ନୂଆଦିଲ୍ଲୀ: ହସ୍ପିଟାଲର ଚତୁର୍ଥ ମହଲାରୁ ଡେଇଁ ଆତ୍ମହତ୍ୟା କଲେ ସାମ୍ୱାଦିକ। କରୋନାରେ ଆକ୍ରାନ୍ତ ହୋଇ ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଥିବା ୩୭ ବର୍ଷୀୟ ସାମ୍ୱାଦିକ ହସ୍ପିଟାଲର ଚତୁର୍ଥ ମହଲାରୁ ଡେଇଁ ଆତ୍ମହତ୍ୟା କରିଥିବା ଖବର ସାମ୍ନାକୁ ଆସିଛି। ଅପରାହ୍ନ ୨ଟାରେ ଏହି ଅଘଟଣ ଘଟିଥିବାବେଳେ ଅପରାହ୍ନ ୩ଟା ୩୫ରେ ତାଙ୍କର ମୃତ୍ୟୁ ଘଟିଥିଲା। ତେବେ ବ୍ଯକ୍ତି ଜଣଙ୍କ ଛାତରୁ ଡେଇଁବା ପରେ ତାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଆଇସିୟୁରେ ଭର୍ତ୍ତି କରାଯାଇଥିଲା, କିନ୍ତୁ ଶେଷରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା ।
ସୂଚନା ମୁତାବକ, ଜୁନ୍ ୨୪ରେ ପ୍ରଥମେ ସାମ୍ୱାଦିକ ଜଣଙ୍କ କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ଜଣାପଡ଼ିଥିଲା। ଏହାପରେ ସେ ଏମ୍ସର କୋଭିଡ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଡାକ୍ତରଙ୍କ କହିବା ମୁତାବକ, ମୃତକ ଜଣଙ୍କ କରୋନାରୁ ଶୀଘ୍ର ଆରୋଗ୍ୟ ଲାଭ କରୁଥିବାବେଳେ ତାଙ୍କୁ ଶୀଘ୍ର ଜେନେରାଲ ଓ୍ୱାର୍ଡକୁ ସ୍ଥାନାନ୍ତର କରାଯାଇଥାନ୍ତା।
କୋରାପୁଟ : ଦୁଇ ନକଲି ନକ୍ସଲ ଗିରଫ । ଜୟପୁର ସଦର ଥାନା ଓ ବୈପାରିଗୁଡା ପୋଲିସର ମିଳିତ ଉଦ୍ୟମରେ…
ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…
ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…
କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…
ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…
ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…