ଦେଶ ବିଦେଶ

ପାକିସ୍ତାନ ରେଳ ଦୁର୍ଘଟଣା: ୩୩କୁ ବଢ଼ିଲା ମୃତ୍ୟୁସଂଖ୍ୟା, ୮୦ରୁ ଊର୍ଦ୍ଧ୍ୱ ଆହତ

ପାକିସ୍ତାନରେ ରବିବାର ଦ୍ୱିପ୍ରହରରେ ଏକ ବଡ଼ ରେଳ ଦୁର୍ଘଟଣା ଘଟିଥିଲା। ଏହି ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୩୩କୁ ବୃଦ୍ଧି ପାଇଛି। କରାଚିରୁ ରାଓ୍ଵଲପିଣ୍ଡି ଯାଉଥିବା ହଜାରା ଏକ୍ସପ୍ରେସ୍‌ ଏଠାରେ ଲାଇନ୍‌ଚ୍ୟୁତ ହୋଇଥିଲା। ଟ୍ରେନ୍‌ର ୧୦ରୁ ଅଧିକ ବଗି ରେଳ ଧାରଣାରୁ ଓଲଟି ପଡ଼ିଥିବା କୁହାଯାଉଛି। ଦୁର୍ଘଟଣାରେ ପାଖାପାଖି ୮୦ ଜଣ ଯାତ୍ରୀ ଆହତ ହୋଇ ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।

ପାକିସ୍ତାନୀ ରେଲେଓ୍ଵର ଜଣେ ଅଧିକାରୀ କହିଛନ୍ତି, ଟ୍ରେନ୍‌ ଚାଳକ ବିଳମ୍ବରେ ବ୍ରେକ୍‌ ମାରିବାରୁ ଏହି ଦୁର୍ଘଟଣା ଘଟିଛି। ଟ୍ରେନ୍‌ଟି ସହାରା ରେଲେଓ୍ଵ ଷ୍ଟେସନର ଆଉଟର୍‌ ସିଗ୍ନାଲ୍‌ରେ ଦୁର୍ଘଟଣାଗ୍ରସ୍ତ ହୋଇଛି।

ସେପଟେ ସିନ୍ଧ୍‌ ମୁଖ୍ୟମନ୍ତ୍ରୀ ମୁରାଦ ଅଲୀ ଶାହ ଏହି ଦୁର୍ଘଟଣାରେ ଗଭୀର ଦୁଃଖ ପ୍ରକାଶ କରି କହିଛନ୍ତି ଯେ ଆହତମାନଙ୍କୁ ତତ୍କାଳ ଚିକିତ୍ସା ସହାୟତା ଯୋଗାଇ ଦେବାକୁ ନଓ୍ଵାବଶାହର ଡେପୁଟି କମିଶନରଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ସୂଚନାଥାଉ କି, ଏହି ଦୁର୍ଘଟଣା ଶାହଜାଦପୁର ଏବଂ ନଓ୍ଵାବଶାହ ମଧ୍ୟବର୍ତ୍ତୀ ସହାରା ରେଳ ଷ୍ଟେସନ ନିକଟରେ ଘଟିଛି। ପୋଲିସ ଅଧିକାରୀଙ୍କ କହିବା ମୁତାବକ, ଟ୍ରେନ୍‌ରେ ବହୁ ସଂଖ୍ୟାରେ ଯାତ୍ରୀ ଥିଲେ। ଆହତ ଯାତ୍ରୀମାନଙ୍କୁ ନଓ୍ଵାବଶାହର ପିପୁଲ୍ସ ମେଡିକାଲ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସ୍ଥାନୀୟ ପ୍ରଶାସନ ମୁତାବକ, ଦୁର୍ଘଟଣା ପରେ ଆଖାପାଖ ହସ୍ପିଟାଲଗୁଡ଼ିକରେ ଜରୁରୀକାଳୀନ ପରିସ୍ଥିତି ଲାଗୁ କରି ଦିଆଯାଇଛି।

Roshni

Recent Posts

ଜେପି ନଡ୍ଡାଙ୍କୁ ମିଳିଲା ବଡ଼ ଦାୟିତ୍ୱ, ରାଜ୍ୟସଭାରେ ସଦନର ନେତା ନିଯୁକ୍ତ

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଦଳ ବଡ଼ ଦାୟିତ୍ୱ ହସ୍ତାନ୍ତର କରିଛି । ତାଙ୍କୁ…

13 mins ago

ଥାନାରେ ମାଳ ଅଦଳ ବଦଳ କରି ସିନ୍ଦୁର ପିନ୍ଧିଲେ ଯୁବତୀ, ପ୍ରେମିକ ହାତରେ କାଟିଲେ କେକ୍‌

ଲମତାପୁଟ : କେକରେ ଲେଖା ହୋଇଛି ରବି ଆଣ୍ଡ୍‌ ମଞ୍ଜୁ । ଆଉ ପାଖରେ ଫୁଲ ମାଳ ପିନ୍ଧି ଛିଡା…

38 mins ago

ଜଣକ ପରେ ଜଣକୁ ନିଜ କବ୍ଜାକୁ ନେଉଛି ଡିପଥେରିଆ, ଏବେ ଚିନ୍ତାରେ ସ୍ୱାସ୍ଥ୍ୟ ବିଭାଗ

ଲକ୍ଷ୍ମୀପୁର : ଏବେ ମୃତ୍ୟୁର ତାଣ୍ଡବ ଖେଳି ଚାଲିଛି ଡିଫଥେରିଆ । ଏହି ରୋଗ ଜଣକ ପରେ ଜଣକୁ ନିଜ…

42 mins ago

ବ୍ରିଜ ଉପରୁ ଯୁବକଙ୍କ ମୃତ ଦେହ ଉଦ୍ଧାର

ଜଳେଶ୍ବର : ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଦକ୍ଷିଣ ପୂର୍ବ ରେଳପଥର ନୂଆଗାଁ ରୋଡ଼ ରେଳଷ୍ଟେସନ ମଧ୍ୟ ସ୍ଥଳ…

44 mins ago

ରଥଯାତ୍ରାରେ ଭକ୍ତଙ୍କୁ ଖାଦ୍ୟ ଯୋଗାଇବା ପାଇଁ ପ୍ରସ୍ତୁତ ଦୁଇ ଭଉଣୀ

କଟକ(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ସବୁଠି ଶଂଙ୍ଖ ଘଣ୍ଟ ହୁଳୁହୁଳି ଶଦ୍ଦରେ ପୂରି ଉଠୁଛି ପୂରା ପରିବେଶ…

50 mins ago

ବିବାହ ବନ୍ଧନରେ ବାନ୍ଧି ହେଲେ ସୋନାକ୍ଷୀ ଓ ଜାହିର, ଟ୍ରୋଲ କରୁଥିବା ଟ୍ରୋଲ୍‌ରଙ୍କୁ କଡ଼ା ଜବାବ ଦେଲେ ଶତ୍ରୁଘ୍ନ ସିହ୍ନା

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଜୁନ୍ ୨୩ ରେ ଜହିର ଇକବାଲଙ୍କ…

1 hour ago