ଜମ୍ମୁ ଶ୍ରୀନଗର ଜାତୀୟ ରାଜପଥ ନଗରୋଟାରେ ସେନା ଓ ଆତଙ୍କବାଦୀ ମୁହାଁମୁହିଁ, ତିନି ଆତଙ୍କବାଦୀ ନିପାତ

ଜମ୍ମୁ କଶ୍ମୀର: ଜମ୍ମୁ କଶ୍ମୀରରେ ଆତଙ୍କବାଦୀଙ୍କ ବଡ଼ ଧରଣର ସମ୍ଭାବ୍ୟ ଆତ୍ମଘାତୀ ଆକ୍ରମଣ ଉଦ୍ୟମ ପଣ୍ଡ । ଜମ୍ମୁ ଶ୍ରୀନଗର ଜାତୀୟ ରାଜପଥର ନଗରୋଟାରେ ସେନା ଓ ଆତଙ୍କବାଦୀ ମୁହାଁମୁହିଁ । ସିଆରପିଏଫ ପୋଷ୍ଟ ନିକଟରେ ଆତଙ୍କବାଦୀଙ୍କ ପକ୍ଷରୁ ପ୍ରଥମେ ଗୁଳିମାଡ଼ରେ ହୋଇଛି । ଯବାନଙ୍କ ପାଲଟା କାର୍ଯ୍ୟାନୁଷ୍ଠାନରେ ତିନି ଆତଙ୍କବାଦୀ ନିପାତ ହୋଇଛନ୍ତି। ଏଥିରେ ସିଆରପିଏଫର ଜଣେ ଯବାନ ମଧ୍ୟ ଆହତ ହୋଇଛନ୍ତି । ଜମ୍ମୁ ଶ୍ରୀନଗର ରାଜପଥରେ ଏକ ଟ୍ରକରେ ଆତଙ୍କବାଦୀମାନେ ଘାଟିରେ ପ୍ରବେଶ କରିବାକୁ ଉଦ୍ୟମ କରିଥିଲେ। ଯବାନଙ୍କ ପୋଷାକରେ ଟ୍ରକରେ ଲୁଚି ଯାଇଥିବା ବେଳେ ସିଆରପିଏଫ ପୋଷ୍ଟ ନିକଟରେ ଚେକିଂ ବେଳେ ଧରାପଡ଼ିଥିଲେ । ଆତଙ୍କବାଦୀମାନେ ପ୍ରଥମେ ଯବାନଙ୍କ ଉପରକୁ ଗୁଳି ଚଳାଇଥିଲେ। ବର୍ତ୍ତମାନ ସୁଦ୍ଧା ସେଠାରେ ଉଭୟ ପକ୍ଷରୁ ଗୁଳିମାଡ଼ ଜାରି ରହିଛି।

କଶ୍ମୀରରେ ପ୍ରବେଶ କରି ଆତ୍ମଘାତୀ ବିସ୍ଫୋରଣ ଘଟାଇବା ଯୋଜନାରେ ଆତଙ୍କମାନେ ରହିଥିଲେ ବୋଲି ସେନା ପକ୍ଷରୁ କୁହାଯାଇଛି । ଟ୍ରକ ମଧ୍ୟରୁ ବିପୁଳ ପରିମାଣର ଗୁଳିଗୋଳା ଓ ହତିଆର ଜବତ କରାଯାଇଛି । ରାଜପଥର ପାର୍ଶ୍ୱବର୍ତ୍ତୀ ଅଞ୍ଚଳଗୁଡ଼ିକୁ ଘେରାବନ୍ଦୀ କରି ତଲାସୀ ଅଭିଯାନ ଜାରି ରଖିଛି ସେନା। ଜମ୍ମୁ-ଶ୍ରୀନଗର ଜାତୀୟ ରାଜପଥରେ ଯାନବାହନ ଚଳାଚଳକୁ ସାମୟିକ ବନ୍ଦ କରାଯାଇଛି । ଟୋଲ ପ୍ଲାଜାରେ ଟ୍ରକକୁ ରୋକାଯିବା ପରେ ଆତଙ୍କବାଦୀମାନେ ପ୍ରଥମେ ଗୁଳିମାଡ଼ କରି ୨ଟି ବିସ୍ଫୋରଣ ଘଟାଇଥିଲେ । ଏହାର ସୁଯୋଗ ନେଇ ସେମାନେ ସେଠାରୁ ଖସି ପଳାଇଥିଲେ ।

KNews Bureau

Recent Posts

୩ ରୁ ୪ ଦିନ ମଧ୍ୟରେ ସବୁ ଜିଲ୍ଲାକୁ ଛୁଇଁବ ମୌସୁମୀ, ୨୫ରୁ ବଢିବ ବର୍ଷା

ଭୁବନେଶ୍ୱର (କେନ୍ୟୁଜ): ଆଗାମୀ ୩ ରୁ ୪ ଦିନ ମଧ୍ୟରେ ଓଡ଼ିଶାର ସବୁ ଜିଲ୍ଲାକୁ ଛୁଇଁବ ମୌସୁମୀ । ସୁନ୍ଦରଗଡ଼…

10 mins ago

ତାଜା ଅପଡ଼େଟ : ଜାଣନ୍ତୁ ଆପଣଙ୍କ ସହରରେ ପେଟ୍ରୋଲ ଦର ବଢିଛି ନା କମିଛି ?

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୦ ଟଙ୍କା ୯୨ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

20 mins ago

ଟି-ଟ୍ବେଣ୍ଟି ବିଶ୍ବକପ୍ : ସୁପର-୮ରେ ଭାରତର ଦ୍ବିତୀୟ ବିଜୟ, ବାଂଲାଦେଶକୁ ୫୦ ରନରେ କଲା ପରାସ୍ତ

ଟି-ଟ୍ବେଣ୍ଟି ବିଶ୍ବକପ୍ ରେ ବାଂଲାଦେଶକୁ ହରାଇ ସୁପର-୮ରେ ଭାରତର କ୍ରମାଗତ ବିଜୟ । ବାଂଲାଦେଶକୁ ୫୦ ରନରେ ପରାସ୍ତ କରି…

29 mins ago

ସ୍ଥିର ରହିଛି ସୁନା ଦର, କିଣିବାକୁ ଚାହୁଁଛନ୍ତି କି ଆଜି ହିଁ ନେଇ ଆସନ୍ତୁ

ଆଜି ସ୍ଥିର ରହିଛି ସୁନା-ରୂପା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି ତେବେ…

45 mins ago

ବାରିପଦା ବସ ଷ୍ଟାଣ୍ଡରେ ହଣାକଟା ଘଟଣା: ଉଭୟ ପକ୍ଷରୁ ୧୦ ଜଣଙ୍କୁ ଗିରଫ କରିଛି ପୋଲିସ୍

ବାରିପଦା (କେନ୍ୟୁଜ): ବାରିପଦା ଘରୋଇ ବସଷ୍ଟାଣ୍ଡରେ ହଣାକଟା ଘଟଣାରେ ପୋଲିସର ଆକ୍ସନ । ଦୁଇଟି ପୃଥକ ପୃଥକ ମାମଲା ରୁଜୁ…

54 mins ago

ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି : ସକାଳ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ

ବାଲେଶ୍ବର (କେନ୍ୟୁଜ): ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି । ପୌରପାଳିକାର ବିଭିନ୍ନ ଅଞ୍ଚଳରେ କୋହଳ ହେଉଛି କର୍ଫ୍ୟୁ । ଆଜି…

1 hour ago