ପୁଲୱାମା ଆକ୍ରମଣକୁ ପୂରିଲା ୨ ବର୍ଷ, ବୀର ଯବାନଙ୍କୁ ଝୁରୁଛି ସାରା ଦେଶ

ନୂଆଦିଲ୍ଲୀ: ପୁଲୱାମା ଆକ୍ରମଣକୁ ଏହା ମଧ୍ୟରେ ୨ ବର୍ଷ ପୂରିଯାଇଛି । ଗତ ୨୦୧୯, ୧୪ ଫେବ୍ରୁଆରୀ ଦିନ ୪୦ ଜଣ ବୀର ପୁତ୍ରଙ୍କୁ ହରାଇଥିଲା ଭାରତ। ହେଲେ ଆକ୍ରମଣରେ ଦେଶ ପାଇଁ ଜୀବନ ଦେଇଥିବା ସହିଦଙ୍କୁ ଆଜି ବି ଝୁରୁଛି ମାଟି, ଆଉ ଦେଶ ପାଇଁ ହସି ହସି ପ୍ରାଣବଳୀ ଦେଇଥିବା ସହିଦଙ୍କୁ ମନେ ପକାଇ ଗୁମୁରି କାନ୍ଦୁଛନ୍ତି ପରିବାର ଆଉ ମାତୃଭୂମି ।

ଗତ ୨୦୧୯, ୧୪ ଫେବ୍ରୁଆରୀ ଦିନ ସାରା ଦେଶ ପ୍ରେମ ଦିବସ ପାଳନ କରୁଥିବା ବେଳେ ହଠାତ୍ ଦ୍ୱିପ୍ରହର ୩.୩୦ ରେ ହୃଦୟବିଦାରକ ଖବର ଶୁଣିବାକୁ ମିଳିଥିଲା । ଜମ୍ମୁ-ଶ୍ରୀନଗର ରାଷ୍ଟ୍ରୀୟ ରାଜମାର୍ଗ ଦେଇ ୨୫୦୦ ଯବାନଙ୍କୁ ନେଇ ୭୮ ଟି ବସ୍ ଯାଉଥିଲା । ଆଉ ସବୁଦିନ ପରି ଯବାନମାନେ ନିଜ ଗନ୍ତବ୍ୟ ସ୍ଥଳକୁ ଆଗେଇ ଚାଲିଥିଲେ। ସିଆରପିଏଫ୍ ଯବାନଙ୍କ ଗାଡି ପୁଲୱାମା ପହଁଚିବା ପୂର୍ବରୁ ରାସ୍ତାର ଆରପଟରୁ ଆସୁଥିବା ଗୋଟିଏ କାର୍ ଗାଡିକୁ ଧକ୍କା ଦେଇଥିଲା । କେହି କିଛି ବୁଝିବା ପୂର୍ବରୁ ଏତେ ଜୋର୍ ରେ ବିସ୍ଫୋରକ ହୋଇଥିଲା ଯେ ଏଥିରେ ସାରା ଦେଶର ଛାତି ଥରି ଉଠିଲା ।

PULWAMA ATTACK-2

ବିସ୍ଫୋରଣ ଏତେ ଜୋରରେ ହୋଇଥିଲା ଯେ, ଏହାର ଆଖପାଖ ୧୦ରୁ ୧୨ କିଲୋମିଟର ଯାଏଁ ସାରା ଅଂଚଳ ଏକ ପ୍ରକାର ଥରି ଯାଇଥିଲା। ରାସ୍ତାରେ ପଡିଥିଲା ଯବାନଙ୍କ ଖଣ୍ଡ ବିଖଣ୍ଡିତ ରକ୍ତାକ୍ତ ଶରୀର। କେହି କିଛି ବୁଝିବା ଆଗରୁ ସବୁକିଛି ଶୂନ୍ଯ ହୋଇଯାଇଥିଲା। ଆତଙ୍କବାଦୀ ଆଦିଲ୍ ଅହମ୍ମଦର ଆତ୍ମଘାତୀ ବିସ୍ଫୋରଣରେ ଘଟଣାସ୍ଥଳରେ ହିଁ ଟଳିପଡିଲେ ସିଆରପିଏଫର ଅନେକ ଯବାନ । କେବଳ ଏତିକି ନୁହେଁ, କୋହଲା ପାଗର ସୁଯୋଗ ନେଇ ପୁଣି କରିଥିଲେ ଅନ୍ଧାଧୁନ୍ ଗୁଳିମାଡ଼ ଆତଙ୍କବାଦୀ ।

ଭାରତୀୟ ସେନା ପୁଲୱାମା ଆକ୍ରମଣର ଠିକ୍ ୧୨ ଦିନ ପରେ ଆତଙ୍କୀଙ୍କ ଉପରେ ଆକ୍ରମଣ କରିଥିଲା । ଫେବୃୟାରୀ ୨୬ ଭାରତୀୟ ବାୟୁସେନା ପାକ୍ ସ୍ଥିତ ବାଲାକୋଟର ଆତଙ୍କୀ ସଂଗଠନ ଜୈସ୍ – ଏ – ମହମ୍ମଦ ଉପରେ ଏୟାର୍ ଷ୍ଟ୍ରାଇକ୍ କରିଥିଲା । କିନ୍ତୁ ଆଜିର ଦିନଟି ସବୁଦିନ ପାଇଁ ଭାରତୀୟଙ୍କ ମନରେ ରହିବ। ଆଉ ସମସ୍ତଙ୍କ ମନରେ ପ୍ରତିଶୋଧର ନିଆଁ ଜଳୁଥିବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.