ପଞ୍ଜାବ ଲୁଧିୟାନାରେ ବଡ ଅଘଟଣ । ଗ୍ୟାସ ଲିକ୍ ହୋଇ ୯ ଜଣ ମୃତ୍ୟୁବରଣ କରିଥିବା ବେଳେ ୧୧ ଗୁରୁତର ଆହତ ହୋଇଛନ୍ତି । ଘଟଣା ବିଷୟରେ ଖବର ପାଇବା ପରେ ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିବା ସହିତ ଆହତଙ୍କୁ ଚିକିତ୍ସା ନିମନ୍ତେ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ହସପିଟାଲରେ ସେମାନଙ୍କର ଚିକିତ୍ସା ଚାଲିଛି । ଆହତମାନେ ଏବେ ବି ବେହୋସ ରହିଛନ୍ତି । ତେବେ କେଉଁ ଗ୍ୟାସ ଲିକ୍ ହୋଇଛି, ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ । ପ୍ରଭାବିତ ଅଞ୍ଚଳକୁ ନ ଯିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି । ଉଦ୍ଧାର କାର୍ଯ୍ୟରେ ଏନଡିଆରଏଫ ଟିମ୍ ସାମିଲ ହୋଇଛନ୍ତି ।
ଆଜି ସକାଳ ୭.୧୫ରେ ଏହି ଗ୍ୟାସ୍ ଲିକ୍ ଅଘଟଣ ଘଟିଥିଲା । ଶେରପୁର ଛକ ନିକଟସ୍ଥ ସୁଆ ରୋଡ଼ରେ ଥିବା ଏକ ଫ୍ୟାକ୍ଟ୍ରିରୁ ଗ୍ୟାସ ଲିକ୍ ହୋଇଥିଲା । ଘଟଣାରେ ୯ ମୃତଙ୍କର ମୃତ୍ୟୁ ଘଟିଛି। ଗୁରୁତର ଅନେକ ରହିଛନ୍ତି । ଆଗକୁ ମୃତ୍ୟୁସଂଖ୍ୟା ବଢିପାରେ ।
ମୃତକମାନେ ଗୋଟିଏ ପରିବାରର ସଦସ୍ୟ ବୋଲି କୁହାଯାଉଛି । ଏହାଛଡ଼ା କିଛି ଗୃହପାଳିତ ପଶୁ ମଧ୍ୟ ଆହତ ହୋଇଥିବା ଜଣାପଡ଼ିଛି । ତେବେ ଗ୍ୟାସ୍ କିପରି ଲିକ୍ ହେଲା ସେନେଇ କିଛି ତଥ୍ୟ ସାମ୍ନାକୁ ଆସିନି । ସ୍ଥାନୀୟ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ଯିବାକୁ କୁହାଯାଇଛି । ନିଶ୍ୱାସ ନେବାକୁ ଅସୁବିଧା ହେଉଥିଲେ ତୁରନ୍ତ ଡାକ୍ତରଙ୍କ ସହିତ ପରାମର୍ଶ କରିବାକୁ କୁହାଯାଇଛି ।
ସୂଚନାଯୋଗ୍ୟ ଯେ, ଲୁଧିୟାନାରେ ଗତବର୍ଷ ମଧ୍ୟ ଏପରି ଏକ ଅଘଟଣ ଦେଖିବାକୁ ମିଳିଥିଲା । ଏକ ଟ୍ୟାଙ୍କରରୁ କାର୍ବନ ଡାଇଅକ୍ସାଇଡ ଲିକ୍ୱିଡ ଗ୍ୟାସ୍ ଲିକ୍ ହୋଇ ୫ ଜଣ ଲୋକ ପୀଡିତ ହୋଇଥିଲେ ।
ଭୁବନେଶ୍ୱର(କେନ୍ୟୁଜ୍): ଜୁନ୍ ୧୭ ତାରିଖରେ ଭାରତ ସମେତ ବିଶ୍ୱର ୨୦୦ଟି ଦେଶର ୨୫ହଜାର ସ୍ଥାନରେ ୧୧ଶ ଅନ୍ତର୍ଜାତୀୟ ‘ଆର୍ଟ ଅଫ୍…
ଚାନ୍ଦବାଲି (କେନ୍ୟୁଜ): ଏ ଶରୀର କ୍ଷଣସ୍ଥାୟୀ । ସତରେ ଏ ଶରୀର କିଛି ନୁହେଁ ଆଜି ଭଲ ଅଛି ତ…
ଏଲନ୍ ମସ୍କଙ୍କ ସୋସିଆଲ୍ ମିଡିଆ ପ୍ଲାଟଫର୍ମ ‘X’ ଭାରତରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । X କର୍ପ ଏପ୍ରିଲ…
ଭୁବନେଶ୍ୱର(କେନ୍ୟୁଜ୍): ସ୍କୁଲ ଛୁଟି ନିଷ୍ପତ୍ତି ନେବେ ଜିଲ୍ଲାପାଳ । ସ୍ଥାନୀୟ ପାଣିପାଗ ସୂଚନା ଭିତ୍ତିରେ ଜିଲ୍ଲାପାଳମାନେ ନିଷ୍ପତ୍ତି ନେବାକୁ ମୁଖ୍ୟମନ୍ତ୍ରୀଙ୍କ…
ବଲିଉଡ ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ଖୁବ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି । ରକୁଲ ପ୍ରୀତ ସିଂ, କ୍ରିତି ଖରବନ୍ଦା…
ପଶ୍ଚିମବଙ୍ଗ ଦାର୍ଜିଲିଂରେ ହୋଇଥିବା ରେଳ ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୧୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୦ରୁ ଅଧିକ ଆହତ ହୋଇଥିବା…