ଦେଶ ବିଦେଶ

ଚାରିଧାମ ଯାତ୍ରା ୨୦୨୩: ଶ୍ରଦ୍ଧାଳୁଙ୍କ ମୃତ୍ୟୁ ସଂଖ୍ୟା ବଢ଼ୁଛି, କେଦାରନାଥ ଯାତ୍ରା ବେଳେ ୨୪ ମୃତ

ଚାରିଧାମ ଯାତ୍ରାକୁ ନେଇ ଯେଉଁଠି ଗୋଟିଏ ପଟେ ଭକ୍ତଙ୍କ ମଧ୍ୟରେ ବହୁତ ଉତ୍ସାହ ରହିଛି, ସେଠି ଯାତ୍ରା ସମୟରେ ମୃତ୍ୟୁ ସଂଖ୍ୟା ମଧ୍ୟ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଚଳିତ ବର୍ଷ କେଦାରନାଥ ଯାତ୍ରା ସମୟରେ ୨୪ ଜଣ ତୀର୍ଥଯାତ୍ରୀଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଅଛନ୍ତି ୬ ଜଣ ମହିଳା ଏବଂ ୧୮ ଜଣ ପୁରୁଷ।

କେଦାରନାଥ ଧାମ ଯାତ୍ରା ସମୟରେ ଶ୍ରଦ୍ଧାଳୁମାନଙ୍କୁ ଯେପରି କୌଣସି ଅସୁବିଧା ନ ହେବ, ସେଥିପାଇଁ ଜିଲ୍ଲା ପ୍ରଶାସନ ସମସ୍ତ ପ୍ରକାର ଉଦ୍ୟମ କରୁଛି। କେଦାରନାଥ ପାଦଚଲା ରାସ୍ତାରୁ ନେଇ ସଡ଼କ ପଥରେ ୫ କିମି ବ୍ୟବଧାନରେ ସ୍ଥାନେ ସ୍ଥାନେ ଛୋଟ ବଡ ଡାକ୍ତରଖାନା ସହ ଛୋଟ କେନ୍ଦ୍ର ଖୋଲାଯାଇଛି, ଯାହାଫଳରେ ଯାତ୍ରୀମାନଙ୍କର ଠିକ୍‌ ସମୟରେ ଚିକିତ୍ସା କରାଯାଇପାରିବ ଏବଂ ସେମାନେ ଶୀଘ୍ର ସୁସ୍ଥ ହୋଇପାରିବେ।

କିନ୍ତୁ ଏହାସତ୍ତ୍ୱେ ଗତ ୨୩ ଦିନ ମଧ୍ୟରେ ୨୪ ଜଣଙ୍କର ମୃତ୍ୟୁ ହୋଇଛି। ଅଧିକାଂଶ ମୃତ୍ୟୁର କାରଣ ହୃଦଘାତ ବୋଲି କୁହାଯାଉଛି। ଯାତ୍ରୀମାନଙ୍କୁ ଚାରିଧାମ ଯାତ୍ରା କରିବା ପୂର୍ବରୁ ପ୍ରତିଦିନ ୫ରୁ ୧୦ ମିନିଟ୍‌ ପର୍ଯ୍ୟନ୍ତ ବ୍ରିଦିଂ ଏକ୍ସରସାଇଜ୍‌ କରିବାକୁ ପରାମର୍ଶ ଦିଆଯାଇଛି। ଏହା ସହିତ ୨୦ରୁ ୩୦ ମିନିଟ୍ ଚାଲିବାକୁ ବି ପରାମର୍ଶ ଦିଆଯାଇଛି।

Roshni

Recent Posts

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

17 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

19 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

59 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

1 hour ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

1 hour ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

2 hours ago