ତାମିଲନାଡ଼ୁ: ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ୧୧ ଜଣ ଜଳିଗଲେ; ୧୫ରୁ ଅଧିକ ଆହତ
ତାମିଲନାଡ଼ୁରେ ବିରୁଧନଗର ଜିଲ୍ଲାର ଶିବକାଶୀ ନିକଟ ଏକ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ ଘଟି ୧୧ ଜଣଙ୍କ ମୃତ୍ୟୁ ହୋଇଛି। କୁହାଯାଉଛି, ଦୁଇଟି ଅଲଗା ଅଲଗା ବିସ୍ଫୋରଣ ହେବା ଦ୍ୱାରା ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି। ଏହି ଦୁର୍ଘଟଣାରେ ୧୫ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଦୁର୍ଘଟଣାକୁ ନେଇ ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଏମ୍.କେ. ଷ୍ଟାଲିନ୍ ଶୋକସନ୍ତପ୍ତ ପରିବାର ପ୍ରତି ଗଭୀର ସମବେଦନା ବ୍ୟକ୍ତ କରିଛନ୍ତି।

ମୁଖ୍ୟମନ୍ତ୍ରୀ ମୃତକଙ୍କ ପରିବାରକୁ ୩-୩ ଲକ୍ଷ ଟଙ୍କା ଏବଂ ଗୁରୁତର ଆହତଙ୍କ ଚିକିତ୍ସା ପାଇଁ ୧-୧ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଦେବାକୁ ଘୋଷଣା କରିଛନ୍ତି।
ମିଳିଥିବା ସୂଚନା ମୁତାବକ, ମଙ୍ଗଳବାର ଏମ୍.ବୁଧୁପଟ୍ଟି ରେଙ୍ଗପାଲୟମ୍ ଅଞ୍ଚଳରେ ଥିବା କନିଷ୍କର ବାଣ କାରଖାନାରେ ପ୍ରଥମେ ବିସ୍ଫୋରଣ ଘଟିଥିଲା। ଏହି ସମୟରେ ସେଠାରେ ୧୫ରୁ ଅଧିକ କର୍ମଚାରୀ କାର୍ଯ୍ୟରତ ଥିଲେ। ବିସ୍ଫୋରଣ ଏତେ ଭୟାବହ ଥିଲା ଯେ ଏଥିରେ ଅନେକ ଲୋକଙ୍କ ଜୀବନ ଚାଲିଯାଇଥିଲା।
ଦ୍ୱିତୀୟ ବିସ୍ଫୋରଣ ରେଡ୍ଡିପଟ୍ଟି ଅଞ୍ଚଳରେ ଥିବା ମୁଥୁ ବିଜୟନର ବାଣ କାରଖାନାରେ ହୋଇଥିଲା। ଏଠାରେ ଭୟଙ୍କର ନିଆଁ ସଂସ୍ପର୍ଶରେ ଆସି ଭେମ୍ବୁ ନାମକ କର୍ମଚାରୀଙ୍କ ମୃତ୍ୟୁ ଘଟିଥିଲା। ଏଥିରେ ଆହତମାନଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତ ଆହତଙ୍କୁ ନିକଟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ଅନ୍ୟପଟେ ଅଗ୍ନିଶମ ଏବଂ ଉଦ୍ଧାର ବାହିନୀ ଘଟଣାସ୍ଥଳରେ ପହଞ୍ଚି ରେସ୍କ୍ୟୁ ଅଭିଯାନ ଚଳାଇଛନ୍ତି। ଏହି ମାମଲାରେ ପୋଲିସ ନିଜ ଆଡ଼ୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଦେଇଛି।
#WATCH | Tamil Nadu: An explosion took place at a firecracker manufacturing factory near Sivakasi in Virudhunagar district, fire extinguisher reaches the spot: Fire and Rescue department pic.twitter.com/CqE1kCAJ3S
— ANI (@ANI) October 17, 2023