ଦେଶ ବିଦେଶ

ହଥରସ୍ ଗଣଦୁଷ୍କର୍ମ ମାମଲା: ତଦନ୍ତ ପାଇଁ ଗଠନ ହେଲା ୩ ଜଣିଆ SIT

କେନ୍ୟୁଜ୍‌: ଉତ୍ତରପ୍ରଦେଶ ହଥରସ୍ ଗଣଦୁଷ୍କର୍ମ ମାମଲାର ତଦନ୍ତ କରିବ ସ୍ୱତନ୍ତ୍ର ତଦନ୍ତକାରୀ ଦଳ- SIT। ୟୁପି ଗୃହ ସଚିବ ଭଗବାନ ସ୍ୱରରୂପଙ୍କ ଅଧ୍ୟକ୍ଷତାରେ ଗଠିତ ୩ ଜଣିଆ ଏହି ଟିମ୍ ୭ଦିନ ଭିତରେ ତାର ରିପୋର୍ଟ ପ୍ରଦାନ କରିବ । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ଵିଟ କରି ସୂଚନା ଦିଆଯାଇଛି। ଗୃହ ସଚିବଙ୍କ ସମେତ ଏହି ଟିମ୍ରେ IG ଚନ୍ଦ୍ରପ୍ରକାଶ ଓ PAC ସେନା ନାୟକ ପୁନମ ଅନ୍ୟ ସଦସ୍ୟ ରହିଛନ୍ତି । ସେପଟେ ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ମାମଲାରେ ଅଭିଯୁକ୍ତଙ୍କ ଉପରେ କଡା କାର୍ଯ୍ୟାନୁଷ୍ଠାନ ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି।

ଏଥିସହ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମାମଲାର ବିଚାର ଫାଷ୍ଟଟ୍ରାକ୍ କୋର୍ଟରେ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଗତ ୧୪ ତାରିଖରେ ଉତ୍ତରପ୍ରଦେଶର ହଥରସ୍ରେ ଗଣଦୁଷ୍କର୍ମର ଶିକାର ଏହି ୧୯ ବର୍ଷୀୟ ଯୁବତୀଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଆଲିଗଡ଼ର ଜେଏନ୍ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ବିଗିଡ଼ିବାରୁ ତାଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ୧୫ ଦିନ ଧରି ମୃତ୍ୟୁ ସହ ସଂଗ୍ରାମ କରିବା ପରେ ଗତକାଲି ଯୁବତୀ ଜଣଙ୍କ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ଗଣଦୁଷ୍କର୍ମରେ ସମ୍ପୃକ୍ତ ସମସ୍ତ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଶବ ବ୍ୟବଚ୍ଛେଦ ପରେ ଆଜି ପୀଡ଼ିତାଙ୍କର ଅନ୍ତିମ ସଂସ୍କାର କରାଯାଇଛି। ସେପଟେ ଅପୀଡ଼ିତଙ୍କ ପରିବାରକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ୧୦ ଲକ୍ଷ ଟଙ୍କା ଅନୁକମ୍ପା ଘୋଷଣା କରାଯାଇଛି। ଉକ୍ତ ଘଟଣାକୁ ବିରୋଧକରି ଗତକାଲି ଦିଲ୍ଲୀର ବିଜୟ ଚୌକରେ ଲୋକେ ବିକ୍ଷୋଭ କରିଥିଲେ । ସେହିପରି ଯୁବତୀଙ୍କ ମୃତ୍ୟୁ ପରେ ସଫଦରଜଙ୍ଗ ହସ୍ପିଟାଲ ସମ୍ମୁଖରେ ମଧ୍ୟ ଭିମ ଆର୍ମୀ ସଂଗଠନର ସଦସ୍ୟମାନେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ ।

KNews Bureau

Recent Posts

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

3 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

13 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

24 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

53 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

1 hour ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

1 hour ago