ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

ମେଷ: ଆଶା ଠାରୁ ଅଧିକ ଶୁଭଫଳ ମିଳିବ। ଉଦ୍ୟମରେ ସଫଳତା ମିଳିବ। ଗ୍ରହମାନଙ୍କ ସ୍ଥିତି ଭଲ ରହିବ। ଶାରୀରିକ ସୁସ୍ଥତା ଅନୁଭବ କରିବେ। ନୂଆ କାର୍ଯ୍ୟ କରିବେ। ଆପଣଙ୍କ ଶକ୍ତିର ସ୍ତର ବଢ଼ିବ। ଲୋକମାନଙ୍କ ଧ୍ୟାନ ଆକର୍ଷିତ କରିବାରେ ସଫଳ ହେବେ। ଆର୍ଥିକ, ସାମାଜିକ ଓ ରାଜନୈତିକ ସ୍ଥିତି ମଧ୍ୟମ ପ୍ରକାର ରହିବ।
ବୃଷ: ସାହସିକ ପଦକ୍ଷେପ ନେବେ। ଆଶା ବାସ୍ତବତାରେ ପରିଣତ ହେବ। ଉଦ୍ୟମରେ ସଫଳତା ମିଳିବ। ନିର୍ବାଚନ ପ୍ରତିଦ୍ୱନ୍ଦିବାରେ ବିଜୟୀ ପାଇଁ ସ୍ୱତନ୍ତ୍ର ଭାବେ ପୂଜା କରିବେ। ପୂଜାପାଠରେ ଅଧିକ ସମୟ ଦେବେ। ସ୍ତ୍ରୀ ଓ ମାଆଙ୍କ ପୂରା ସହଯୋଗ ପାଇବେ। କ୍ୟାରିୟରରେ ଉନ୍ନତିର ସମ୍ଭାବନା ରହିଛି।
ମିଥୁନ: ପରୀକ୍ଷାରେ ମନୋନୀତ ହେବେ। ଦେହ ମନ ସୁସ୍ଥ ରହିବ। ସ୍ଥିତି ସୁଦୃଢ ରହିବ। ମନବଳ ଦ୍ୱିଗୁଣିତ ହେବ। ମନର ସନ୍ଦେହ ଦୂର ହେବ। ଇଷ୍ଟଦେବଙ୍କ ପୂଜାର୍ଚ୍ଚନା କରନ୍ତୁ, ଶୁଭଫଳ ବୃଦ୍ଧି ହେବ। ଆପଣଙ୍କୁ ଭଲ ସୁଯୋଗ ମିଳିପାରେ। ଘରୋଇ ଜୀବନରେ ସୁଖ ସୁବିଧା ବୃଦ୍ଧି ହେବ।
କର୍କଟ: ଅତି ଚତୁରତାର ସହିତ କାର୍ଯ୍ୟ ହାସଲ କରିବେ। ଚାକିରିରେ ପଦୋନ୍ନତି ମିଳିବ। ମାଙ୍ଗଳିକ କାର୍ଯ୍ୟ କରିବେ। ମନ ପସନ୍ଦ ଜାଗାରେ ଚାକିରି ମିଳିବ। ଆଗକୁ ବଢ଼ି ଚାଲନ୍ତୁ, ପରିସ୍ଥିତି ଆପଣଙ୍କ ପକ୍ଷରେ ହେବ। ରାଜନୀତିରେ ସଫଳତା ପାଇବେ। ପ୍ରେମ ସମ୍ବନ୍ଧରେ ପ୍ରଗାଢ଼ତା ଆସିବ।
ସିଂହ: ପ୍ରତ୍ୟକ ଉଦ୍ୟମରେ ସଫଳତା ମିଳିବ। ଭୂସମ୍ପତ୍ତି କ୍ରୟ କରିବେ। ମାଲିମକଦମାରେ ବିଜୟୀ ହେବେ। ଶୃଙ୍ଖଳତା, କାର୍ଯ୍ୟଦକ୍ଷତା ପାଇଁ ଶୀର୍ଷ ସ୍ଥାନରେ ପହଞ୍ଚିବେ। ଦେହ ମନ ସୁସ୍ଥ ରହିବ। ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ବିଜୟୀ ହେବେ।ଜୀବନର ସଫଳତା ଲାଗି ଦିନଟିଏ। ଅଯଥା ଚିନ୍ତାରୁ ମୁକ୍ତି ପାଇବେ। ବ୍ୟବସାୟରେ ଯୋଜନାବଦ୍ଧ ରୂପେ କାମ କରିବେ।
କନ୍ୟା: ପୂର୍ବରୁ ନଷ୍ଟ ହେଇଥିବା ମାନ ସମ୍ମାନ ମିଳିବ। ନିଷ୍ଠା ଓ ପ୍ରଚେଷ୍ଟା ଯୋଗୁଁ ମର୍ଯ୍ୟାଦା ଲାଭ କରିବେ। ବହୁ ଦିନର ଆଶା ପୂରଣ ହେବ। ନୂଆ ଯୋଜନା କାର୍ଯ୍ୟକାରୀ କରିବେ। ଦେହ ମନ ସୁସ୍ଥ ରହିବ।
ତୁଳା: ତୁଳନାତ୍ମକ ନିଷ୍ପତ୍ତି ନେବେ। ଆଶାଠାରୁ ଅଧିକ ଫଳ ମିଳିବ। ଆର୍ଥିକ ସାହାଯ୍ୟ ମିଳିବ। ଶକ୍ତିବାନ ଅନୁଭବ କରିବେ। ପରିଶ୍ରମର ତୁରନ୍ତ ଫଳ ମିଳିବ। ପ୍ରତିଷ୍ଠିତ ଲୋକଙ୍କ ସହିତ ସ˚ପର୍କ ହେବ। ପ୍ରେମରେ ସଫଳତା ପାଇବେ।
ବିଛା : ଆଜିର କର୍ମକ୍ଷେତ୍ରରେ ନିକଟ ସମ୍ପର୍କୀୟମାନଙ୍କ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ସହକର୍ମୀଙ୍କ ଯୋଗୁ ହୁଏତ କର୍ମକ୍ଷେତ୍ରର ଗତି ମନ୍ଥର ରହିବ। ସଭାସମିତି, ଗବେଷଣା କ୍ଷେତ୍ର, ଆଇନ ଅଦାଲତରେ ସଫଳତା ହାସଲ କରିବେ।
ଧନୁ : ଆଜି ଅର୍ଥ ସଙ୍କଟ ମଧ୍ୟରେ ଗତି କଲେ ମଧ୍ୟ କର୍ମକ୍ଷେତ୍ରରେ ଉନ୍ନତି କାରଣରୁ ଖୁସି ରହିବେ। ଆନୁଷ୍ଠାନିକ କ୍ଷେତ୍ର, ସଭାସମିତି, ରାଜନୀତିରେ ଆଲୋଚନା ଅସମାପ୍ତ ରହିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ,ଏଜେନସିପ୍, କଳା, ସାହିତ୍ୟ ଓ ମନୋରଞ୍ଜନ କାର୍ଯ୍ୟକ୍ରମରେ ପ୍ରଶଂସିତ ହେବେ।
ମକର : ଆଜି ପରିବାରରେ ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ସମ୍ପର୍କ ଭଲ ରହି ନ ପାରେ। ଗୁରୁତ୍ୱପୂର୍ଣ୍ଣ ଥିବା କୌଣସି କାର୍ଯ୍ୟ ସକାଶେ ଆର୍ଥିକ ସ୍ଥିତି ଦୁଶ୍ଚିନ୍ତାର କାରଣ ହେବାର ସୂଚନା ରହିଛ। କଳା, କାରିଗରି, ପ୍ରଶାସନିକ କାର୍ଯ୍ୟ, ଆଇନ, ସଭାସମିତି ରେ ପ୍ରଶଂସିତ ହେବେ।
କୁମ୍ଭ : ଆଜି ଆପଣ ନିଜର କାର୍ଯ୍ୟ ପଦ୍ଧତି ପରିବର୍ତ୍ତନ କରିବେ। ଯୋଜନା ବଦଳିଯିବା ସାଙ୍ଗକୁ ଗସ୍ତ ମଧ୍ୟ ସ୍ଥଗିତ ରହିଯାଇପାରେ। ଯାନ ବାହନ, ଗୃହସୀମା, ସଭାସମିତି, ଜମିଜମା, ନିକଟ ସମ୍ପର୍କୀୟ କ୍ଷେତ୍ରରୁ ଆଶାନୁରୂପ ଫଳ ପାଇବେ। ଯାହାକୁ ଅଧିକ ବିଶ୍ୱାସ କରୁଛନ୍ତି ସେହି ବ୍ୟକ୍ତି ଦ୍ୱାରା ପ୍ରତାରିତ ହୋଇପାରନ୍ତି।
ମୀନ : କର୍ମକ୍ଷେତ୍ରରେ ଆକସ୍ମିକ କେତେକ ସମସ୍ୟା କାରଣରୁ ପୂର୍ବ ସ୍ଥିରୀକୃତ କାର୍ଯ୍ୟ ସ୍ଥଗିତ ରହିପାରେ। ବନ୍ଧୁଙ୍କ ସାହାଯ୍ୟ, ସହଯୋଗର ଅଭାବ ନ ଥିଲେ ମଧ୍ୟ ପାରିବାରିକ ମନାନ୍ତର କାମକୁ ବିଗାଡ଼ି ଦେଇପାରେ। ଶତଭିଷା ନକ୍ଷତ୍ରର ଲୋକ ଆରୋଗ୍ୟଲାଭ କରିବା ସହ ରାଜନୀତିରେ ନୈତିକ ସମର୍ଥନ ହାସଲ କରିପାରିବେ।