ଦେଶ ବିଦେଶ

ପାକିସ୍ତାନରେ ଭୟଙ୍କର ଟ୍ରେନ୍‌ ଦୁର୍ଘଟଣା: ୮ରୁ ଅଧିକ ବଗି ଲାଇନ୍‌ଚ୍ୟୁଚ, ୧୫ ମୃତ; ୫୦ରୁ ଊର୍ଦ୍ଧ୍ୱ ଆହତ

ପାକିସ୍ତାନରେ ବଡ଼ ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୧୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫୦ରୁ ଅଧିକ ଆହତ ହୋଇଥିବା ଖବର ରହିଛି। ମୃତକଙ୍କ ସଂଖ୍ୟା ଆହୁରି ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି। ବର୍ତ୍ତମାନ ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଚାଲିଛି।

ପାକିସ୍ତାନୀ ଗଣମାଧ୍ୟମ ସୂତ୍ରରୁ ଜଣାପଡ଼ିଛି ଯେ ଏହି ଦୁର୍ଘଟଣା ଶାହଜାଦପୁର ଏବଂ ନଓ୍ଵାବଶାହ ମଧ୍ୟବର୍ତ୍ତୀ ସହାରା ରେଳ ଷ୍ଟେସନ ନିକଟରେ ଘଟିଛି। କରାଚିରୁ ରାଓ୍ଵଲପିଣ୍ଡି ଯାଉଥିବା ହଜାରା ଏକ୍ସପ୍ରେସ୍‌ର ୮ଟି ବଗି ଲାଇନ୍‌ଚ୍ୟୁତ ହୋଇଛି।

ପୋଲିସ ଅଧିକାରୀଙ୍କ କହିବା ମୁତାବକ, ଟ୍ରେନ୍‌ରେ ବହୁ ସଂଖ୍ୟାରେ ଯାତ୍ରୀ ଥିଲେ। ଆହତ ଯାତ୍ରୀମାନଙ୍କୁ ନଓ୍ଵାବଶାହର ପିପୁଲ୍ସ ମେଡିକାଲ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କିନ୍ତୁ ଟ୍ରେନ୍‌ ଲାଇନ୍‌ଚ୍ୟୁତ ହେବାର କାରଣ ଏ ପର୍ଯ୍ୟନ୍ତ ଜଣାପଡ଼ି ନାହିଁ।

ସ୍ଥାନୀୟ ପ୍ରଶାସନ ମୁତାବକ, ଦୁର୍ଘଟଣା ପରେ ଆଖାପାଖ ହସ୍ପିଟାଲଗୁଡ଼ିକରେ ଜରୁରୀକାଳୀନ ପରିସ୍ଥିତି ଲାଗୁ କରି ଦିଆଯାଇଛି। ପ୍ରାଥମିକ ଯାଞ୍ଚରୁ ଜଣାପଡ଼ିଛି ଯେ ୭ରୁ ୮ଟି ବଗି ରେଳଧାରଣାରୁ ଲାଇନ୍‌ଚ୍ୟୁତ ହୋଇ ଓଲଟି ପଡ଼ିଛି। ଏହି ସଂଖ୍ୟା ଆହୁରି ମଧ୍ୟ ବଢ଼ିପାରେ। ସେପଟେ ଦୁର୍ଘଟଣା ଯୋଗୁ ଅପ୍‌ ଟ୍ରାକ୍‌ରେ ଯାତାୟାତ ବନ୍ଦ ରହିଛି।

Roshni

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି ବାହାରକୁ ଯାତ୍ରା କରିବେ ଏବଂ ପରିବାର ସହ ଖୁସିର ସମୟ କାଟିବେ

ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…

1 hour ago

ଚାଇଲ୍ଡ ଲାଇନ କର୍ମଚାଚାରୀଙ୍କ ଉପରେ ଆକ୍ରମଣ ଅଭିଯୋଗ

 ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…

2 hours ago

ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ

 ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…

3 hours ago

ତୁଟିଲା ବିବାଦ, ଆଜି ବାରିପଦା ବସଷ୍ଟାଣ୍ଡରୁ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ

ମୟୁରଭଞ୍ଜ : ତୁଟିଲା ବିବାଦ ।  ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…

3 hours ago

ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ

କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…

4 hours ago

ଅଜଣା ରୋଗରେ ଆକ୍ରାନ୍ତ ହୋଇ ବିଛଣାରେ ପଡ଼ି ରହିଛି ୩୫ ବର୍ଷୀୟ ପୁଅ

ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…

5 hours ago