ଆଜି ସରୁଛି କେଜ୍ରିଓ୍ଵାଲଙ୍କ ରିମାଣ୍ଡ, ପୁଣି ରିମାଣ୍ଡରେ ନେବାକୁ ଆବେଦନ କରିପାରେ ଇଡି

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ରିମାଣ୍ଡ ଆଜି ସରୁଛି । ଗିରଫ ପରେ ଇଡି ତାଙ୍କୁ ୭ ଦିନିଆ ରିମାଣ୍ଡରେ ନେଇଥିଲା । ତେବେ ଆଜି ରିମାଣ୍ଡ ଅବଧି ଶେଷ ହେଉଥିବାରୁ ପୁଣିଥରେ ତାଙ୍କୁ ରିମାଣ୍ଡରେ ନେବା ପାଇଁ ଇଡି ଆବେଦନ କରିପାରେ ।

ଦିଲ୍ଲୀ ମଦ ନୀତି ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ରିମାଣ୍ଡ ଆଜି ସରୁଛି । ଗିରଫ ପରେ ଇଡି ତାଙ୍କୁ ୭ ଦିନିଆ ରିମାଣ୍ଡରେ ନେଇଥିଲା । ତେବେ ଆଜି ରିମାଣ୍ଡ ଅବଧି ଶେଷ ହେଉଥିବାରୁ ପୁଣିଥରେ ତାଙ୍କୁ ରିମାଣ୍ଡରେ ନେବା ପାଇଁ ଇଡି ଆବେଦନ କରିପାରେ । ଆଜି ତାଙ୍କୁ ରାଉସ ଆଭେନ୍ୟୁ କୋର୍ଟରେ ହାଜର କରାଯିବ । ତେଣୁ ପୋଲିସ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରିଛି ।

ସେପଟେ ଜାମିନ ପାଇଁ କେଜ୍ରିୱାଲ ଦିଲ୍ଲୀ ହାଇକୋର୍ଟରେ କରିଥିବା ଆବେଦନ ଉପରେ ତାଙ୍କୁ କୌଣସି ପ୍ରକାରର ଆଶ୍ୱସ୍ତି ମିଳିନାହିଁ । ସେ ଇଡିର ଗିରଫଦାରୀ ଓ ରିମାଣ୍ଡକୁ ବେଆଇନ ଦର୍ଶାଇ ଦିଲ୍ଲୀ ହାଇକୋର୍ଟରେ ଆବେଦନ କରିଥିଲେ । କିନ୍ତୁ କୋର୍ଟ ତାଙ୍କୁ ଆଶ୍ୱସ୍ତି ଦେଇ ନାହାନ୍ତି । ଏପ୍ରିଲ ୩ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ।

ସୂଚନାଯୋଗ୍ୟ, ଅରବିନ୍ଦ କେଜ୍ରିଓ୍ଵାଲ ଦିଲ୍ଲୀର ଅବକାରୀ ନୀତି ସହିତ ଜଡିତ ମନି ଲଣ୍ଡ୍ରିଂ ମାମଲାରେ ଇଡି ଗତ ସପ୍ତାହରେ ତାଙ୍କୁ ଗିରଫ କରିଥିଲା । ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଇଡି କଷ୍ଟଡିରେ ଅରବିନ୍ଦ କେଜ୍ରିୱାଲଙ୍କ ଦେହ ଖରାପ ହୋଇଥିଲା  । ତାଙ୍କ ସୁଗାର ଲେବଲ ୪୬କୁ ହ୍ରାସ ପାଇଥିଲା  । ତେବେ ଏହାକୁ ନେଇ ମୁଖ୍ୟମନ୍ତ୍ରୀ କୋର୍ଟରେ ଅପିଲ କରିଛନ୍ତି । ଏହି ମାମଲାରେ ପୂର୍ବରୁ ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ, ସାଂସଦ ସଂଜୟ ସିଂ ସମେତ ଅନେକ ଲୋକ ଗିରଫ ହୋଇସାରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.