ଦେଶ ବିଦେଶ

ସଲମାନ ଖାନଙ୍କୁ ଜୀବନରୁ ମାରିଦେବାକୁ ଧମକ, FIR ପଞ୍ଜିକୃତ; ରାଜସ୍ଥାନରୁ ଅଭିଯୁକ୍ତ ଗିରଫ

ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କୁ ପୁଣି ମିଳିଛି ହତ୍ୟା ଧମକ । ଏହି ଘଟଣାରେ ମୁମ୍ବାଇ ସାଉଥ୍‌ ସାଇବର ଥାନାରେ ଏଫ୍ଆଇଆର୍ ପଞ୍ଜିକୃତ ହୋଇଛି । କିଛି ଦିନ ତଳେ ଲରେନ୍ସ ବିସ୍ନୋଇ ଗ୍ୟାଙ୍ଗର ଜଣେ ସଦସ୍ୟ ସୋସିଆଲ ମିଡିଆ ପ୍ଲାଟଫର୍ମ ୟୁଟ୍ୟୁବରେ ଏକ ଭିଡିଓ ଅପଲୋଡ୍ କରିଥିଲେ । ଅଭିଯୋଗ ମୁତାବକ, ଏହି ଭିଡିଓରେ ସଲମାନ ଖାନଙ୍କୁ ଜୀବନରୁ ମାରିଦେବା କଥା କୁହାଯାଇଥିଲା ।

ସଲମାନ ଖାନଙ୍କୁ ହତ୍ୟା ଧମକ ଦେବା ମାମଲାରେ ସାଇବର ପୋଲିସ ଆଇପିସି ଧାରା ୫୦୬(୨), ୫୦୪ ଏବଂ ୩୪ ସହ ଆଇଟି ଆକ୍ଟ ୬୬(ଡି) ଅଧୀନରେ ଏଫ୍‌ଆଇଆର୍‌ ପଞ୍ଜିକୃତ କରିଛି । ଘଟଣାର ତଦନ୍ତ ପାଇଁ କ୍ରାଇମ ବ୍ରାଞ୍ଚର ଏକ ଟିମ୍ ରାଜସ୍ଥାନ ଯାଇଥିଲା । ରାଜସ୍ଥାନରୁ ବନୱାରିଲାଲ ଗୁର୍ଜର (୨୫) ନାମକ ଯୁବକଙ୍କୁ ପୋଲିସ ଗିରଫ କରିଛି । ଗିରଫ ପରେ ତାଙ୍କୁ ଅପରାହ୍ନରେ ମୁମ୍ବାଇ ଅଣାଯିବ ।

କହି ରଖୁଛୁ ଯେ ଚଳିତ ବର୍ଷ ଏପ୍ରିଲ ୧୪ରେ ମଧ୍ୟ ସଲମାନ ଖାନଙ୍କ ଉପରେ ମରଣାନ୍ତକ ଆକ୍ରମଣ କରିବାକୁ ଚେଷ୍ଟା କରାଯାଇଥିଲା । ଅଭିନେତାଙ୍କ ମୁମ୍ବାଇ ଘର ଗାଲାକ୍ସି ଆପାର୍ଟମେଣ୍ଟ ବାହାରେ ଦୁଇ ଜଣ ବାଇକ ଆରୋହୀ ଫାୟାରିଂ କରି ଫେରାର୍‌ ହୋଇଯାଇଥିଲେ । ଏହାର ପରଦିନ ପୋଲିସ ଗୁଜରାଟରୁ ଉଭୟ ସୁଟରଙ୍କୁ ଗିରଫ କରିଥିଲା । ପରେ ଏହି ମାମଲାରେ ଅନ୍ୟ ଜଣେ ଅଭିଯୁକ୍ତ ଅନୁଜ ଥାପନଙ୍କୁ ମଧ୍ୟ ଗିରଫ କରାଯାଇଥିଲା । ହେଲେ କିଛି ଦିନ ପରେ ଜେଲ ଭିତରେ ହିଁ ତାଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଥିଲା । ପୋଲିସ ଏହି ମାମଲାର ତଦନ୍ତ ଜାରି ରଖିଛି ।

ସେପଟେ ଓ୍ଵାର୍କଫ୍ରଣ୍ଟରେ ସଲମାନଙ୍କୁ ଶେଷ ଥର ପାଇଁ ଟାଇଗର ୩ରେ ଦେଖିବାକୁ ମିଳିଥିଲା । ତାଙ୍କ ଚଳଚ୍ଚିତ୍ର ଗତ ବର୍ଷ ଦୀପାବଳି ଅବସରରେ ମୁକ୍ତିଲାଭ କରିଥିଲା । ଏବେ ଅଭିନେତା ତାଙ୍କର ଆଗାମୀ ଚଳଚ୍ଚିତ୍ର ‘ସିକନ୍ଦର’ର ସୁଟିଂରେ ବ୍ୟସ୍ତ ଅଛନ୍ତି । ଏ.ଆର୍‌. ମୁର୍ଗଦାସଙ୍କ ନିର୍ଦ୍ଦେଶନାରେ ନିର୍ମାଣ ହେଉଥିବା ଏହି ଚଳଚ୍ଚିତ୍ରରେ ରଶ୍ମିକା ମନ୍ଦାନା ଓ କରୀନା କପୁର ଖାନ ନଜର ଆସିପାରନ୍ତି ।

Roshni

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

5 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

6 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

6 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

7 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

8 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

8 hours ago