ଦେଶ ବିଦେଶ

ଜୟଗୁର ସତସଙ୍ଗର ଆଚାର୍ଯ୍ୟଦେବ ପରମ ପୂଜ୍ୟପାଦ ଶ୍ରୀଶ୍ରୀଦାଦାଙ୍କ ଇହ ଲୀଳା ସମ୍ବରଣ:ସତସଙ୍ଗୀ ମହଲରେ ଗଭୀର ଶୋକ

କେନ୍ୟୁଜ୍(ବ୍ୟୁରୋ): କୋଟି ଶ୍ରଦ୍ଧାଳୁଙ୍କ ଆରାଧ୍ୟ ‘ସତସଙ୍ଗ’ର ଆଚାର୍ଯ୍ୟଦେବ ପରମ ପୂଜ୍ୟପାଦ ଶ୍ରୀଶ୍ରୀଦାଦାଙ୍କର ମହାପ୍ରୟାଣ ହୋଇଛି। ଆଜି ସକାଳ ୯ଟା ୪୦ ମିନିଟରେ ପଶ୍ଚିମବଙ୍ଗର ଦୁର୍ଗାପୁରସ୍ଥିତ ମିଶନ୍ ହସ୍ପିଟାଲରେ ଶ୍ରୀଶ୍ରୀଦାଦା ଇହଲୀଳା ସମ୍ବରଣ କରିଛନ୍ତି। ଗତ କିଛିଦିନ ଧରି ସେ ଅସୁସ୍ଥତା ହେତୁ ମିଶନ୍ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ।ଗୁରୁବାର ଡାକ୍ତରଖାନା ପକ୍ଷରୁ ଶ୍ରୀଶ୍ରୀଦାଦାଙ୍କର ବିୟୋଗ ସଂକ୍ରାନ୍ତରେ ସୂଚନା ଦିଆଯାଇଛି। ଗତ କିଛିଦିନ ଧରି ସେ ଅସୁସ୍ଥତା ହେତୁ ମିସନ୍ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଭାରତ ଓ  ବିଦେଶରେ ଥିବା କୋଟିକୋଟି ସତସଙ୍ଗୀ ଗଭୀର ଦୁଃଖରେ ଭାଙ୍ଗି ପଡିବା ସହ  ଦେଶର ଆଧ୍ୟାତ୍ମିକ ପରିସରରେ ଏକ ଅପୂରଣୀୟ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି।

ବୈଦିକ ବିଧିମତେ ଆଚାର୍ଯ୍ୟଦେବଙ୍କର ଶେଷକୃତ୍ୟ ଦକ୍ଷିଣ ଦୁର୍ଗାପୁରସ୍ଥିତ ସତସଙ୍ଗ ବିହାର ପରିସରରେ ସଂପନ୍ନ୍ ହେବ ବୋଲି ସୂଚନା ରହିଛି। ପରମ ପ୍ରେମମୟ ଶ୍ରୀଶ୍ରୀଠାକୁର ଅନୁକୂଳଚନ୍ଦ୍ରଙ୍କର ପୌତ୍ର ଶ୍ରୀଶ୍ରୀଦାଦା ( ଶ୍ରୀ ଅଶୋକ ଚକ୍ରବର୍ତ୍ତୀ) ଶ୍ରୀଶ୍ରୀଠାକୁରଙ୍କର ଭାବାଦର୍ଶ ଓ ‘ସତସଙ୍ଗ’ ଆନ୍ଦୋଳନର ବିସ୍ତାରରେ ନିଜକୁ ବ୍ରତୀ କରିଥିଲେ। ୧୯୩୩ ମସିହା ଅକ୍ଟୋବର ୨୧ ତାରିଖରେ ସେ ଅଧୁନା ବାଂଲାଦେଶର ହିମାୟିତପୁରଠାରେ ଜନ୍ମଗ୍ରହଣ କରିଥିଲେ। ଶ୍ରୀଶ୍ରୀଠାକୁରଙ୍କର ଜ୍ୟୋଷ୍ଠାତ୍ମଜ ପରମ ପୂଜ୍ୟପାଦ ଶ୍ରୀଶ୍ରୀବଡ଼ଦାଙ୍କର ଜ୍ୟୋଷ୍ଠପୁତ୍ର ଶ୍ରୀଶ୍ରୀଦାଦା ୧୯୯୪ ମସିହାରେ ‘ସତସଙ୍ଗ’ର ଆଚାର୍ଯ୍ୟଦେବ ଭାବେ ଅଭିଷିକ୍ତ ହେବାପରେ ତାଙ୍କର ଅଭିଭାବକତ୍ବ ଓ ନେତୃତ୍ବରେ କାୟାବିସ୍ତାର କରିଥିଲା ସତସଙ୍ଗ। ପ୍ରତିଟି ମଣିଷକୁ ସୁଖ-ଶାନ୍ତି-ଆନନ୍ଦରେ ବଞ୍ଚିବାର ସୂତ୍ର ଧରାଇବା ଲାଗି ତା’ର ଦ୍ବାରରେ ପହଞ୍ଚିବାକୁ ନିର୍ଦ୍ଦେଶ ଦେଇଥିଲେ ସେ। ସମାଜର ସବୁବର୍ଗର ମଣିଷ ଶ୍ରୀଶ୍ରୀଠାକୁରଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ଆଚାର୍ଯ୍ୟଦେବଙ୍କ ମାର୍ଗଦର୍ଶନ ମାଧ୍ୟମରେ ସର୍ବସମସ୍ୟାର ସମାଧାନ ପାଇପାରୁଥିଲେ।

KNews Bureau

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି ବାହାରକୁ ଯାତ୍ରା କରିବେ ଏବଂ ପରିବାର ସହ ଖୁସିର ସମୟ କାଟିବେ

ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…

18 mins ago

ଚାଇଲ୍ଡ ଲାଇନ କର୍ମଚାଚାରୀଙ୍କ ଉପରେ ଆକ୍ରମଣ ଅଭିଯୋଗ

 ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…

1 hour ago

ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ

 ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…

2 hours ago

ତୁଟିଲା ବିବାଦ, ଆଜି ବାରିପଦା ବସଷ୍ଟାଣ୍ଡରୁ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ

ମୟୁରଭଞ୍ଜ : ତୁଟିଲା ବିବାଦ ।  ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…

2 hours ago

ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ

କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…

3 hours ago

ଅଜଣା ରୋଗରେ ଆକ୍ରାନ୍ତ ହୋଇ ବିଛଣାରେ ପଡ଼ି ରହିଛି ୩୫ ବର୍ଷୀୟ ପୁଅ

ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…

4 hours ago