ରୋଗୀ ପହଂଚିବା ପୂର୍ବରୁ ଡାକ୍ତରଖାନାକୁ ସୂଚନା ଦେବ ୫ଜି କନେକ୍ଟେଡ୍ ଆମ୍ବୁଲାନ୍ସ, ଜାଣନ୍ତୁ କେମିତି କରିବ କାମ

କେନ୍ୟୁଜ୍(ବ୍ୟୁରୋ): ରୋଗୀ ପହଂଚିବା ପୂର୍ବରୁ ଡାକ୍ତରଖାନାକୁ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେବ ୫ଜି କନେକ୍ଟେଡ୍ ଆମ୍ବୁଲାନ୍ସ । ଇଣ୍ଡିଆ ମୋବାଇଲ୍ କଂଗ୍ରେସରେ ରିଲାଏନ୍ସ ଜିଓ ପକ୍ଷରୁ ଏହି ୫ଜି କନେକ୍ଟେଡ୍ ଆମ୍ବୁଲାନ୍ସ ଉପସ୍ଥାପନ କରାଯାଇଛି । ଏହା ଏଭଳି ଏକ ଆମ୍ବୁଲାନ୍ସ ଯାହା ଡାକ୍ତରଖାନାରେ ରୋଗୀ ପହଂଚିବା ପୂର୍ବରୁ ରୋଗୀଙ୍କ ସମ୍ପର୍କିତ ସମସ୍ତ ଗୁରୁତ୍ୱପୂର୍ଣ୍ଣ ତଥ୍ୟକୁ ଡିଜିଟାଲ୍ ମାଧ୍ୟମରେ ହସ୍ପିଟାଲକୁ ପ୍ରଦାନ କରିବ । ଫଳରେ ରୋଗୀ ପହଂଚିବା ପୂର୍ବରୁ ଚିକିତ୍ସା ପାଇଁ ଡାକ୍ତର ସବୁ ଆବଶ୍ୟକ ମେଡିକାଲ୍ ପ୍ରସ୍ତୁତି କରିପାରିବେ । ସେହିପରି ଅଲଟ୍ରାସାଉଣ୍ଡ୍ କରିବ ରୋବୋଟିକ ଆର୍ମ । ଜିଓ ପାଭିଲିଅନରେ ଏକ ରୋବୋଟିକ୍ସ ଆର୍ମ ମଧ୍ୟ ଦେଖିବାକୁ ।
ଯାହା ଏକ୍ସ-ରେ ଓ ଅଲ୍ଟ୍ରାସାଉଣ୍ଡ୍ କରିବାରେ ସିଦ୍ଧହସ୍ତ । ଜିଓର ଟ୍ରୁ-୫ଜି ଜରିଆରେ ହଜାର ହଜାର କିଲୋମିଟର ଦୂରରେ ଥିବା ରେଡିଓଲୋଜିଷ୍ଟ କିମ୍ବା ସୋନୋଗ୍ରାଫର ତାହାକୁ ଅତି ସହଜରେ ପରିଚାଳନା କରିପାରିବେ । ରୋବୋଟିକ୍ ଆର୍ମ ସହରରେ ଥିବା ରେଡିଓଲୋଜିଷ୍ଟଙ୍କୁ ସିଧାସଳଖ ଗାଁରେ ଥିବା ରୋଗୀଙ୍କ ସହ ଯୋଡ଼ିପାରିବ । ଏହା ସହ ଘରେ ବସି ରିପୋର୍ଟ ହାସଲ କରିପାରିବେ । ସେହିପରି ଆସୁଛି ଜିଓର ୫ଜି ହେଲ୍ଥକେୟାର ଅଟୋମେସନ । ରିଲାଏନ୍ସ ଜିଓ ଏଭଳି ରୋବୋଟ୍ ପ୍ରଯୁକ୍ତି ଉପରେ କାର୍ଯ୍ୟ କରୁଛି ଯାହା ଆଇସୋଲେସନ ୱାର୍ଡ ସହିତ ଅନ୍ୟ ରୋଗୀମାନଙ୍କ ପାଖରେ ଔଷଧ ଓ ଖାଦ୍ୟପାନୀୟ ପ୍ରଦାନ କରିବ ।