ଜମ୍ମୁ-କାଶ୍ମୀର: କଠୁଆରେ ବନ୍ୟା ଓ ଭୂସ୍ଖଳନରେ ୮ ଜଣଙ୍କ ମୃତ୍ୟୁ, ଉଦ୍ଧାର କାର୍ଯ୍ୟ ଜାରି

ଜମ୍ମୁ-କାଶ୍ମୀରର କଠୁଆ ଜିଲ୍ଲାର ଉପର ମୁଣ୍ଡରେ ବୁଧବାର ଭୀଷଣ ବନ୍ୟା ଏବଂ ଭୂସ୍ଖଳନରେ ପ୍ରାୟ ୮ ଜଣଙ୍କର ମୃତ୍ୟୁ ହୋଇଛି। ପୋଲିସ ଏବଂ ସ୍ଥାନୀୟ ଲୋକେ ମିଶି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି।

ଜମ୍ମୁ-କାଶ୍ମୀରର କଠୁଆ ଜିଲ୍ଲାର ଉପର ମୁଣ୍ଡରେ ବୁଧବାର ଭୀଷଣ ବନ୍ୟା ଏବଂ ଭୂସ୍ଖଳନରେ ପ୍ରାୟ ୮ ଜଣଙ୍କର ମୃତ୍ୟୁ ହୋଇଛି। ପୋଲିସ ଏବଂ ସ୍ଥାନୀୟ ଲୋକେ ମିଶି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି।

କଠୁଆ ପୋଲିସ ସୂତ୍ରରୁ ଜଣାପଡ଼ିଛି ଯେ ଏହି ଅଞ୍ଚଳରେ ବନ୍ୟା ଏବଂ ଭୂସ୍ଖଳନ ଯୋଗୁ ଅନେକ ଲୋକ ପ୍ରଭାବିତ ହୋଇଛନ୍ତି। ଲୋକଙ୍କ ଘରଦ୍ୱାର ଭାଙ୍ଗିଯାଇଛି। ବର୍ତ୍ତମାନ ଉଦ୍ଧାରକାରୀ ଦଳ ବନ୍ୟା ପ୍ରଭାବିତ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନେଇଯାଇଛି।

ଜଣେ ପୋଲିସ ଅଧିକାରୀ କହିଛନ୍ତି, କଠୁଆ ଜିଲ୍ଲାରେ ପ୍ରବଳ ବର୍ଷା କାରଣରୁ ୬ରୁ ଅଧିକ ଘର ଭୁଶୁଡ଼ି ପଡ଼ିଥିଲା। ଫଳରେ ଏଥିରେ ଚାପିହୋଇ ୮ ଜଣ ଲୋକଙ୍କର ମୃତ୍ୟୁ ଘଟିଛି। ଭଗ୍ନାବଶେଷ ତଳେ ଅନ୍ୟ କିଛି ଲୋକ ଫସି ରହିଥିବା ଆଶଙ୍କା କରାଯାଉଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.