୨୬/୧୧ ମୁମ୍ବାଇ ଆକ୍ରମଣ: ଭାରତ ଇତିହାସର ଏହି କଳାଦିନକୁ ବିତିଯାଇଛି ୧୨ ବର୍ଷ, ଆଜି ବି ଭୁଲି ହୋଇନି ସେହି ଛାତିଥରା ଘଟଣା

ମୁମ୍ବାଇ: ୨୦୦୮ ନଭେମ୍ବର ୨୬ରେ ମୁମ୍ବାଇ ଉପରେ ହୋଇଥିଲା ଆତଙ୍କବାଦୀ ଆକ୍ରମଣ। ଇତି ମଧ୍ୟରେ ଘଟଣାକୁ ପୂରିଯାଇଛି ୧୨ ବର୍ଷ। ଆଜି ସାରା ଦେଶ ୨୬/୧୧ ଆକ୍ରମଣର ୧୨ତମ ବାର୍ଷିକୀରେ ଶହୀଦ ବୀରଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ୧୨ ବର୍ଷ ତଳେ ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇର ଏହି ଆତଙ୍କବାଦୀ ଆକ୍ରମଣ ଘଟଣା ଭାରତ ସମେତ ପୂରା ବିଶ୍ୱକୁ ସ୍ତବ୍ଧ କରିଦେଇଥିଲା। ଭାରତ ଇତିହାସର ଏହି କଳାଦିନକୁ ୧୨ ବର୍ଷ ବିତିଯାଇଥିଲେ ମଧ୍ୟ ଆଜି ବି ଏହି ଛାତିଥରା ଘଟଣାକୁ ଭୁଲି ପାରିନି ଦେଶ।

୨୦୦୮ ମସିହା ଆଜିର ଦିନରେ ୧୦ଜଣ ଲସ୍କର-ଏ-ତୈଏବାର ଆତଙ୍କବାଦୀ ସମୁଦ୍ର ପଥରେ ମୁମ୍ବାଇରେ ପ୍ରବେଶ କରିଥିଲେ। ରାତି ପ୍ରାୟ ୮ଟାରେ କୋଲବା ନିକଟ ମାଛ ବଜାରରେ ପହଞ୍ଚିଥିଲେ। ସେଠାରୁ ୪ଟି ଗ୍ରୁପରେ ଭାଗ ହୋଇ ଟ୍ୟାକ୍ସି ସାହାଯ୍ୟରେ ଲକ୍ଷ୍ୟ ସ୍ଥଳରେ ପହଞ୍ଚଥିଲେ।

tajମୁମ୍ବାଇର ୬ଟି ସ୍ଥାନରେ ଆଖିବୁଜା ଗୁଳିଚାଳନା କରିଥିଲେ। ତାଜ୍‌ ହୋଟେଲ ଠାରୁ ଆରମ୍ଭ କରି ଲିୟୋପ୍ଲୋଡ କାଫେ, ନରିମନ ହାଉସ୍‌ , ଛତ୍ରପତି ଶିବାଜୀ ଟର୍ମିନାଲ ଆଦି ସ୍ଥାନରେ ହୋଇଥିଲା ଆତଙ୍କବାଦୀ ଆକ୍ରମଣ। ତାଜ ହୋଟେଲ ଉପରେ ହୋଇଥିଲା ଅନ୍ଧାଧୂନ ଗୁଳିଚାଳନା। ଏହି ଘଟଣାରେ ୧୬୬ ଜଣ ସାଧାରଣ ନାଗରିକ ଓ ୧୮ ସୁରକ୍ଷାକର୍ମୀଙ୍କ ମୃତ୍ୟୁ ହୋଇଥିଲା। ୩୦୦ରୁ ଅଧିକ ଜଣ ଆହତ ହୋଇଥିଲା।

terrorତେବେ ଆତଙ୍କବାଦୀଙ୍କୁ କଡା ଟକ୍କର ଦେଇଥିଲେ ଭାରତୀୟ ସିପାହୀମାନେ। ପ୍ରାୟ ୬୦ଘଣ୍ଟା ଧରି ଚାଲିଥିଲା ପୋଲିସ ଓ ଆତଙ୍କବାଦୀ ମଧ୍ୟରେ ସଂଘର୍ଷ। ଏନଏସଜି ଓ ଅନ୍ୟ ସୁରକ୍ଷାକର୍ମୀ ୯ଜଣ ଆତଙ୍କବାଦୀଙ୍କୁ ମାରିବାରେ ସଫଳ ହୋଇଥିଲେ। ଅଜମଲ ଆମିର କସାବ ନାମକ ଆତଙ୍କବାଦୀକୁ ଗିରଫ କରାଯାଇଥିଲା। ତାକୁ ୨୦୧୨, ୨୧ ନଭେମ୍ବରରେ ଫାଶୀ ଦିଆଯାଇଥିଲା। ସେହିଦିନ ସହିଦ ହୋଇଥିବା ସୁରକ୍ଷାକର୍ମୀ ଓ ପୋଲିସଙ୍କୁ ଶ୍ରଦ୍ଧାଞ୍ଜଳି ଦେବାକୁ ଆଜି ମୁମ୍ବାଇରେ ଏକ କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.