ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ, ବିମାନରେ ଥିଲେ ୩୦୦ ଯାତ୍ରୀ

ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ । ଆମେରିକା- ଦିଲ୍ଲୀ ଏୟାର ଇଣ୍ଡିଆର ବୋଇଂ ୭୭୭ ବିମାନ ଯାନ୍ତ୍ରିକ ତ୍ରୁଟି ଯୋଗୁ ଜରୁରୀ ଅବତରଣ କରିଥିଲା। ବିମାନରେ ପାଖାପାଖି ୩୦୦ ଯାତ୍ରୀ ଥିଲେ ।

ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ । ସ୍ୱିଡେନର ଷ୍ଟକହୋଲ୍ମ ଏୟାରପୋର୍ଟରେ ଜରୁରୀ ଅବତରଣ କରିଛି ଆମେରିକା-ଦିଲ୍ଲୀ ଏୟାର ଇଣ୍ଡିଆ ବିମାନ । ଏୟାର ଇଣ୍ଡିଆର ବୋଇଂ ୭୭୭ ବିମାନ ଯାନ୍ତ୍ରିକ ତ୍ରୁଟି ଯୋଗୁ ଜରୁରୀ ଅବତରଣ କରିଛି । ଏୟାରକ୍ରାଫ୍ଟର ଇଞ୍ଜିନରୁ ତୈଳ ଲିକ୍ ହୋଇଛି । ଇଞ୍ଜିନର ଯାଞ୍ଚ ଚାଲିଛି । ବିମାନରେ ଥିଲେ ୩୦୦ ଯାତ୍ରୀ । ସମସ୍ତ ଯାତ୍ରୀ ସୁରକ୍ଷିତ ଅଛନ୍ତି । ଏନେଇ ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ସମସ୍ତ ଯାତ୍ରୀଙ୍କୁ ଅନ୍ୟ ଏକ ବିମାନ ଯୋଗେ ଦିଲ୍ଲୀ ପଠାଇବା ପାଇଁ ପ୍ରସ୍ତୁତି ଚାଲିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.