ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟିଲେ ଓଡ଼ିଶାର ସମସ୍ତ ବିଜେପି ସାଂସଦ

କେନ୍ୟୁଜ୍(ବ୍ୟୁରୋ):  ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟିଲେ ଓଡ଼ିଶାର ସମସ୍ତ ବିଜେପି ସାଂସଦ । କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ବିଜେପି ସାଂସଦମାନେ ରେଳ ମନ୍ତ୍ରୀଙ୍କୁ ଭେଟି ରାଜ୍ୟର ବିଭିନ୍ନ ରେଳ ପ୍ରକଳ୍ପ ପ୍ରସଙ୍ଗରେ ଆଲୋଚନା କରିଛନ୍ତି । ବିଜେପି ସାଂସଦଙ୍କ ସହ ଉପସ୍ଥିତ ଥିଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସାଂସଦ ପ୍ରତାପ ଷଡଙ୍ଗୀ ।

railway minister 1

ରାଜ୍ୟରେ ଜାରି ରହିଥିବା ରେଳବାଇର ବିଭିନ୍ନ ପ୍ରକଳ୍ପ ସଂପର୍କରେ ଆଲୋଚନା ହୋଇଛି । ପୂର୍ବ ଭାରତରୁ ଦେଶର ଉଦୟ ନେଇ ପ୍ରଧାନମନ୍ତ୍ରୀଙ୍କ ଆଶାକୁ ସଫଳ କରାଯିବ ବୋଲି କହିଛନ୍ତି ଅଶ୍ୱିନୀ ବୈଷ୍ଣବ। ରେଳବାଇ ସହ ରାଜ୍ୟର ସାମଗ୍ରିକ ବିକାଶ ଉପରେ ଗୁରୁତ୍ୱ ଦିଆଯିବ ବୋଲି ସେ କହିଛନ୍ତି। ଖୁବ ଶୀଘ୍ର ଓଡ଼ିଶା ଆସି ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ନେଇ ଅନୁଧ୍ୟାନ କରିବେ ବୋଲି କହିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.