ଦେଶ ବିଦେଶ

ମେକ୍ସିକୋ ଜେଲରେ ଆତତାୟୀଙ୍କ ଅତର୍କିତ ଗୁଳିମାଡ: ୧୪ ମୃତ, ୨୪ କଏଦୀ ଫେରାର

ମେକ୍ସିକୋ: ମେକ୍ସିକୋ ଜେଲରେ ଆତତାୟୀଙ୍କ ଗୁଳିକାଣ୍ଡ, ୧୪ ମୃତ । ମେକ୍ସିକୋର ଉତ୍ତର ସ୍ୟୁଦାଦ ଜୁୟାରେଜ ସହରର ଜେଲରେ କିଛି ବନ୍ଧୁକଧାରୀ ଅତର୍କିତ ଆକ୍ରମଣ କରିଥିଲେ। ଆକ୍ରମଣରେ ୧୪ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଗୁଳିକାଣ୍ଡର ଫାଇଦା ଉଠାଇ ୨୪ ଜଣ କଏଦୀ ଫେରାର । ମୃତକଙ୍କ ମଧ୍ୟରେ ୧୦ଜଣ ସୁରକ୍ଷାକର୍ମୀ ହୋଇଥିବାବେଳେ ୪ଜଣ କଏଦୀ ।

ଏପଟେ ଗୁଳିକାଣ୍ଡ ପରେ ଆତତାୟୀ ଗାଡିରେ ଫେରାର ହୋଇଯାଇଥିଲେ । ପ୍ରଥମେ ଜେଲ୍‌ ବାହାରେ ଥିବା ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳିମାଡ଼ କରିଥିଲେ ଆତତାୟୀ । ଏଥିରେ ୧୦ଜଣ ସୁରକ୍ଷାକର୍ମୀଙ୍କ ମୃତ୍ୟୁ ହୋଇଛି । ସକାଳ ୭ଟାରେ କଏଦୀଙ୍କୁ ସେମାନଙ୍କ ସମ୍ପର୍କୀୟ ସାକ୍ଷାତ କରିବାକୁ ଆସିଥିଲେ । ଏହି ସମୟରେ ଗୁଳିମାଡ଼ କରିଥିଲେ ଆତତାୟୀ । ଘଟଣାରେ ପୋଲିସ ୪ଜଣଙ୍କୁ ଗିରଫ କରିଛି ।

Sonalisa

Recent Posts

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

37 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

52 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

1 hour ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

1 hour ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

1 hour ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

2 hours ago