ମହାରାଷ୍ଟ୍ରର ନାଗପୁର-ପୁଣେ ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୬ମୃତ, ୧୩ ଆହତ
ମହାରାଷ୍ଟ୍ରର ନାଗପୁର-ପୁଣେ ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଟ୍ରକ-ବସ୍ ଧକ୍କାରେ ୬ମୃତ, ୧୩ ଆହତ । ସେମାନଙ୍କ ମଧ୍ୟରୁ ୪ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଟ୍ରକ୍ ଧକ୍କାରେ ଏକ ଯାତ୍ରୀବାହୀ ବସ୍ ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଛି ।

ଆଜି ସକାଳୁ ମହାରାଷ୍ଟ୍ର ନାଗପୁରରୁ ଏକ ଯାତ୍ରୀବାହୀ ବସ୍ ପୁଣେରୁ ମେହକର ଅଞ୍ଚଳ ଅଭିମୁଖେ ଯାଉଥିଲା। ବିପରୀତ ଦିଗରୁ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ୍ ବସକୁ ଧକ୍କା ଦେଇଥିଲା। ଧକ୍କା ଏତେ ଜୋର ଥିଲା ଯେ, ବସ କାଚ ଭାଙ୍ଗି ଯିବା ସହ ସମ୍ପୂର୍ଣ୍ଣ ଭାବେ କ୍ଷତିଗ୍ରସ୍ତ ହୋଇଛି । ଗୁରୁତରଙ୍କ ସ୍ଥାନୀୟ ଲୋକେ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଥିଲେ। ଖବର ପାଇ ପୋଲିସ୍ ଓ ପ୍ରଶାସନିକ ଟିମ୍ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି ।