ଦେଶ ବିଦେଶ

ଆଜି ରାମଲୀଳା ମୈଦାନରେ ତୃତୀୟ ଥର ପାଇଁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଅରବିନ୍ଦ କେଜ୍ରିଓ୍ଵାଲ

ନୂଆଦିଲ୍ଲୀ (କେନ୍ୟୁଜ୍) : ଆଜି ରାମଲୀଳା ମୈଦାନରେ ତୃତୀୟ ଥର ପାଇଁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଅରବିନ୍ଦ କେଜ୍ରିଓ୍ଵାଲ। ଶପଥ ଗ୍ରହଣ ଉତ୍ସବ ପାଇଁ ରାମଲୀଲା ମୈଦାନରେ ବ୍ୟାପକ ପ୍ରସ୍ତୁତି ଚାଲିଛି। ଆମ୍‌ ଆଦ୍‌ମୀ ହେବେ ଆମ୍‌ ଆଦ୍‌ମୀ ପାର୍ଟି ମୁଖ୍ୟଙ୍କ ଅତିଥି। କେଜ୍ରିଓ୍ଵାଲଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେ ସାଧାରଣ ଲୋକ। ଖାଲି ଯୋଗ ଦେବେନି, ମୁଖ୍ୟମନ୍ତ୍ରୀଙ୍କ ସହ ମଞ୍ଚରେ ବସିବେ। ଶିକ୍ଷକ, ପ୍ରିନସିପାଲ, ସ୍କୁଲ ପିଅନ, ଛାତ୍ର, ମୋହଲ୍ଲା କ୍ଲିନିକ୍‌ ଡାକ୍ତର, ବାଇକ୍‌ ଆମ୍ବୁଲାନ୍ସ ଡ୍ରାଇଭରଙ୍କ ଭଳି ଲୋକ ନିମନ୍ତ୍ରଣ କରିଛନ୍ତି କେଜ୍ରିଓ୍ଵାଲ। ପ୍ରାୟ ୫୦ ଜଣ ସାଧାରଣ ଲୋକ କେଜ୍ରିଓ୍ଵାଲଙ୍କ ସହ ଷ୍ଟେଜ୍‌ରେ ବସିବେ।

ଶପଥ ଗ୍ରହଣ ଉତ୍ସବରେ ଦିଲ୍ଲୀ ବାହାରର କୌଣସି ନେତାଙ୍କୁ ଡକରାଯାଇନଥିବା ପୂର୍ବରୁ ଆପ୍‌ ସ୍ପଷ୍ଟ କରି ସାରିଛି। ତେବେ ବେବି ମଫଲରମ୍ୟାନ ସ୍ୱତନ୍ତ୍ର ଅତିଥି ଭାବେ ନିମନ୍ତ୍ରିତ ହୋଇଛନ୍ତି। ଅନ୍ୟପଟେ କ୍ୟାବିନେଟ ମନ୍ତ୍ରୀମାନଙ୍କୁ ନୈଶ ଭୋଜନ ପାଇଁ ଡାକିଛନ୍ତି କେଜ୍ରିଓ୍ଵାଲ। ଦିଲ୍ଲୀକୁ କିପରି ବିଶ୍ୱସ୍ତରୀୟ ସହରରେ ପରିଣତ କରାଯିବ ସେଥିପାଇଁ ରୋଡ୍‌ମ୍ୟାପ୍‌ ପ୍ରସ୍ତୁତ କରିବା ସହ ମନ୍ତ୍ରୀ ମାନଙ୍କୁ ଆସନ୍ତା ୩ ମାସ ପାଇଁ ଟାସ୍କ ଦେବେ କେଜ୍ରିଓ୍ଵାଲ। ଶୁକ୍ରବାର ରାଷ୍ଟ୍ରପତି ରାମନାଥ କୋବିନ୍ଦ ବିଧିବଦ୍ଧ ଭାବେ କେଜ୍ରିଓ୍ଵାଲଙ୍କୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ନିଯୁକ୍ତ କରିଛନ୍ତି।

Pritiparna

Recent Posts

ସ୍କୁଲରେ ପାଠ ପଢ଼ାଇବେ ଅବସରପ୍ରାପ୍ତ ଅତିଥି ଶିକ୍ଷକ

ଭୁବନେଶ୍ୱର: ଅବସରପ୍ରାପ୍ତ ଅତିଥି ଶିକ୍ଷକ ପାଠ ପଢ଼ାଇବେ। ସେମାନଙ୍କ ସହ ଏଗ୍ରିମେଣ୍ଟ ହେବ, ଅଧିକ ଆଲୋଚନା ହୋଇ ନିଯୁକ୍ତି ଦିଆଯିବ।…

5 mins ago

୨ ନକଲି ନକ୍ସଲ ଗିରଫ, ଜୟପୁର ଏସଡିପିଓଙ୍କ ସୂଚନା

କୋରାପୁଟ : ଦୁଇ ନକଲି ନକ୍ସଲ ଗିରଫ । ଜୟପୁର ସଦର ଥାନା ଓ ବୈପାରିଗୁଡା ପୋଲିସର ମିଳିତ ଉଦ୍ୟମରେ…

20 mins ago

ଦିଲ୍ଲୀ ଯିବା ପୂର୍ବରୁ କୃଷି ମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା ବୈଠକ

ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

37 mins ago

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ହାତ ମିଳାଇଲେ ରାହୁଲ ଗାନ୍ଧି, ସଂସଦରେ ସମସ୍ତଙ୍କ ଧ୍ୟାନ ଆକର୍ଷିତ କଲା ଦୃଶ୍ୟ

ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…

49 mins ago

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

58 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

1 hour ago