ଦେଶ ବିଦେଶ

ହରିୟାଣା: ଫ୍ୟାକ୍ଟ୍ରିରେ ବଏଲର୍‌ ଫାଟିଲା, ବିସ୍ଫୋରଣରେ ଘର ଭୁଶୁଡ଼ି ୨ ମୃତ; ୧୫ ଆହତ

ହରିୟାଣାର ସୋନିପତରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଏକ ଫ୍ୟାକ୍ଟ୍ରିରେ ବଏଲର୍‌ ଫାଟି ୨ ଜଣଙ୍କ ମୃତ୍ୟୁ ହୋଇଛି । ଏହି ଦୁର୍ଘଟଣାରେ ଜଣେ ବ୍ୟକ୍ତି ନିଖୋଜ ଥିବାବେଳେ ୧୫ ଜଣ ଆହତ ହୋଇଥିବା ସୂଚନା ରହିଛି । ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

ସୂଚନା ଅନୁସାରେ, ସୋନିପତର କୁଣ୍ଡଲି ଥାନା ଅଧୀନ ଦହିଆ କଲୋନୀରେ ଏହି ଘଟଣା ଘଟିଛି । ଗତ ବିଳମ୍ବିତ ରାତିରେ ଏଠାରେ ଥିବା ଏକ ଫ୍ୟାକ୍ଟ୍ରିରେ ବଏଲର୍‌ ଫାଟିଯାଇଥିଲା । ବିସ୍ଫୋରଣ ଏତେ ଭୟାବହ ଥିଲା ଯେ ଫ୍ୟାକ୍ଟ୍ରି ସହ ସଂଲଗ୍ନ ଏକାଧିକ ଘର କ୍ଷତିଗ୍ରସ୍ତ ହୋଇଥିଲା । କୁହାଯାଉଛି ଯେ ବିସ୍ଫୋରଣ ସମୟରେ ଏକ ଘର ଭୁଶୁଡ଼ି ପଡ଼ିବାରୁ କିଛି ଲୋକ ଏହା ତଳେ ଦବି ଯାଇଥିଲେ । ବର୍ତ୍ତମାନ ସୁଦ୍ଧା ୨ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ରହିଛି ।

ରାତିରେ ଫ୍ୟାକ୍ଟ୍ରିରେ ହଠାତ୍‌ ବିସ୍ଫୋରଣ ହେବାରୁ ଆଖପାଖର ଅନେକ ଘର କ୍ଷତିଗ୍ରସ୍ତ ହୋଇଛି । ଆଶଙ୍କା କରାଯାଉଛି ଯେ ଘରର ଭଗ୍ନାବଶେଷ ତଳେ ଲୋକମାନେ ଦବି ରହିଥିବାରୁ ମୃତ୍ୟୁ ସଂଖ୍ୟା ଆହୁରି ବଢ଼ିପାରେ । ବର୍ତ୍ତମାନ ୧୫ ଜଣଙ୍କୁ ଉଦ୍ଧାର କରାଯାଇ ଆହତ ଅବସ୍ଥାରେ ନରେଲାସ୍ଥିତ ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ତେବେ ସ୍ଥାନୀୟ ଲୋକମାନେ ଜିଲ୍ଲା ପ୍ରଶାସନ ସାହାଯ୍ୟ କରୁ ନ ଥିବା ଅଭିଯୋଗ କରିଛନ୍ତି । ସେପଟେ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛନ୍ତି ।

କୁହାଯାଉଛି ଯେ ଯେଉଁ ସମୟରେ ଏହି ଦୁର୍ଘଟଣା ଘଟିଥିଲା, ସେହି ସମୟରେ ଫ୍ୟାକ୍ଟ୍ରିରେ ଶ୍ରମିକମାନେ କାମ କରୁଥିଲେ । ବିସ୍ଫୋରଣରେ ଫ୍ୟାକ୍ଟ୍ରିର ଉପର ଭାଗ ଭୁଶୁଡ଼ି ପଡ଼ିଥିଲା । ଦୁଇ ଜଣଙ୍କ ମୃତଦେହକୁ ଭଗ୍ନାବଶେଷ ତଳୁ ଉଦ୍ଧାର କରାଯାଇଛି । ସେମାନେ ହେଲେ, ବିହାରର ବ୍ରିଜେଶ ଓ ଗୁଲାବ । ଘଟଣାସ୍ଥଳରେ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର ଅଭିଯାନ ଚାଲିଛି ।

Roshni

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

4 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

5 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

6 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

6 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

7 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

7 hours ago