ଦେଶ ବିଦେଶ

ପଞ୍ଜାବରେ ବିଷାକ୍ତ ମଦ ପିଇ ୨୧ ଲୋକଙ୍କ ମୃତ୍ୟୁ, ମାଜିଷ୍ଟେଟ୍‌ ଯାଞ୍ଚ୍‌ ଆଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼ : ପଞ୍ଜାବ ଅମୃତସରର ବଟାଲା ଓ ତରଣ ତାରଣ ଜିଲ୍ଲାରେ ବିଷାକ୍ତ ମଦ ପିଇ ୨୧ ଲୋକଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି । ମୁଖ୍ୟମନ୍ତ୍ରୀ ଅମରୀନ୍ଦର ସିଂହ ଏହାର ମାଜିଷ୍ଟେଟ୍‌ ଯାଞ୍ଚ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନାନୁଯାୟୀ, ପଞ୍ଜାବର ଅମୃତସର,ବଟାଲା ଓ ତରଣ ତାରଣ ଆଦି ୩ ଜିଲ୍ଲାରେ ମଦ ମୃତ୍ୟୁ ହୋଇଥିବା ଜଣାଯାଇଛି । ଗତ ୨୯ ତାରିଖରେ ୫ ଟି ମୃତ୍ୟୁ ମାମଲା ଆସିଥିବା ବେଳେ ପରବର୍ତ୍ତୀ ଦିନରେ ୧୬ ଜଣ ମୃତ୍ୟୁ ହୋଇଥିବ ଖବର ମିଳିଛି ବୋଲି ପଞ୍ଜାବ ପୁଲିସ୍‌ ମହାନିର୍ଦ୍ଦେଶକ କହିଛନ୍ତି ।

ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂହ ଏହାର ମାଜିଷ୍ଟେଟ୍‌ ଯାଞ୍ଚ ନିର୍ଦ୍ଦେଶ ଦେଇଛନ୍ତି । ଖୁବ୍‌ ଶୀଘ୍ର ମୃତ୍ୟୁ ପଛରେ କେଉଁମାନେ ଦାୟୀ ତାହା ଜଣାପଡ଼ିବ ବୋଲି ଡିଜି କହିଛନ୍ତି ।

Niharanjan

Recent Posts

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

29 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

31 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

1 hour ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

1 hour ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

2 hours ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

2 hours ago