ଦେଶ ବିଦେଶ

କୁନୋ ଜାତୀୟ ଉଦ୍ୟାନରୁ ବାହାରି ଗାଁରେ ପଶିଲା ଆଫ୍ରିକୀୟ ଚିତା: ଜଙ୍ଗଲକୁ ଫେରାଇ ଆଣିବାକୁ ବନବିଭାଗର ଉଦ୍ୟମ

ନୂଆଦିଲ୍ଲୀ : ଗାଁରେ ପଶିଲା ଆଫ୍ରିକୀୟ ଚିତା। ମଧ୍ୟପ୍ରଦେଶର କୁନୋ ଜାତୀୟ ଅଭୟାରଣ୍ୟରୁ ଚିତା ବାଘ ବାହାରି ନିକଟ ଗାଁରେ ପଶିଛି। ନାମ୍ବିଆରୁ ଆସିଥିବା ଚିତା ଓବାନ ବିଜୟପୁରୀର ଝାର ବରୋଦା ଗାଁର ଏକ କ୍ଷେତରେ ପଶି ରହିଛି। କୁନୋ ଜାତୀୟ ଅଭୟାରଣ୍ୟର ୨୦ କିମି ଦୂରରେ ରହିଛି ଝାର ବରୋଦା ଗାଁ। ଚିତାକୁ କାବୁ କରି ପୁଣି ଅଭୟାରଣ୍ୟକୁ ଫେରାଇ ଆଣିବାକୁ ଗାଁରେ ବନବିଭାଗ ଦଳ ପହଞ୍ଚିଛି। ସେପଟେ ଗାଁରେ ଚିତା ପଶିବା ଖବର ଜଣାପଡ଼ିବା ପରେ ଝାର ବରୋଦାରେ ହଇଚଇ ସୃଷ୍ଟି ହୋଇଛି।

ଏହି ଚିତାର ନାଁ ଓବାନ୍ ବୋଲି କୁହାଯାଉଛି, ଯାହାକୁ ସେପ୍ଟେମ୍ବର ୨୦୨୨ରେ ନାମ୍ବିଆରୁ ଭାରତକୁ ଅଣାଯାଇଥିଲା । ଫେବ୍ରୁଆରି ମାସରେ, ଏହି ଚିତାଗୁଡିକୁ ବଡ଼ ଏନକ୍ଲୋଜରରୁ ବାହାର କରି ଜଙ୍ଗଲକୁ ଛାଡି ଦିଆଯାଇଥିଲା । ଏବେ ଜଙ୍ଗଲରୁ ଚିତାଟି ଗାଁକୁ ଚାଲିଯାଇଥିବା ଜଣାପଡ଼ିଛି । ଚିତାକୁ ଘଉଡାଇବା ପାଇଁ ଗ୍ରାମବାସୀ ଲାଠି ଧରି ଜଗିଥିବା ବେଳେ ବନବିଭାଗର ଟିମ୍ ଘଟଣାସ୍ଥଳରେ ପହଞ୍ଚି ‌ସର୍ଚ୍ଚ ଅପରେସନ ଆରମ୍ଭ କରିଛନ୍ତି ।

Barsha

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି ବାହାରକୁ ଯାତ୍ରା କରିବେ ଏବଂ ପରିବାର ସହ ଖୁସିର ସମୟ କାଟିବେ

ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…

1 hour ago

ଚାଇଲ୍ଡ ଲାଇନ କର୍ମଚାଚାରୀଙ୍କ ଉପରେ ଆକ୍ରମଣ ଅଭିଯୋଗ

 ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…

2 hours ago

ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ

 ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…

3 hours ago

ତୁଟିଲା ବିବାଦ, ଆଜି ବାରିପଦା ବସଷ୍ଟାଣ୍ଡରୁ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ

ମୟୁରଭଞ୍ଜ : ତୁଟିଲା ବିବାଦ ।  ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…

3 hours ago

ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ

କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…

4 hours ago

ଅଜଣା ରୋଗରେ ଆକ୍ରାନ୍ତ ହୋଇ ବିଛଣାରେ ପଡ଼ି ରହିଛି ୩୫ ବର୍ଷୀୟ ପୁଅ

ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…

5 hours ago