ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାର ତଦନ୍ତ କରିବ CBI, ନିର୍ଦ୍ଦେଶ ଦେଲେ କୋଲକାତା ହାଇକୋର୍ଟ

କୋଲକାତାରେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଆଜି ହାଇକୋର୍ଟରେ ଶୁଣାଣି ହୋଇଛି । ସିବିଆଇ ଏହି ମାମଲାର ତଦନ୍ତ କରିବ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ମାମଲା ସହିତ ଜଡ଼ିତ ସିସିଟିଭି ଫୁଟେଜ୍‌ ଏବଂ ସମସ୍ତ ବୟାନ ଆସନ୍ତାକାଲି ସକାଳ ୧୦ ସୁଦ୍ଧା ହସ୍ତାନ୍ତର କରିବାକୁ କୋର୍ଟ ଆଦେଶ ଦେଇଛନ୍ତି ।

କୋଲକାତା ଆର.ଜି. କର ମେଡିକାଲ କଲେଜ ହସ୍ପିଟାଲର ଟ୍ରେନି ଡାକ୍ତରାଣୀଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଆନ୍ଦୋଳନ ବଢିବାରେ ଲାଗିଛି । ଏପଟେ ଘଟଣାକୁ ନେଇ ସୃଷ୍ଟି ହୋଇଥିବା ଉତ୍ତେଜନା ଥମିବାର ନାଁ ଧରୁ ନ ଥିବାବେଳେ ମୃତ ଡାକ୍ତରାଣୀଙ୍କ ବ୍ୟବଚ୍ଛେଦ ରିପୋର୍ଟ ଆସିଛି । ଟ୍ରେନି ଡାକ୍ତରାଣୀଙ୍କୁ ଅଭିଯୁକ୍ତ ଅତି ନିର୍ମମ ଭାବେ ପିଟିବା ପରେ ତାଙ୍କ ସହ ଦୁଷ୍କର୍ମ କରିଥିଲା । ଏହାପରେ ତଣ୍ଟି ଚିପି ହତ୍ୟା କରିଥିବା ବ୍ୟବଚ୍ଛେଦ ରିପୋର୍ଟରୁ ସ୍ପଷ୍ଟ ହୋଇଛି ।

ସୂଚନାଯୋଗ୍ୟ, ଗତ ୯ ତାରିଖରେ ହସ୍ପିଟାଲରେ ଟ୍ରେନି ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିଲା । ଏହାକୁ ନେଇ ସାରା ଦେଶରେ ଡାକ୍ତରମାନେ ଆନ୍ଦୋଳନ କରୁଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.