ଦେଶ ବିଦେଶ

ମହାରାଷ୍ଟ୍ରରେ ଭୟଙ୍କର ସଡ଼କ ଦୁର୍ଘଟଣା, ଟାଟା ମ୍ୟାଜିକ୍‌କୁ ଧକ୍କା ଦେଲା ଦ୍ରୁତଗାମୀ ଟ୍ରକ୍‌; ୮ ଯାତ୍ରୀ ମୃତ

ମହାରାଷ୍ଟ୍ରର ରତ୍ନଗିରି ଜିଲ୍ଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଦାପୋଲି-ହରନେ ରାଜ୍ୟ ରାଜପଥର ଅସୁଦଠାରେ ଏକ ଦ୍ରୁତଗାମୀ ଟ୍ରକ୍‌, ଟାଟା ମ୍ୟାଜିକ୍‌କୁ ଧକ୍କା ଦେଇଛି। ଏହି ଦୁର୍ଘଟଣାରେ ଟାଟା ମ୍ୟାଜିକ୍‌ରେ ଥିବା ୮ ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ ୧୪ ଜଣ ଆହତ ହୋଇଛନ୍ତି।

ପୋଲିସ ସୂଚନା ମୁତାବକ, ରବିବାର ଦ୍ୱିପ୍ରହରରେ ଜିନିଷ ଓହ୍ଲାଇ ଦାପୋଲି ଆଡ଼କୁ ଏକ ଟ୍ରକ୍‌ ଦ୍ରୁତ ଗତିରେ ଯାଉଥିଲା। ଏହି ସମୟରେ ଟ୍ରକ୍‌ଟି ହରନେ ଗାଁ ନିକଟରେ ଏକ ଯାତ୍ରୀବାହୀ ଟାଟା ମ୍ୟାଜିକ୍‌କୁ ଜୋର୍‌ରେ ଧକ୍କା ଦେଇଥିଲା। ଫଳରେ ୫ ଜଣଙ୍କର ଘଟଣାସ୍ଥଳରେ ହିଁ ପ୍ରାଣବାୟୁ ଉଡ଼ିଯାଇଥିଲା।

ବିଳମ୍ବିତ ରାତିରେ ଚିକିତ୍ସା ସମୟରେ ଆଉ ୩ ଜଣଙ୍କର ମୃତ୍ୟୁ ଘଟିଥିଲା। ସମସ୍ତ ଆହତଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣାର କାରଣ ଏ ପର୍ଯ୍ୟନ୍ତ ଜଣାପଡ଼ି ନାହିଁ।

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଏହି ଦୁର୍ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ପ୍ରତି ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ରିଲିଫ୍‌ କୋଷରୁ ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ରାଶି ଘୋଷଣା କରାଯାଇଛି। ସିଏମ୍‌ ସିନ୍ଦେ ଆହତମାନଙ୍କୁ ସରକାରୀ ଖର୍ଚ୍ଚରେ ଉଚିତ୍‌ ଚିକିତ୍ସା ସେବା ପ୍ରଦାନ କରିବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ସେପଟେ ଓଡ଼ିଶାର ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ମଧ୍ୟ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ଜଣଙ୍କର ମୃତ୍ୟୁ ଘଟିଛି।

Roshni

Recent Posts

ଥାନା ଭିତରେ ବୋହୂ, ବାହାରେ ନାତି ନାତୁଣିଙ୍କୁ ଧରି ଛିଡା ହୋଇଛନ୍ତି ଶାଶୁ

ଚୌଦ୍ୱାର : ଶାଶୁ କହୁ କହୁ କାନ୍ଦି ପକାଉଛନ୍ତି । ନିଜର ନାତି ନାତୁଣୀଙ୍କୁ ଧରି ଶାଶୁ ପହଁଚିଛନ୍ତି ଥାନାରେ…

2 mins ago

ରାଜ୍ୟରେ ମୌସୁମୀର ପ୍ରଭାବରେ ବର୍ଷା, ୨୬ ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ

ଭୁବନେଶ୍ୱର: ରାଜ୍ଯରେ ସକ୍ରିୟ ରହିଛି ମୌସୁମୀ ବାୟୁ । ପ୍ରଭାବରେ ରାଜ୍ୟବ୍ୟାପୀ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି ।…

11 mins ago

OSRTC ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା, ବିଭିନ୍ନ ତୀର୍ଥକ୍ଷେତ୍ରକୁ ଗଡ଼ିବ ବସ୍‌

ଭୁବନେଶ୍ୱର(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା । ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ…

23 mins ago

ଫିଲ୍ମ ‘କଲ୍‌କୀ 2898 AD’ର ଆଡଭାନ୍ସ ବୁକିଂ, ଫ୍ୟାନ୍ସଙ୍କ ମଧ୍ୟରେ ଦେଖିବାକୁ ମିଳିଲା ଭିନ୍ନ କ୍ରେଜ୍

ଫ୍ୟାନ୍ସ ଉତ୍ସାହର ସହିତ ପ୍ରଭାସଙ୍କ ଫିଲ୍ମ ‘କଲ୍‌କୀ 2898 AD’କୁ ଅପେକ୍ଷା କରିଛନ୍ତି । ଏହି ଫିଲ୍ମଟି ଜୁନ୍ ୨୭ରେ…

30 mins ago

ପୋଲିସ ବାବୁଙ୍କୁ ମହଙ୍ଗା ପଡିଗଲା ପରକୀୟା ପ୍ରେମ, ପ୍ରମୋସନ ହେବା ବଦଳରେ ହେଲା ଡିମୋସନ୍‌

ପୋଲିସ ବାବୁଙ୍କୁ ମହଙ୍ଗା ପଡ଼ିଲା ପରକୀୟା ପ୍ରେମ । ପ୍ରେମ କରି ଫସିଲେ ପୋଲିସ ବାବୁ। ହୋଟେଲ ରୁମ୍‌ରୁ ପ୍ରେମିକା…

32 mins ago

ଜେପି ନଡ୍ଡାଙ୍କୁ ମିଳିଲା ବଡ଼ ଦାୟିତ୍ୱ, ରାଜ୍ୟସଭାରେ ସଦନର ନେତା ନିଯୁକ୍ତ

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଦଳ ବଡ଼ ଦାୟିତ୍ୱ ହସ୍ତାନ୍ତର କରିଛି । ତାଙ୍କୁ…

50 mins ago