କେନ୍ୟୁଜ୍ : ନୌସେନାର ନୂଆ ମୁଖ୍ୟ ହେଲେ ଆଡମିରାଲ କରମ୍ବୀର ସିଂହ । ୨୪ ତମ ନୌସେନା ଅଧ୍ୟକ୍ଷ ଭାବେ ସେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି । ନୌସେନା ମୁଖ୍ୟ ଥିବା ସୁନୀଲ ଲାମ୍ବାଙ୍କ କାର୍ଯ୍ୟକାଳ ଆଜି ଶେଷ ହୋଇଛି । ସୁନୀଲ ଲାମ୍ବା ଆଡମିରାଲ ସିଂହଙ୍କୁ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି । ଦାୟିତ୍ୱ ନେବା ପରେ ଆଡମିରାଲ ସିଂହ କହିଛନ୍ତି, ନୌସନା ପାଖରେ ଏକ ଠୋସ୍ ଆଧାର ରହିଛି, ଏହା ଏକ ନୂତନ ସ୍ତରରେ ପହଞ୍ଚିଛି । ଏହି ପ୍ରୟାସକୁ ଜାରି ରଖିବେ ବୋଲି କହିଛନ୍ତି କରମ୍ବୀର ସିଂହ । ପଞ୍ଜାବର ଖଡକ୍ୱାସାଲା ନେସନାଲ ଡିଫେନ୍ସ ଏକାଡେମୀରୁ ଉତ୍ତୀର୍ଣ୍ଣ ହେବା ପରେ ୧୯୮୦ରେ ସେ ନୌସେନାରେ ଯୋଗଦେଇଥିଲେ । ନିଜ ଚାକିରି କାଳ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ତୁଲାଇଛନ୍ତି ।
ଭୁବନେଶ୍ୱର: ଅବସରପ୍ରାପ୍ତ ଅତିଥି ଶିକ୍ଷକ ପାଠ ପଢ଼ାଇବେ। ସେମାନଙ୍କ ସହ ଏଗ୍ରିମେଣ୍ଟ ହେବ, ଅଧିକ ଆଲୋଚନା ହୋଇ ନିଯୁକ୍ତି ଦିଆଯିବ।…
କୋରାପୁଟ : ଦୁଇ ନକଲି ନକ୍ସଲ ଗିରଫ । ଜୟପୁର ସଦର ଥାନା ଓ ବୈପାରିଗୁଡା ପୋଲିସର ମିଳିତ ଉଦ୍ୟମରେ…
ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…
ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…
କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…
ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…