ଦେଶ ବିଦେଶ

ପାକିସ୍ତାନ: ମିଟିଂ ଚାଲିଥିବା ବେଳେ ବୋମା ବିସ୍ଫୋରଣ, ୨୦ରୁ ଅଧିକ ମୃତ; ୫୦ରୁ ଅଧିକ ଆହତ

ପାକିସ୍ତାନରେ ପୁଣି ବଡ଼ ଧରଣର ବୋମା ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ ୨୦ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି। ଏଥି ସହିତ ୫୦ରୁ ଅଧିକ ଏଥିରେ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁସାରେ, ପାକିସ୍ତାନର ଖୈବର ପଖତୁନ୍‌ଖୱାର ବାଜୋର ଅଞ୍ଚଳରେ ଜମିୟତ୍‌ ଉଲେମା-ଇ-ଇସଲାମ-ଫଜଲ (JUI-F)ର ବୈଠକ ଚାଲିଥିବା ବେଳେ ଏହି ବୋମା ବିସ୍ଫୋରଣ ଘଟିଥିଲା। ବୈଠକରେ ଯୋଗଦେବାକୁ ଅନେକ କାର୍ଯ୍ୟକର୍ତ୍ତା ଆସିଥିଲେ।

କୁହାଯାଉଛି ଯେ ଏତେ ସଂଖ୍ୟକ ଲୋକ ଯୋଗ ଦେଇଥିବାରୁ ଆତଙ୍କବାଦୀମାନେ ଏହି ବୈଠକକୁ ଟାର୍ଗେଟ୍‌ କରିଥିଲେ ଏବଂ ଏଠାରେ ବିସ୍ଫୋରଣ କରିଥିଲେ। ବୋମା ବିସ୍ଫୋରଣ ପରେ ଦୁର୍ଘଟଣାସ୍ଥଳରେ ଭୟର ବାତାବରଣ ଖେଳିଯାଇଛି।

ବିସ୍ଫୋରଣ ପରେ ପୋଲିସ ଏବଂ ସୁରକ୍ଷା ବାହିନୀ ଘଟଣାସ୍ଥଳରେ ପହଞ୍ଚି ରିଲିଫ ଓ ଉଦ୍ଧାର କାର୍ଯ୍ୟ ଚଳାଇଛନ୍ତି। ସେପଟେ ବର୍ତ୍ତମାନ ମୃତ୍ୟୁ ସଂଖ୍ୟା ଆହୁରି ବଢ଼ିପାରେ ବୋଲି ପୋଲିସ କହିଛି। ପୋଲିସ ସୂଚନା ଅନୁସାରେ, ଏହି ବିସ୍ଫୋରଣ ସଭାସ୍ଥଳ ଭିତରେ ହୋଇଛି। ତେବେ ପୋଲିସ ଏ ପର୍ଯ୍ୟନ୍ତ ବିସ୍ଫୋରଣର କାରଣ ସ୍ପଷ୍ଟ କରିନାହିଁ।

Roshni

Recent Posts

ଆମେରିକା : ଲାସ୍‌ ଭେଗାସ ଆପାର୍ଟମେଣ୍ଟରେ ଗୁଳିମାଡ଼, ୫ ମୃତ

ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…

4 mins ago

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ…

12 mins ago

ଆଜି ଶ୍ରୀମୁଖ ଫିଟା ନୀତି, ଆସନ୍ତାକାଲିଠୁ ଫୁଲୁରି ତେଲ ଲାଗି ହୋଇ ସୁସ୍ଥ ଅନୁଭବ କରିବେ ମହାପ୍ରଭୁ

ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…

18 mins ago

ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା, ୩ ଅଭିଯୁକ୍ତ ଗିରଫ

ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…

26 mins ago

ହଜାର ହଜାର ପ୍ରଦର୍ଶନକାରୀ କେନିଆ ସଂସଦରେ ଲଗାଇଦେଲେ ନିଆଁ, ଭାରତ ନିଜ ନାଗରିକଙ୍କ ପାଇଁ ଜାରି କଲା ଆଡ୍‌ଭାଇଜରୀ

ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…

29 mins ago

କଟକରେ ଯାନବାହନ ସୁରକ୍ଷିତ ଚଳାଚଳ ଓ ପାର୍କିଂ ପାଇଁ କିଛି ରାସ୍ତାକୁ NO PARKING ZONE ଘୋଷଣା

କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…

36 mins ago