ଦେଶ ବିଦେଶ

ସକାଳୁ ସକାଳୁ ଥରିଲା ଉତ୍ତରକାଶୀ, ଭୂକମ୍ପ ଝଟକା ଅନୁଭୂତ

ଉତ୍ତରକାଶୀରେ ଭୂକମ୍ପ ଝଟକା ଅନୁଭୂତ । ଏହାର ତୀବ୍ରତା ୨.୮ ହୋଇଥିବା ଜଣାପଡିଛି । ତେବେ ଭୂକମ୍ପ ଜନିତ କିଛି କ୍ଷୟକ୍ଷତି ବିଷୟରେ ସୂଚନା ମିଳିନାହିଁ । ସୂଚନା ମୁତାବକ, ଗୁରୁବାର ସକାଳ ୮.୩୦ ମିନିଟରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି ।

ଖବର ଅନୁଯାୟୀ, ଭୂକମ୍ପର କେନ୍ଦ୍ର ଉତ୍ତରାଖଣ୍ଡର ଉତ୍ତରକାଶୀରୁ ୩୩ କିମି ଦୂର ଉତ୍ତର ପଶ୍ଚିମରେ ରହିଛି ବୋଲି ଏନସିଏସ କହିଛି ।

ତେବେ ଗତବର୍ଷ ଅକ୍ଟୋବରରେ ଉତ୍ତରକାଶୀରେ ୩.୨ ତୀବ୍ରତାର ଭୂକମ୍ପ ଆସିଥିଲା । ପିଥୋରଗଡ ଠାରୁ ୪୮ କିଲୋମିଟର ଦୂର ଉତ୍ତର-ପୂର୍ବରେ ଏହି ଭୂମିକମ୍ପ ଅନୁଭୂତ ହୋଇଥିଲା । ଏହାପୂର୍ବରୁ ଅକ୍ଟୋବର ୫ ତାରିଖରେ ଉତ୍ତରାଖଣ୍ଡର ଉତ୍ତରକାଶୀରେ ଭୂକମ୍ପ ହୋଇଥିଲା। ଭାରତୀୟ ଭୂକମ୍ପ କେନ୍ଦ୍ରର ସୂଚନା ଅନୁସାରେ ବିଳମ୍ବିତ ରାତିରେ ୩.୨ ତୀବ୍ରତାର ଭୂମିକମ୍ପ ଝଟକା ଅନୁଭୂତ ହୋଇଥିଲା ।

ଏହା ପୂର୍ବରୁ ଦିଲ୍ଲୀ-ଏନସିଆର ସମେତ ଉତ୍ତର ଭାରତର ଅନେକ ଭାଗରେ ଭୂକମ୍ପ ଝଟକା ଅନୁଭୂତ ହୋଇଥିଲା । ତା’ ପୂର୍ବରୁ ନେପାଳରେ ୫୪ ମିନିଟରେ ୪ ଥର ଝଟକା ଅନୁଭୂତ ହୋଇଥିଲା ।

Swagatika

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି ବ୍ୟବସାୟୀଙ୍କ ପାଇଁ କିପରି କଟିବ ଦିନ

ମେଷ : କାର୍ଯ୍ୟ ସମ୍ବନ୍ଧୀୟ କିଛି ସୃଜନାତ୍ମକ ଚିନ୍ତାଧାରା ମନକୁ ଆସିପାରେ, ଯାହାକୁ ଆପଣ ନିଜ କାମରେ ବ୍ୟବହାର କରିପାରିବେ,…

5 hours ago

ଓଡ଼ିଶାର ଗଣମାଧ୍ୟମ ପରିବାର ପକ୍ଷରୁ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମ ଜଗତର ପ୍ରମୁଖ ବ୍ୟକ୍ତିିତ୍ୱ ରାମୋଜୀ ରାଓଙ୍କ ବିୟୋଗରେ ଓଡ଼ିଶାର ମିଡିଆ ପରିବାର ମଧ୍ୟରେ ଗଭୀର…

5 hours ago

ଫେସବୁକ ପ୍ରେମର କରୁଣ ପରିଣତି, ପ୍ରେମିକାର ଗଳା କାଟିବା ପରେ ନିଜ ଗଳା କାଟି ଜୀବନ ହାରିଲେ ପ୍ରେମିକ

ଦେବଗଡ଼ : ଫେସବୁକ ପ୍ରେମର କରୁଣ ପରିଣତି l ସାହି ଦାଣ୍ଡରେ ପ୍ରେମିକାର ତଣ୍ଟି କାଟିବା ପରେ ନିଜେ ନିଜ…

6 hours ago

ଥାନାକୁ ଡାକି ଯୁବକଙ୍କୁ ଥାର୍ଡ଼ ଡିଗ୍ରୀ କରିବା ଘଟଣା : ନିଲମ୍ବିତ ହେଲେ ପୋଲିସ ଏଏସଆଇ

ସୁବର୍ଣ୍ଣପୁର : ମିଛ କେଶରେ ଯୁବକଙ୍କୁ ଥାନାକୁ ଡାକି ଥାର୍ଡ଼ ଡିଗ୍ରୀ କରିବା ଏଏସଆଇଙ୍କୁ ମହଙ୍ଗା ପଡିଲା  l ଘଟଣାକୁ…

6 hours ago

ରୋଗୀ ଆଣୁଥିବା ବେଳେ 108 ଆମ୍ବୁଲାନ୍ସରେ ଅଗ୍ନିକାଣ୍ଡ, ଅଳ୍ପକେ ବର୍ତ୍ତିଲେ ରୋଗୀ ଓ ଡ୍ରାଇଭର

ବାସୁଦେବପୁର :  ଭଦ୍ରକ ଜିଲ୍ଲା ବାସୁଦେବପୁର ଜାମୁଝାଡି ରାସ୍ତାର ବେତଡା ପେଟ୍ରୋଲ ପମ୍ପ ନିକଟରେ ରୋଗୀ ଆଣୁଥିବା ବେଳେ 108 …

7 hours ago

କୋଇଲା ଟ୍ରେନରେ ନିଆଁ, ଆୟତ୍ତ କରିବା ପାଇଁ ଲାଗିଛନ୍ତି ଦମକଳ ବାହିନୀ

ସୋର : କୋଇଲା ବଗିରେ ଲାଗିଛି ନିଆଁ  l କୋଇଲା ବୋଝେଇ ଟ୍ରେନ ଧାମରାରୁ ଖଡ଼ଗପୁର ଯିବା ବେଳେ ସୋର…

8 hours ago