Below header

ନାଗରିକତା ସଂଶୋଧନ ଆଇନ ବିରୋଧରେ ବିକ୍ଷୋଭ ଉଗ୍ରରୂପ, ଆଲିଗଡ଼ ମୁସଲିମ ବିଶ୍ୱ ବିଦ୍ୟାଳୟ ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା

ଆଲିଗଡ଼: ଆଲିଗଡ଼ ମୁସଲିମ ବିଶ୍ୱ ବିଦ୍ୟାଳୟକୁ ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ବନ୍ଦ କରାଯାଇଛି। ନାଗରିକତା ସଂଶୋଧନ ଆଇନ ବିରୋଧରେ ବିକ୍ଷୋଭ ଉଗ୍ରରୂପ ଧାରଣ କରିବା ପରେ ବିଶ୍ୱବିଦ୍ୟାଳୟକୁ ବନ୍ଦ କରାଯାଇଛି। ଗତକାଲି ବିଶ୍ୱବିଦ୍ୟାଳୟ ବାହାରେ, ପୋଲିସ ଉପରକୁ ପଥର ମାଡ ହୋଇଥିଲା। ଏହାପରେ ପୋଲିସ ଲୁହବୁହା ଗ୍ୟାସ ବ୍ୟବହାର କରିଥିଲା। ଉତ୍ତେଜନାକୁ ଦେଖି ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଆଜିଠାରୁ ଶୀତକାଳୀନ ଛୁଟି ଘୋଷଣା କରିଛନ୍ତି। ଜାନୁଆରୀ ୫ରେ ବିଶ୍ୱବିଦ୍ୟାଳୟ ଖୋଲିବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.