Below header

ବିହାର : ଅଟୋ ରିକ୍ସାକୁ ପିଟିଲା ଟ୍ରକ୍‌, ୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୨ ମେଡିକାଲ୍‌ରେ

ଗୟା : ବିହାରରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ଏଥିରେ ୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୨ ଜଣ ଆହତ ହୋଇ ମେଡିକାଲ୍‌ରେ ଭର୍ତ୍ତି ହୋଇଛନ୍ତି । ଦୁର୍ଘଟଣାଟି ଘଟିଛି ଗୟା ନିକଟବର୍ତ୍ତୀ ବିଷ୍ଣୁପୁର ଠାରେ ।

ଏକ ଅଟୋ ରିକ୍ସାରେ ପ୍ରାୟ ୨୦ରୁ ଉର୍ଦ୍ଧ୍ୱ ଲୋକ ଯାଉଥିବା ବେଳେ ଟ୍ରକଟି ଧକ୍କା ଦେଇଥିଲା । ଫଳରେ ଦୁର୍ଘଟଣା ସ୍ଥଳରେ ୭ ଜଣଙ୍କର ମୃତ୍ୟୁ ହୋଇଯାଇଛି । ଅନ୍ୟ ୧୨ ଜଣଙ୍କୁ ନିକଟତମ ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.