Below header

ଅମିତ ଶାହଙ୍କୁ କରୋନା, ଟ୍ଵିଟ କରି ଦେଲେ ସୂଚନା

କରୋନା କବଳରେ ଫସିଗଲେ ଗୃହମନ୍ତ୍ରୀ ଅମିତ ଶାହ। ଏ ସଂପର୍କରେ ସେ ନିଜେ ଟ୍ଵିଟ କରି ସୂଚନା ଦେଇଛନ୍ତି । ଟ୍ଵିଟରରେ ସୂଚନା ଅନୁଯାୟୀ, କରୋନାର ପ୍ରାରମ୍ଭିକ ଲକ୍ଷଣ ଦେଖାଯିବା ପରେ ସେ ଟେଷ୍ଟ କରିଥିଲେ । ଟେଷ୍ଟରୁ ସେ କରୋନା ପଜିଟିଭ ଥିବା ଜଣାପଡ଼ିଛି ।

ତେବେ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଠିକ ଅଛି, କିନ୍ତୁ ଡାକ୍ତରଙ୍କ ପରାମର୍ଶକ୍ରମେ ସେ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି ।  କରୋନା ପଜିଟିଭି ଚିହ୍ନଟ ହେବା ପରେ ଗୁରୁଗ୍ରାମର ମେଦାନ୍ତା ହସପିଟାଲରେ ଭର୍ତ୍ତି ହୋଇଛନ୍ତି। ଗତ କିଛି ଦିନ ଧରି ତାଙ୍କ ସଂପର୍କରେ ଆସିଥିବା ଲୋକମାନେ ସଙ୍ଗରୋଧରେ ରହିବା ସହ ଟେଷ୍ଟ କରିବାକୁ ସେ ଅନୁରୋଧ କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.