ବିହାରରେ ବଜ୍ରପାତରେ ୧୬ ଜଣଙ୍କ ମୃତ୍ୟୁ, ଗଭୀର ଶୋକବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ ନୀତିଶ କୁମାର

ବିହାରର ବିଭିନ୍ନ ଜିଲ୍ଲାରେ ବଜ୍ରପାତରେ ୧୬ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନୀତିଶ କୁମାର ମୃତକଙ୍କ ପରିବାର ପ୍ରତି ଗଭୀର ସମବେଦନା ଜ୍ଞାପନ କରିଛନ୍ତି। ଏଥିସହ ସେମାନଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ବିହାରର ପୂର୍ବ ଚମ୍ପାରଣରେ ୪, ଭୋଜପୁରରେ ୩, ସାରଣରେ ୩, ପଶ୍ଚିମ ଚମ୍ପାରଣରେ ୨, ଅରରିୟାରେ ୨ ଏବଂ ବାଙ୍କା ଓ ମୁଜଫରପୁରରେ ଜଣେ ଲେଖାଏ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଏ ନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇ ସୂଚନା ଦିଆଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.