେ ଅର୍ଥ ଉପାର୍ଜନ କରିବେ। ମାନ ସମ୍ମାନ ଫେରିପାରିବେ। ବେସରକାରୀ ସ୍ତରରେ ନିଯୁକ୍ତି ମିଳିବ। ଦେହ ମନ ସୁସ୍ଥ ରହିବ। ଦୂରସ୍ଥାନକୁ ଯାତ୍ରା ନୂତନ କର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଭୂସମ୍ପତ୍ତିକୁ କେନ୍ଦ୍ର କରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହର ସୂଚନା ରହିଛି ।
କର୍କଟ: ଆଜିର ଦିନ ଆପଣଙ୍କ ପାଇଁ ଭଲ ରହିବ। କାର୍ଯ୍ୟଦକ୍ଷତା ପାଇଁ ପୁନଃନିଯକ୍ତି ମିଳିବ। ଦେହ ମନ ସୁସ୍ଥ ରହିବ। ଲକ୍ଷ୍ୟସ୍ଥଳରେ ପହଞ୍ଚିବେ। ଏଣୁ ଉଦ୍ୟମରେ ସଫଳତା ମିଳିବ। ନୂତନ କାମକୁ କାର୍ଯ୍ୟକାରୀ କରିବେ। ନିଜ ଶକ୍ତିକୁ ଠିକ ରୂପେ ବ୍ୟବହାର କରିବେ।
ସିଂହ: ଦୁଃସାହାସିକ ପଦକ୍ଷେପ ନେବେ। ଆଶା ବାସ୍ତବତାରେ ପରିଣତ ହେବ। ଶୃଙ୍ଖଳତା ପ୍ରତିପାଦନ କରିବେ। ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁପ୍ତ ବୈଠକ କରିବେ। କୌଣସି ଭଲ ଖବର ମିଳିବାର ସମ୍ଭାବନା ରହିଛି। ଜରୁରୀ ମକଦ୍ଦମା ଆପଣଙ୍କ ପକ୍ଷରେ ହୋଇପାରେ। ଶିକ୍ଷା କ୍ଷେତ୍ରରେ ଉନ୍ନତି ଲାଗି ନୂଆ ସୁଯୋଗ ମିଳିବ।
କନ୍ୟା: ବେକାରୀମାନେ ଚାକିରି ପାଇବେ। ଆର୍ଥିକ, ବୃତ୍ତିଗତ କ୍ଷେତ୍ରରେ ଆଶାଠାରୁ ସଫଳତା ମିଳିବ। ଦେହ ମନ ସୁସ୍ଥ ରହିବ। ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।
ତୁଳା: ତୁଳନାତ୍ମକ ନିଷ୍ପତ୍ତି ନେବେ। ଖେଳକୁଦରେ ମୁଖ୍ୟ ଭାବେ ଅଂଶ ଗ୍ରହଣ କରିବେ। ରୋଗମୁକ୍ତ ହେବେ। ଆଜି ଅର୍ଥ, ସମ୍ମାନ ଓ ବିଳାସବ୍ୟସନ ଦିଗ ପାଇଁ ବହୁତ ଭଲ। ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି।
ବିଛା : ଅତ୍ୟନ୍ତ ଅଶୁଭ। ମାଲିମକଦ୍ଦମାରେ ଫସିବେ। ହାତେ ମାପି ଚାଖଣ୍ଡେ ଚାଲନ୍ତୁ। ପ୍ରତ୍ୟେକ କ୍ଷେତ୍ରରେ ଅସୁବିଧା ହେବେ। ମିଥ୍ୟା ଅପବାଦରେ ଅପମାନିତ ହେବେ। ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି। ରଚନାତ୍ମକ କାମରେ ସୁନାମ ଅର୍ଜନ କରିବେ। ବନ୍ଧୁଙ୍କ ସହିତ ଗପସପରେ ସମୟ ବିତିବ। ଖର୍ଚ୍ଚ କମ୍ କରିବାକୁ ଚେଷ୍ଟା କରନ୍ତୁ।
ଧନୁ: ଆର୍ଥିକ ସ୍ଥିତି ବୃଦ୍ଧି ହେବ। ଋଣମୁକ୍ତ ହେବେ। ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବେ। ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ। କିନ୍ତୁ ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ।
ମକର: କାର୍ଯ୍ୟକୁ ହାସଲ କରିବେ। ସମସ୍ତଙ୍କ ପାଇଁ ଉଦାହରଣ ହେବେ। ଦେହ ମନ ସୁସ୍ଥ ରହିବ। ଉଦ୍ୟମରେ ସଫଳତା ମିଳିବ। ଅସଂପୂର୍ଣ୍ଣ କାମକୁ ସଂପୂର୍ଣ୍ଣ କରିବେ। ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ। ମନ ଖୁସିରେ ରହିବେ।
କୁମ୍ଭ: ଅସଂପୂର୍ଣ୍ଣ କାର୍ଯ୍ୟ ସଂପୂର୍ଣ୍ଣ କରିବେ। ଋଣ ପରିଶୋଧ କରିବେ। ନୂଆ ଯାନ କିଣିବେ। ଶାରୀରିକ ସୁସ୍ଥତା ଅନୁଭବ କରିବେ। ମାନ ସମ୍ମାନ ମିଳିବ। ଆଗକୁ ବଢ଼ିବା ପାଇଁ ଭଲ ଦିନଟିଏ। ଜରୁରୀ କାର୍ଯ୍ୟରେ ବନ୍ଧୁ ସାହାଯ୍ୟ କରିବେ। ଉଧାର ଦେଇଥିବା ଅର୍ଥ ଫେରସ୍ତ ପାଇବେ।
ମୀନ: ଲକ୍ଷ୍ୟସ୍ଥଳରେ ପହଞ୍ଚିବେ। ଆଶା ବାସ୍ତବତାରେ ପରିଣତ ହେବ। ସମସ୍ତଙ୍କୁ ସାହାଯ୍ୟ କରିବେ। ତ୍ୟାଗକୁ ଜଳାଞ୍ଜଳି ଦେବେ। ଶିଳ୍ପ, ବାଣିଜ୍ୟ କାରବାର କ୍ଷେତ୍ରରେ କ୍ଷତି ସହିବେ। ରାଜନୀତିରେ ଓ ସାଙ୍ଗଠନିକ ବିଭିନ୍ନ କାମ ହାତକୁ ନେଇ ନିନ୍ଦିତ ହୋଇପାରନ୍ତି।