ଦେଶ ବିଦେଶ

ରାଜକୋଟ: ଗେମିଂ ଜୋନ୍ ରେ ବ୍ୟାପକ ଅଗ୍ନିକାଣ୍ଡ, ୨୦ ମୃତ

ଗୁଜରାଟ ରାଜକୋଟରେ ଏକ ଗେମିଂ ଜୋନ୍ ରେ ବ୍ୟାପକ ଅଗ୍ନିକାଣ୍ଡ। ଯେଉଁଥିରେ ୨୦ ଜଣ ପ୍ରାଣ ହରାଇଥିବା ସୂଚନା ମିଳିଛି। ଏପରିକି ମୃତକଙ୍କ ମଧ୍ୟରେ ୧୨ ଶିଶୁ ଅଛନ୍ତି। ଏଥିରେ ଅନେକ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଗୁଜରାଟ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ, ଆହତମାନଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି।

ରାଜକୋଟରେ ଥିବା ଟିଆରପି ଗେମିଂ ଜୋନ୍ ରେ କୌଣସି କାରଣରୁ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥିଲା। ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ଅଗ୍ନିଶମ ବିଭାଗର ଗାଡି ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା ପାଇଁ ଉଦ୍ୟମ ଆରମ୍ଭ କରିଥିଲା। ଏ ସମ୍ପର୍କରେ ରାଜକୋଟ ପୋଲିସ କମିଶନର ରାଜୁ ଭାର୍ଗଭ ସୂଚନା ଦେଇଛନ୍ତି। ବର୍ତ୍ତମାନ ନିଆଁକୁ ନିୟନ୍ତ୍ରଣ କରାଯାଇଛି।

ନିଆଁ ଲିଭା କାର୍ଯ୍ୟରେ ରୋବର୍ଟର ମଧ୍ୟ ସାହାଯ୍ୟ ନିଆଯାଇଛି। ସେ କହିଛନ୍ତି ଯେ ଆମେ ଯଥାସମ୍ଭବ ଶବ ଉଦ୍ଧାର କରିବାକୁ ଚେଷ୍ଟା କରୁଛୁ। ସେ କହିଛନ୍ତି ଯେ ବର୍ତ୍ତମାନ ପର୍ଯ୍ୟନ୍ତ ପ୍ରାୟ ୨୦ଟି ମୃତଦେହ ଉଦ୍ଧାର କରିଛି। ସେ କହିଛନ୍ତି ଯେ ଏହି ଗେମିଂ ଜୋନ୍ ଯୁବରାଜ ସିଂ ସୋଲାଙ୍କି ନାମକ ଜଣେ ବ୍ୟକ୍ତିଙ୍କର। ଏହି ପ୍ରସଙ୍ଗରେ ଅବହେଳା ପାଇଁ ଏକ ମାମଲା ପଞ୍ଜିକୃତ ହେବ। ଏଥିସହ ମୃତ୍ୟୁ ସମ୍ପର୍କରେ ଉଦ୍ଧାର କାର୍ଯ୍ୟ ପରେ ତଦନ୍ତ ଆରମ୍ଭ ହେବ ବୋଲି ସେ ସୂଚନା ଦେଇଛନ୍ତି।

Niharanjan

Recent Posts

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

12 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

27 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

38 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

49 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

1 hour ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

2 hours ago