ଅରବିନ୍ଦ କେଜ୍ରିଓ୍ଵାଲଙ୍କ ନ୍ୟାୟିକ ହେପାଜତ ଅଗଷ୍ଟ ୨୦କୁ ବୃଦ୍ଧି

ମଦ ଦୁର୍ନୀତି ସହ ଜଡ଼ିତ ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟ୍‌କା ମିଳିଛି । ଦିଲ୍ଲୀର ରାଉସ୍‌ ଆଭେନ୍ୟୁ କୋର୍ଟ ସିଏମ୍‌ କେଜ୍ରିୱାଲଙ୍କ ନ୍ୟାୟିକ ହେପାଜତକୁ ଅଗଷ୍ଟ ୨୦ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । ତାଙ୍କୁ ତିହାର ଜେଲରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ହାଜର କରାଯାଇଥିଲା । ଅରବିନ୍ଦ କେଜ୍ରିୱାଲ ଦୀର୍ଘ ଦିନ ଧରି ତିହାର ଜେଲରେ ଅଛନ୍ତି ।

୨୦୨୪ ଲୋକସଭା ନିର୍ବାଚନ ସମୟରେ ପ୍ରଚାର କରିବା ପାଇଁ କୋର୍ଟ କେଜ୍ରିୱାଲଙ୍କୁ ଜାମିନ ପ୍ରଦାନ କରିଥିଲେ । ଦିଲ୍ଲୀରେ ନିର୍ବାଚନ ପ୍ରଚାର ଶେଷ ହେବା ପରେ କେଜ୍ରିୱାଲ ପୁଣି ଜେଲ୍‌କୁ ଫେରିଛନ୍ତି ।

ଦିଲ୍ଲୀ ହାଇକୋର୍ଟ କେଜ୍ରିୱାଲଙ୍କ ଜାମିନ ଆବେଦନକୁ ମଧ୍ୟ ଖାରଜ କରିଦେଇଛନ୍ତି । ବର୍ତ୍ତମାନ କେଜ୍ରିୱାଲ ହାଇକୋର୍ଟଙ୍କ ଆଦେଶ ବିରୋଧରେ ସୁପ୍ରିମକୋର୍ଟଙ୍କ ନିକଟକୁ ଯିବେ । ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଏବେ ସେ ଜେଲରୁ ବାହାରି ପାରିବେ ନାହିଁ । ସିବିଆଇ ଗିରଫ ମାମଲାରେ କରିଥିବା ଆବେଦନକୁ କୋର୍ଟ ଖାରଜ କରିଦେଇଛନ୍ତି ।

ଏହା ସହିତ କେଜ୍ରିୱାଲଙ୍କ ଅନ୍ତରୀଣ ଜାମିନ ଆବେଦନକୁ ମଧ୍ୟ କୋର୍ଟ ଖାରଜ କରିଛନ୍ତି । ଜାମିନ ପାଇଁ ନିମ୍ନ ଅଦାଲତକୁ ଯିବାକୁ ହାଇକୋର୍ଟ କହିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.