ଦେଶ ବିଦେଶ

ବିଲରେ ଜନ୍ତୁ ଚରାଇବା ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗୁଳିକାଣ୍ଡ: ୫ ମୃତ, ଅନେକ ଆହତ

ମଧ୍ୟପ୍ରଦେଶର ଦତିୟା ଜିଲ୍ଲାରେ ଜନ୍ତୁ ଚରାଇବା ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇ ଗୁଳିକାଣ୍ଡ ହୋଇଛି । ଏହି ଗୁଳିକାଣ୍ଡରେ ୫ ଜୀବନ ଚାଲିଯାଇଥିବା ବେଳେ ଅନ୍ୟ କେତେ ଜଣ ଆହତ ହୋଇଛନ୍ତି । ସିଭିଲ୍ ଲାଇନ୍ ପୋଲିସ୍ ଷ୍ଟେସନର ରେଡା ଗ୍ରାମରେ ଏହି ଘଟଣା ଘଟିଛି।

ସୂଚନା ଅନୁଯାୟୀ, ସିଭିଲ ଲାଇନ ଥାନା ଅଞ୍ଚଳରେ ରେଡା ଗାଁରେ ପାଲ ଏବଂ ଡାଙ୍ଗି ସମ୍ପ୍ରଦାୟର କିଛି ଲୋକଙ୍କ ମଧ୍ୟରେ ବିଲରେ ଜନ୍ତୁ ଚରାଇବାକୁ ନେଇ ଝଗଡା ହୋଇଥିଲା । ଏହି ଝଗଡାକୁ ନେଇ ଗାଁରେ ପଞ୍ଚାୟତ ଡକାଯାଇଥିଲା । ଏହି ସମୟରେ ଡାଙ୍ଗି ଏବଂ ପାଲ ସଂପ୍ରଦାୟର ଲୋକଙ୍କ ମଧ୍ୟରେ ଯୁକ୍ତିତର୍କ ହେବା ସହିତ ଗୁଳି ବିନିମୟ ହୋଇ ୫ ଜଣଙ୍କର ମୃତ୍ୟୁ ହୋଇଛି । ଆଉ ୫ ଜଣ ଏଥିରେ ଆହତ ହୋଇଥିବା ଜଣାପଡିଛି । ଆହତ ହୋଇଥିବା ଲୋକଙ୍କୁ ହସପିଟାଲରେ ଭର୍ତ୍ତି କରାଯାଇଥିଲା । ଘଟଣା ସ୍ଥଳରେ ପୋଲିସ ନିୟୋଜିତ ରହିଛି ।

ଏହା ପୂର୍ବରୁ ବିହାରର ମୁଜଫରପୁରରେ ଆଇନ ବ୍ୟବସ୍ଥାକୁ ଚ୍ୟାଲେଞ୍ଜ କରାଯାଇ ହତ୍ୟା କରାଯାଇଥିଲା । ବିଳମ୍ବିତ ରାତିରେ ଜଣେ ଓକିଲଙ୍କ ଘରେ ପଶି ୫ଜଣଙ୍କୁ ଗୁଳି କରାଯାଇଥିଲା। ଯେଉଁଥିରେ ଜଣେ ଜମିବାଡି ଡିଲର ଏବଂ ଜଣେ ବଡିଗାର୍ଡଙ୍କ ମୃତ୍ୟୁ ଘଟିଥିଲା।

ଏହି ମାମଲାକୁ ନେଇ ରାଜନୈତିକ ବାଦବିବାଦ ଆରମ୍ଭ ହୋଇଯାଇଛି । କଂଗ୍ରେସ ଅଧ୍ୟକ୍ଷ କମଲନାଥ ରାଜ୍ୟ ଆଇନ ବ୍ୟବସ୍ଥା ଉପରେ ପ୍ରଶ୍ନ ଉଠାଇଛନ୍ତି ।

Swagatika

Recent Posts

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

40 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

55 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

1 hour ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

1 hour ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

2 hours ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

2 hours ago