ଜମ୍ମୁକଶ୍ମୀର ସୋପିୟାନ୍‌ରେ ଏନକାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଆତଙ୍କବାଦୀ ନିହତ

ଜମ୍ମୁକଶ୍ମୀର: ଜମ୍ମୁକଶ୍ମୀର ସୋପିୟାନ୍‌ରେ ଏନକାଉଣ୍ଟର। ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଜଣ ଆତଙ୍କବାଦୀ ନିହତ । କଶ୍ମୀର ଘାଟିରେ ଗତ ୨୪ ଘଣ୍ଟାରେ ଏହା ହେଉଛି ଦ୍ୱିତୀୟ ଗୁଳିବିନିମୟ । ୨୪ ଘଣ୍ଟା ମଧ୍ୟରେ କଶ୍ମୀର ଘାଟିରେ ୬ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ଏବେ ବି ଆଉ କିଛି ଆତଙ୍କବାଦୀ ଲୁଚି ରହିଥିବା ଅନୁମାନ କରାଯାଉଛି ।

ପୋଲିସ, ସେନା ଓ ସିଆରପିଏଫ୍‌ ପକ୍ଷରୁ ମିଳିତ ଭାବେ ସଂପୃକ୍ତ ଅଞ୍ଚଳକୁ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେସନ୍‌ ଜାରି ରହିଛି । ଆତଙ୍କବାଦୀ ଲୁଚି ରହିଥିବା ସୂଚନା ମିଳିବା ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ୍‌ ଆରମ୍ଭ ହୋଇଥିଲା । ଏହି ସମୟରେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳିମାଡ କରିଥିଲେ ।

terrorist killedସୁରକ୍ଷାକର୍ମୀଙ୍କ ପାଲଟା ଗୁଳିରେ ଆତଙ୍କବାଦୀ ନିହତ ହୋଇଛନ୍ତି । ଏହା ପୂର୍ବରୁ ଗତକାଲି କୁଲଗାମରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଜୈଶ-ଏ-ମହମ୍ମଦର ତିନି ଜଣ ଆତଙ୍କବାଦୀ ନିହତ ହୋଇଥିଲେ । ଘାଟୀରେ ଆତଙ୍କବାଦୀଙ୍କୁ ନିପାତ କରିବା ପାଇଁ ଲଗାତର ଅପରେସନ୍‌ କରାଯାଉଛି । ଚଳିତ ବର୍ଷ ବର୍ତ୍ତମାନ ସୁଦ୍ଧା ୧୩୬ ଜଣ ଆତଙ୍କବାଦୀ ନିହତ ହୋଇ ସାରିଲେଣି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.