ଦେଶ ବିଦେଶ

ସିଲିଣ୍ଡର ଫାଟିବା ଯୋଗୁଁ ଗଳିପଡିଲା ୨ ମହଲା କୋଠା: ୩ ମୃତ, ଅନେକ ଦବିଥିବା ଆଶଙ୍କା

ଗାଜିଆବାଦର ଲୋନୀରେ ଅମନ ଗାର୍ଡେନ କଲୋନୀରେ ଗ୍ୟାସ ସିଲିଣ୍ଡର ଫାଟିବା ଯୋଗୁଁ ଦୁଇ ମହଲା ଘର ଭାଙ୍ଗିପଡିଛି। ଏହି ଘଟଣାରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଲୋକ ଆହତ ହୋଇଛନ୍ତି। ସିଲିଣ୍ଡର ଫାଟିବା ଯୋଗୁଁ ଦୁଇ ମହଲା ଘର ଖଣ୍ଡ ଖଣ୍ଡ ହୋଇ ଭାଙ୍ଗିପଡିଥିଲା। ଯେଉଁ କାରଣ ଯୋଗୁଁ ଘରେ ଥିବା ମହିଳା ଏବଂ ପିଲାଙ୍କ ଉପରେ ଭଙ୍ଗା ଛାତ ପଡିଯାଇଥିଲା।

ଘଟଣା ବିଷୟରେ ସୂଚନା ପାଇଁ ପୋଲିସ ଏବଂ ଦମକଳ ବିଭାଗ ଟିମ ଘଟଣାସ୍ଥଳରେ ପହଞ୍ଚିଥିଲା। ଭଙ୍ଗା ଘରୁ ୫ ଜଣ ଲୋକଙ୍କୁ ଉଦ୍ଧାର କରିଥିଲା। ଯେଉଁମାନଙ୍କୁ ହସପିଟାଲରେ ଭର୍ତ୍ତି କରାଯାଇଛି। ହସପିଟାଲରେ ୩ ଜଣଙ୍କର ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ହୋଇଥିଲା। ସେହିପରି ଏହି ଘଟଣାରେ ଅନେକ ଦବି ରହିଥିବା ଆଶଙ୍କା କରାଯାଇଛି। ଘଟଣାସ୍ଥଳରେ ଏସଡିଏମ୍‌ ସନ୍ତୋଷ କୁମାର ରାୟ ଏବଂ ରଜନୀଶ କୁମାର, ଫାୟାର ଅଧିକାରୀ ସୁନୀଲ କୁମାର ସିଂ ଏବଂ ପୋଲିସ ଟିମ୍‌ ଉପସ୍ଥିତି ରହିଛି। ଉଦ୍ଧାର କାର୍ଯ୍ୟ ଜାରି ରହିଛି।

ବିସ୍ଫୋରଣର କାରଣ କଣ ତାହା ଜଣାପଡିନି । କିଛି ଲୋକ ଏହାକୁ ସିଲିଣ୍ଡରରେ ବିସ୍ଫୋରଣ ବୋଲି କହୁଛନ୍ତି । ପୋଲିସ ଘଟଣାର ତଦନ୍ତ ଜାରି ରଖିଛି । ଆଶିଆନା ସହରରେ ମୁନିର ନାମକ ଜଣେ ବ୍ୟକ୍ତିଙ୍କ ଘର ଏହି ଅଘଟଣ ଘଟିଛି । କୁହାଯାଉଛି ଯେ ସକାଳ ୯.୩୫ରେ ଗୋଟିଏ ପରେ ଗୋଟିଏ ଦୁଇଟି ବଡ ବିସ୍ଫୋରଣ ହୋଇଥିଲା । ଏହି ବିସ୍ଫୋରଣରେ ଘରର ଏକ ବଡ଼ ଅଂଶ ନଷ୍ଟ ହୋଇଯାଇଛି ।

ତେବେ ଏହି ବିସ୍ଫୋରଣରେ ମୃତ୍ୟୁ ହୋଇଥିବା ତିନି ଜଣଙ୍କ ମଧ୍ୟରେ ଅଛନ୍ତି ୨୪ ବର୍ଷୀୟ ମହିଳା, ୧୫ ବର୍ଷର ଜଣେ ପିଲା ଓ ୧୦ ମାସର ଶିଶୁ ରହିଛନ୍ତି । ଘର ମାଲିକ ମୁନିରଙ୍କ ଅବସ୍ଥା ମଧ୍ୟ ଗୁରୁତର ବୋଲି କୁହାଯାଉଛି । ଆହତମାନଙ୍କୁ ଜିଟିବି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣା ଘଟିବା ପରେ ପୋଲିସ ଏବଂ ପ୍ରଶାସନିକ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରାଯାଇଥିଲା । ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

Also Read : ଉତ୍ତରାଖଣ୍ଡରେ ଭୟଙ୍କର ହିମସ୍ଖଳନ ଯୋଗୁଁ ୨୦ ପର୍ବତାରୋହୀ ମୃତ, ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି ସବୁ ସେନା

Swagatika

Recent Posts

ଥାନା ଭିତରେ ବୋହୂ, ବାହାରେ ନାତି ନାତୁଣିଙ୍କୁ ଧରି ଛିଡା ହୋଇଛନ୍ତି ଶାଶୁ

ଚୌଦ୍ୱାର : ଶାଶୁ କହୁ କହୁ କାନ୍ଦି ପକାଉଛନ୍ତି । ନିଜର ନାତି ନାତୁଣୀଙ୍କୁ ଧରି ଶାଶୁ ପହଁଚିଛନ୍ତି ଥାନାରେ…

5 mins ago

ରାଜ୍ୟରେ ମୌସୁମୀର ପ୍ରଭାବରେ ବର୍ଷା, ୨୬ ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ

ଭୁବନେଶ୍ୱର: ରାଜ୍ଯରେ ସକ୍ରିୟ ରହିଛି ମୌସୁମୀ ବାୟୁ । ପ୍ରଭାବରେ ରାଜ୍ୟବ୍ୟାପୀ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି ।…

15 mins ago

OSRTC ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା, ବିଭିନ୍ନ ତୀର୍ଥକ୍ଷେତ୍ରକୁ ଗଡ଼ିବ ବସ୍‌

ଭୁବନେଶ୍ୱର(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା । ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ…

27 mins ago

ଫିଲ୍ମ ‘କଲ୍‌କୀ 2898 AD’ର ଆଡଭାନ୍ସ ବୁକିଂ, ଫ୍ୟାନ୍ସଙ୍କ ମଧ୍ୟରେ ଦେଖିବାକୁ ମିଳିଲା ଭିନ୍ନ କ୍ରେଜ୍

ଫ୍ୟାନ୍ସ ଉତ୍ସାହର ସହିତ ପ୍ରଭାସଙ୍କ ଫିଲ୍ମ ‘କଲ୍‌କୀ 2898 AD’କୁ ଅପେକ୍ଷା କରିଛନ୍ତି । ଏହି ଫିଲ୍ମଟି ଜୁନ୍ ୨୭ରେ…

34 mins ago

ପୋଲିସ ବାବୁଙ୍କୁ ମହଙ୍ଗା ପଡିଗଲା ପରକୀୟା ପ୍ରେମ, ପ୍ରମୋସନ ହେବା ବଦଳରେ ହେଲା ଡିମୋସନ୍‌

ପୋଲିସ ବାବୁଙ୍କୁ ମହଙ୍ଗା ପଡ଼ିଲା ପରକୀୟା ପ୍ରେମ । ପ୍ରେମ କରି ଫସିଲେ ପୋଲିସ ବାବୁ। ହୋଟେଲ ରୁମ୍‌ରୁ ପ୍ରେମିକା…

35 mins ago

ଜେପି ନଡ୍ଡାଙ୍କୁ ମିଳିଲା ବଡ଼ ଦାୟିତ୍ୱ, ରାଜ୍ୟସଭାରେ ସଦନର ନେତା ନିଯୁକ୍ତ

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଦଳ ବଡ଼ ଦାୟିତ୍ୱ ହସ୍ତାନ୍ତର କରିଛି । ତାଙ୍କୁ…

53 mins ago