ଦେଶ ବିଦେଶ

ବିହାର: ଛଟ୍‌ ପୂଜା ସାରି ଫେରୁଥିବା ବେଳେ ପରିବାରର ୬ ସଦସ୍ୟଙ୍କୁ ଗୁଳିମାଡ଼, ୨ ଜଣଙ୍କର ଉଡ଼ିଗଲା ପ୍ରାଣବାୟୁ

ପ୍ରେମ ସମ୍ପର୍କକୁ ନେଇ ବିହାରର ଲଖିସରାୟ ଜିଲ୍ଲାରେ ଗୁଳିକାଣ୍ଡ। ଏଠାରେ ଛଟ୍‌ ପୂଜା ସାରି ଫେରୁଥିବା ବେଳେ ଏକ ପରିବାର ଉପରକୁ ଗୁଳିମାଡ଼ ହୋଇଛି। ଏଥିରେ ପରିବାରର ୬ ସଦସ୍ୟଙ୍କ ଦେହରେ ଗୁଳି ବାଜିଛି। ସେମାନଙ୍କ ମଧ୍ୟରୁ ୨ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ସୂଚନା ରହିଛି। ମୃତକଦ୍ୱୟ ଦୁଇ ଭାଇ ବୋଲି ଜଣାପଡ଼ିଛି।

କାବାୟା ଥାନା ଅଧୀନ ପଞ୍ଜାବୀ ମୋହାଲାରେ ଏହି ଘଟଣା ଘଟିଛି। ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ଖବର ପାଇ ବହୁ ସଂଖ୍ୟାରେ ପୋଲିସ ଫୋର୍ସ ଘଟଣାସ୍ଥଳରେ ପହଞ୍ଚିଥିଲେ। ଆହତମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ଗୁରୁତରଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି। ଆହତମାନଙ୍କ ମଧ୍ୟରେ ମୃତକ ଦୁଇ ଭାଇଙ୍କ ପତ୍ନୀ, ଭଉଣୀ ଓ ବାପା ଅଛନ୍ତି।

ଲଖିସରାୟ ଏସ୍‌ପିଙ୍କ ମୁତାବକ, ଏକତରଫା ପ୍ରେମ ସମ୍ପର୍କକୁ ନେଇ ଏହି ଗୁଳିକାଣ୍ଡ ଘଟିଛି। ଆଶିଷ ଚୌଧୁରୀ ନାମକ ଯୁବକ ନିଜ ଘର ସାମ୍ନାରେ ରହୁଥିବା ଜଣେ ଯୁବତୀଙ୍କୁ ଭଲ ପାଉଥିଲେ ଏବଂ ତାଙ୍କୁ ବିବାହ କରିବାକୁ ଚାହୁଁଥିଲେ। ଯୁବତୀଙ୍କ ପରିବାର ଏହାକୁ ବିରୋଧ କରୁଥିଲେ। ଏଥିରେ ରାଗିଯାଇ ଯୁବକ ଜଣକ ଯୁବତୀଙ୍କ ପରିବାର ଉପରେ ଗୁଳି ଚଳାଇଥିଲେ।

Roshni

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକଙ୍କ ପାଇଁ ଦିନଟି ଅତ୍ୟନ୍ତ ଖୁସିରେ କଟିବ, ସାଙ୍ଗଙ୍କ ସହ ଭେଟ ହୋଇପରେ

ମେଷ : ଆପଣ ଆଜି କିଛି ଭଲ ଖବର ପାଇପାରନ୍ତି । ସାଙ୍ଗଙ୍କ ସହ ବହୁତ ଖୁସି ରହିବେ ।…

34 mins ago

ପରିବାର ଉପରେ ସଂଘବଦ୍ଧ ଆକ୍ରମଣ ଅଭିଯୋଗ, ୩ ଗୁରୁତର

 ଆଳି : କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ଭୁଇଁପୁର ଛକରେ ଜଣେ ଠିକାଦାରଙ୍କ ଭାଇ ସମେତ ତାଙ୍କର ପରିବାର…

2 hours ago

କାମଚଳା ବାଚସ୍ପତି ହେଲେ ବିଜେଡିର ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ

ଭୁବନେଶ୍ୱର : କାମଚଳା ବାଚସ୍ପତି ହେଲେ ବିଜେଡି ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ରାଜଭବନରେ ଶପଥ ପାଠ…

3 hours ago

ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ସରକାରୀ କାର୍ଯ୍ୟକ୍ରମ, ରାଜ୍ୟ ସଂଗ୍ରହାଳୟରେ ଆୟୋଜିତ ରଜ ମହୋତ୍ସବରେ ସାମିଲ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ହେବା ପରେ ମୋହନ ମାଝୀଙ୍କ ପ୍ରଥମ ସରକାରୀ କାର୍ଯ୍ୟକ୍ରମ । ରାଜ୍ୟ ସଂଗ୍ରହାଳୟରେ ଆୟୋଜିତ ରଜ…

5 hours ago

ପୂର୍ବ ଶତ୍ରୁତାରୁ ଆକ୍ରମଣ ଘଟଣା, ଥାନା ଅଧିକାରୀଙ୍କ ବିରୋଧରେ ଏସ୍‌ପିଙ୍କ ନିକଟରେ ଫେରାଦ ହେଲା ନାବାଳକ ପୁଅ

ନୟାଗଡ଼ (କେନ୍ୟୁଜ୍‌) : ଜମି ବାଡ଼ି ବିବାଦ କୁ ନେଇ ମାଡ଼ପିଟ l ଗୋଟିଏ ପରିବାରର ୪ ଜଣ ଗୁରୁତର…

5 hours ago

ଜବତ ବୋମାକୁ ନିଷ୍କ୍ରିୟ କରିବାକୁ କିଏ ନିର୍ଦ୍ଦେଶ ଦେଇଥିଲେ ?

କଟକ: ଜବତ ବୋମା ନିଷ୍କ୍ରିୟ କଲା ବେଳେ ଫୁଟିଲା ବୋମା । ବୋମା ଫୁଟିବା ଶଦ୍ଦ ଏତେ ଜୋରରେ ଥିଲା…

6 hours ago