ଉତ୍ତରାଖଣ୍ଡ ରାମନଗରର ଢେଲା ନଦୀକୁ ଖସିଲା କାର୍, ୯ ମୃତ, ଜଣେ ନିଖୋଜ

ଉତ୍ତରାଖଣ୍ଡ: ନଦୀକୁ ଖସିଲା କାର୍ । ଉତ୍ତରାଖଣ୍ଡର ରାମନଗରରେ ଢେଲା ନଦୀରେ ଦୁର୍ଘଟଣା । ପ୍ରାୟ ୧୦ରୁ ଊର୍ଦ୍ଧ୍ୱ ପର୍ଯ୍ୟଟକଙ୍କୁ ନେଇ ଯାଉଥିବା ଏକ କାର୍‌ ନଦୀରେ ଭାସିଯିବାରୁ ୯ ଜଣଙ୍କ ମୃତ୍ୟୁ ହୋଇଛି। ଏବେ ସୁଦ୍ଧା ଜଣେ ନିଖୋଜ ଅଛନ୍ତି । ପଞ୍ଜାବର ପ୍ରାୟ ୧୦ରୁ ଅଧିକ ପର୍ଯ୍ୟଟକଙ୍କୁ ନେଇ ଯାଉଥିବା ବେଳେ ଦୁର୍ଘଟଣା ଘଟିଛି ।

କାରଟି ଢେଲା ନଦୀ ଉପରେ ଯାଉଥିବା ବେଳେ ଭାରସାମ୍ୟ ହରାଇ ତଳକୁ ଖସି ପଡିଥିଲା । ଖବର ପାଇ ତୁରନ୍ତNDRF, ଅଗ୍ନିଶମ ବିଭାଗ ତଥା ପୁଲିସ୍‌ ପ୍ରଶାସନ ଘଟଣାସ୍ଥଳରେ ପହଞ୍ଚି ରେସକ୍ୟୁ ଅପରେସନ ଆରମ୍ଭ କରିଛନ୍ତି । ଏପର୍ଯ୍ୟନ୍ତ ୯ ଜଣଙ୍କ ମୃତଦେହ ଉଦ୍ଧାର ହୋଇ ସାରିଥିବା ବେଳେ ଜଣଙ୍କ ପତ୍ତା ମିଳୁନି । ଏହାଛଡା ଏକ ଛୋଟ ଝିଅକୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିବା ଜଣାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.