ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ପଡ଼ୋଶୀ ରାଷ୍ଟ୍ର ନେତାଙ୍କ ସହ ସେଲିବ୍ରିଟି ଓ ଶିଳ୍ପପତିଙ୍କ ଗହଳି, ଶାହାରୁଖ, ରଜନୀକାନ୍ତ, ଅକ୍ଷୟ,ଅମ୍ବାନୀ ଓ ଆଦାନୀ

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ସେଲିବ୍ରିଟିଙ୍କ ଗହଳି। ଶାହାରୁଖ ଖାନ, ରଜନୀକାନ୍ତ, ଅକ୍ଷୟ କୁମାର ସାମିଲ ହୋଇଥିଲେ। ଅନୀଲ କପୁର, ବିକ୍ରମ ମାସେ ଓ ରାଜକୁମାର ହିରାନିଙ୍କୁ ଶପଥ ଗ୍ରହଣ ସମାରୋହରେ ଦେଖିବାକୁ ମିଳିଛି। ଅତିଥିଙ୍କ ଗହଣରେ ଅଭିନେତ୍ରୀ ରବିନା ଟଣ୍ଡନ ବସିଥିଲେ। ସେହିଭଳି ବିଶିଷ୍ଟ ଶିଳ୍ପପତି ମୁକେଶ ଅମ୍ବାନୀ, ତାଙ୍କ ପୁଅ ଅନନ୍ତ ଅମ୍ବାନୀ ଓ ଗୌତମ ଆଦାନୀ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେଇଥିଲେ।

ଭାରତର ଅନେକ ପଡ଼ୋଶୀ ରାଷ୍ଟ୍ରର ନେତାଙ୍କୁ ଶପଥ ଗ୍ରହଣ ଉତ୍ସବକୁ ନିମନ୍ତ୍ରଣ କରାଯାଇଥିଲା। ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା, ଶ୍ରୀଲଙ୍କା ରାଷ୍ଟ୍ରପତି ରାନିଲ ବିକ୍ରମାସିଂହେ, ଭୁଟାନର ପ୍ରଧାନମନ୍ତ୍ରୀ ଶେରିଙ୍ଗ ଟୋବଗେ, ସେସେଲ୍ସର ଉପରାଷ୍ଟ୍ରପତି ଅହମ୍ମଦ ଆଫିଫ, ନେପାଳର ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ ପ୍ରଚଣ୍ଡ, ମରିସସର ପ୍ରଧାନମନ୍ତ୍ରୀ ପ୍ରବିନ୍ଦ ଜଗନ୍ନାଥ ଏବଂ ମାଲଦ୍ୱୀପର ପ୍ରଧାନମନ୍ତ୍ରୀ ମହମ୍ମଦ ମୁଇଜୁ ପ୍ରମୁଖ ଯୋଗ ଦେଇଥିଲେ।

Leave A Reply

Your email address will not be published.