ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଭଜନଲାଲ ଶର୍ମା: ସାମିଲ ହେଲେ ପ୍ରଧାନମନ୍ତ୍ରୀ ମୋଦି, ଶାହା, ଜେପି ନଡ୍ଡା

  ଶପଥ ନେଲେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ । ରାଜସ୍ଥାନରେ ଆରମ୍ଭ ହେଲା ଭଜନଲାଲ ସରକାର।ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମାଙ୍କ ସହ ଦୀୟା କୁମାରୀ ଓ ପ୍ରେମଚାନ୍ଦ ବୈରୱା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ରାଜ୍ୟପାଳ କାଲରାଜ ମିଶ୍ର ଶପଥ ପାଠ କରାଇଲେ ।

ନୂଆଦିଲ୍ଲୀ :  ଶପଥ ନେଲେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ । ରାଜସ୍ଥାନରେ ଆରମ୍ଭ ହେଲା ଭଜନଲାଲ ସରକାର। ଜୟପୁରର ରାମ ନିବାସ ବାଗରେ ସକାଳ ୧୧ଟା ୧୫ ମିନିଟରେ ଶପଥ ସମାରୋହ ଆୟୋଜିତ ହୋଥିଲା । ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମାଙ୍କ ସହ ଦୀୟା କୁମାରୀ ଓ ପ୍ରେମଚାନ୍ଦ ବୈରୱା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ରାଜ୍ୟପାଳ କାଲରାଜ ମିଶ୍ର ଶପଥ ପାଠ କରାଇଲେ ।

ରାଜସ୍ଥାନ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ସମେତ ଅନ୍ୟ ବରିଷ୍ଠ କେନ୍ଦ୍ରୀୟ ନେତୃବୃନ୍ଦ ମଧ୍ୟ ସାମିଲ ହୋଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ପାଇଁ ଜୟପୁର ସମେତ ରାଜସ୍ଥାନର ବିଭିନ୍ନ ସ୍ଥାନରେ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡାକଡି କରାଯାଇଛି ।

ଭଜନଲାଲ ବ୍ରାହ୍ମଣ ସଂପ୍ରଦାୟରୁ ପ୍ରତିନିଧିତ୍ୱ କରୁଛନ୍ତି। ବିଧାୟକ ଦଳ ନେତା ନିର୍ବାଚିତ ହେବା ପରେ ଭଜନଲାଲ ଶର୍ମା ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ ଲାଗି ଦାବି ଜଣାଇଥିଲେ । ୫୬ ବର୍ଷୀୟ ଭଜନଲାଲ ଶର୍ମାଙ୍କ ଘର ରାଜସ୍ଥାନର ଭରତପୁରରେ। ସେ ସାଙ୍ଗାନେର ବିଧାନସଭା ଆସନରୁ ବିଜୟୀ ହୋଇଛନ୍ତି। ସେ ଏଥର ପ୍ରଥମ ଥର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି। ଚଳିତ ନିର୍ବାଚନରେ ଭଜନଲାଲ ଶର୍ମାଙ୍କୁ ୧,୪୫,୧୬୨ ଖଣ୍ଡ ଭୋଟ ମିଳିଛି। ଫଳରେ ସେ ନିକଟ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ପୁଷ୍ପେନ୍ଦ୍ର ଭରଦ୍ୱାଜଙ୍କୁ ୪୮,୦୮୧ ଖଣ୍ଡ ଭୋଟରେ ପରାସ୍ତ କରିଛନ୍ତି।

 

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.