ଦେଶ ବିଦେଶ

ପୁଲୱାମାରେ ଏନକାଉଣ୍ଟର: ଘର ଭିତରେ ଲୁଚିଛନ୍ତି ୨ ଲସ୍କର କମାଣ୍ଡର

ଜମ୍ମୁ କାଶ୍ମୀର : ଜମ୍ମୁ କାଶ୍ମୀର ପୁଲୱାମାରେ ଏନକାଉଣ୍ଟର । ସୁରକ୍ଷାବାହିନୀ-ଆତଙ୍କବାଦୀ ଗୁଳି ବିନିମୟ । ପୁଲୱାମା ନିହାମ ଅଞ୍ଚଳରେ ଏକ ଘର ଭିତରେ ଲୁଚି ରହିଛନ୍ତି ୨ ଲସ୍କର କମାଣ୍ଡର । ସେମାନଙ୍କୁ ବାହାରୁ ଘେରି ରହିଛନ୍ତି ସୁରକ୍ଷାକର୍ମୀ । ଏନକାଉଣ୍ଟର ଜାରି ରହିଛି । ଦୁଇ ଜଣ ଲସ୍କର ଆତଙ୍କବାଦୀ ଲୁଚି ରହିଥିବା ସୂଚନା ପାଇ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ ସୁରକ୍ଷାକର୍ମୀ ।

ସର୍ଚ୍ଚ ଅପରେସନ ବେଳେ ସୁରକ୍ଷାକର୍ମୀଙ୍କ ଉପରକୁ ପ୍ରଥମେ ଗୁଳି ମାଡ଼ କରିଥିଲେ ଆତଙ୍କବାଦୀ । ପାଲଟା କାର୍ଯ୍ୟାନୁଷ୍ଠାନ ବେଳେ ଘର ଭିତରେ ପଶି ଯାଇଥିଲେ ୨ ଲସ୍କର କମାଣ୍ଡର। ଏହି ଘରେ ନିଆଁ ଲାଗିଥିବା ଦେଖିବାକୁ ମିଳିଛି । ଗୁଳିଗୋଳା ବିନିମୟ ଜାରି ରହିଛି । ଲୁଚି ରହିଥିବା ୨ ଆତଙ୍କବାଦୀଙ୍କ ଘର ପୁଲୱାମା ଜିଲ୍ଲାରେ ବୋଲି ଜଣା ପଡ଼ିଛି । ଗତ ମେ ୭ ତାରିଖରେ ଦୁଇ ଜଣ ଆତଙ୍କବାଦୀ ନିହତ ହୋଇଥିଲେ ।

Sonalisa

Recent Posts

ମାସକ ଭିତରେ ମୁକୁଳା ଡ୍ରେନରେ ପଡ଼ିବ ସ୍ଲାବ, ସପ୍ତାହ ଭିତରେ ସରିବ ବାରିକେଡ କାମ: BMC କମିଶନର

ଭୁବନେଶ୍ୱର  : ବାରମ୍ବାର ମୁକୁଳା ଡ୍ରେନରେ ଅଘଟଣ ପରେ ତତ୍ପର ପ୍ରାଶସନ । ମାସକ ଭିତରେ ମୁକୁଳା ଡ୍ରେନ ଉପରେ…

5 mins ago

ପାଇରେଟସ ଅଫ ଦ କ୍ୟାରିବିୟନ ଷ୍ଟାର ତମାୟୋ ପେରୀଙ୍କ ପରଲୋକ, ଶାର୍କ ଆଟାକରେ ଚାଲିଗଲା ଜୀବନ

ହଲିଉଡର ଲୋକପ୍ରିୟ ଅଭିନେତା ତମାୟୋ ପେରୀଙ୍କ ମୃତ୍ୟୁ । ଶାର୍କ ଆକ୍ରମଣ କରିବାକୁ ମାତ୍ର ୪୯ ବର୍ଷ ବୟସରେ ତମାୟୋଙ୍କ…

8 mins ago

ଦିଲ୍ଲୀ: ମଧ୍ୟରାତ୍ରିରେ ଘରେ ଲାଗିଲା ଭୟଙ୍କର ନିଆଁ, ଅଣନିଃଶ୍ୱାସୀ ହୋଇ ଚାଲିଗଲା ପରିବାରର ୪ ଜୀବନ

ରାଜଧାନୀ ଦିଲ୍ଲୀର ପ୍ରେମ୍‌ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…

43 mins ago

ଟି୨୦ ବିଶ୍ୱକପ : ବାଂଲାଦେଶକୁ ହରାଇ ସେମିଫାଇନାଲରେ ଏଣ୍ଟ୍ରି କଲା ଆଫଗାନିସ୍ତାନ, ୮ ରନରେ ମ୍ୟାଚ ହାତେଇଲା ରାଶିଦ ବାହିନୀ

ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…

54 mins ago

ବର୍ଷା ହେଲେ ଅଯୋଧ୍ୟା ରାମ ମନ୍ଦିର ଛାତରୁ ଗଳୁଛି ପାଣି, ଚିନ୍ତା ପ୍ରକଟ କଲେ ମୁଖ୍ୟ ପୁରୋହିତ

ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…

1 hour ago

ରିଲ୍ସ ପାଇଁ ବିପଜ୍ଜନକ ଷ୍ଟଣ୍ଟ, ସମୁଦ୍ରରେ ପାଣିରେ ବୁଡ଼ିଲା ମହିନ୍ଦ୍ରା ଥାର

ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…

1 hour ago