ଝାଡଖଣ୍ଡ ବିଧାନସଭା ପାଇଁ ଚାଲିଛି ଚତୁର୍ଥ ପର୍ଯ୍ୟାୟ ମତଦାନ, ସମ୍ବେଦନଶୀଳ ଅଞ୍ଚଳରେ ବ୍ୟାପକ ପୋଲିସ ମୁତୟନ

ଝାଡଖଣ୍ଡ: ଝାଡଖଣ୍ଡ ବିଧାନସଭା ପାଇଁ ଚାଲିଛି ଚତୁର୍ଥ ପର୍ଯ୍ୟାୟ ମତଦାନ । ୧୫ଟି ବିଧାନସଭା ଆସନ ପାଇଁ ଆଜି ଭୋଟ୍ ଗ୍ରହଣ କରାଯାଉଛି । ସକାଳ ୭ଟାରୁ ଆରମ୍ଭ ହୋଇଥିବା ଭୋଟ୍ ଗ୍ରହଣ ସଂଧ୍ୟା ୫ଟା ପର୍ଯ୍ୟନ୍ତ ଚାଲିବ । ମତଦାନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ସମ୍ବେଦନଶୀଳ ଅଞ୍ଚଳରେ ବ୍ୟାପକ ପୋଲିସ ମୁତୟନ କରାଯାଇଛି । ଏହି ପର୍ଯ୍ୟାୟରେ ମଇଦାନରେ ଅଛନ୍ତି ୨୨୧ ଜଣ ପ୍ରାର୍ଥୀ । ଏମାନଙ୍କ ମଧ୍ୟରେ ଅଛନ୍ତି ୨୨ ଜଣ କିନ୍ନର ପ୍ରାର୍ଥୀ । ୧୫ଟି ଆସନ ମଧ୍ୟରୁ ତିନିଟି ଆସନ ଅନୁସୂଚିତ ଜାତି ପାଇଁ ସଂରକ୍ଷିତ ରହିଛି ।