ବଡ଼ଭାଇ ବଳଭଦ୍ର ଓ ଭଉଣୀ ସୁଭଦ୍ରା ରଥାରୁଢ଼ ହେବା ପରେ ଭାବ ବିନୋଦିଆ କାଳିଆ ସାଆନ୍ତଙ୍କ ପହଣ୍ଡି ଆରମ୍ଭ

ପୁରି(କେନ୍ୟୁଜ୍): ଆରମ୍ଭ ହେଲା ଭାବ ବିନୋଦିଆ କାଳିଆ ସାଆନ୍ତଙ୍କ ପହଣ୍ଡି । ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କୁ ମା ସୁଭଦ୍ରାଙ୍କ ‘ଦେବଦଳନ’ ରଥରେ ସ୍ଥାପନା କରିବା ପରେ ବଡ଼ଠାକୁର ଶ୍ରୀ ବଳଦେବଙ୍କୁ ପହଣ୍ଡିରେ ଶ୍ରୀମନ୍ଦିରରୁ ରଥାରୁଢ଼ କରାଯାଇଛି ।

balabhadraପରେ ଭଉଣୀ ସୁଭଦ୍ରାଙ୍କୁ ଶୂନ୍ୟ ପହଣ୍ଡିରେ ରଥାରୂଢ଼ କରାଯାଇଛି । ଭାଇ ଭଉଣୀଙ୍କ ପହଣ୍ଡି ବିଜେ ପରେ ଶେଷରେ କାଳିଆ ସାଆନ୍ତଙ୍କ ପହଣ୍ଡି ବିଜେ ଆରମ୍ଭ ହୋଇଛି । ବଳଭଦ୍ରଙ୍କ ପରେ ଶ୍ରୀମନ୍ଦିରରୁ ପହଣ୍ଡିରେ ବାହାରିଥିଲେ ମା ସୁଭଦ୍ରା । ବଡ଼ଭାଇ ବଳଦେବଙ୍କ ପରେ ପରେ ଭଉଣୀ ସୁଭଦ୍ରା ଦେବଦଳନ ରଥରେ ରଥାରୁଢ଼ ପାଇଁ ଗୋଟି ପହଣ୍ଡିରେ ବାହାରିଥିଲେ

subhadra

। ଶେଷରେ ଗହଳି ଲଗାଇ ଶ୍ରୀ ଶ୍ରୀ ଜଗନ୍ନାଥ, ଅପରୂପା ଶୋଭାର ସମ୍ଭାର, ଦୀନଜନ ଶରଣ ରକ୍ଷଣ ମହାପ୍ରଭୁ ପହଣ୍ଡିରେ ଝୁଲିଝୁଲି ରଥଆଡକୁ ଅଗ୍ରସର ହୋଇଛନ୍ତି । ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ ଭକ୍ତମାନଙ୍କ ମଧ୍ୟରେ ସୃଷ୍ଟି ହୋଇଛି ଅପୂର୍ବ ଉତ୍କଣ୍ଠା।