ଦେଶ ବିଦେଶ

କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି, ରାମମନ୍ଦିର ପ୍ରାଣ ପ୍ରତିଷ୍ଠା ଦିନ ଅଧାଦିନ ବନ୍ଦ ରହିବ ସରକାରୀ ଅଫିସ ଏବଂ ଶିକ୍ଷାନୁଷ୍ଠାନ

ରାମ ମନ୍ଦିର ଉଦ୍‌ଘାଟନ ପାଇଁ ଜୋର ସୋରରେ ପ୍ରସ୍ତୁତି ଚାଲିଛି । ଏହାରି ମଧ୍ୟରେ କେନ୍ଦ୍ର ସରକାର ଜାନୁଆରୀ ୨୨ ତାରିଖରେ ଅଧାଦିନ ଛୁଟି ପାଇଁ ଘୋଷଣା କରିଛନ୍ତି । କେନ୍ଦ୍ର ରାଜ୍ୟ ମନ୍ତ୍ରୀ ଜିତେନ୍ଦ୍ର ସିଂ କହିଛନ୍ତି, ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ ୨୨ ଜାନୁଆରୀକୁ ଅଧାଦିନ ଅର୍ଥାତ ୨.୩୦ ଯାଏ ବନ୍ଦ ରହିବ କେନ୍ଦ୍ର ସରକାରଙ୍କ ଅଫିସ, ସ୍କୁଲ, ଶିକ୍ଷାନୁଷ୍ଠାନ ।

କେନ୍ଦ୍ର ସରକାର କର୍ମଚାରୀଙ୍କୁ ଅଧାଦିନ କାମରୁ ବ୍ରେକ ମିଳିବ । ଲୋକଙ୍କ ଭାବନାକୁ ନେଇ ଏହି ନିଷ୍ପତ୍ତି ନିଆଯାଇଛି ।

ସୂଚନା ମୁତାବକ,  ଅଯୋଧ୍ୟାରେ ପ୍ରାଣ ପ୍ରତିଷ୍ଠା ହେବା ପୂର୍ବରୁ ଭଗବାନ ରାମଲାଲାଙ୍କ ପ୍ରତିମାକୁ ମନ୍ଦିର ଗର୍ଭଗୃହରେ ସ୍ଥାପନା କରାଯାଇଛି । ଗର୍ଭଗୃହରେ ଶୁଭ ମୁହୂର୍ତ୍ତ ୧.୨୦ ରୁ ୧.୨୮ ମିନିଟ ସ୍ଥାପିତ କରାଯାଇଛି । ରାମମନ୍ଦିର ପ୍ରାଣ ପ୍ରତିଷ୍ଠା ସମାରୋହ ୨୨ ଜାନୁଆରୀରେ ହେବ । ପ୍ରାଣ ପ୍ରତିଷ୍ଠାର ସମୟରେ ୧୨.୨୦ ମିନିଟରୁ ରହିଛି । ପ୍ରାଣ ପ୍ରତିଷ୍ଠା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାଷଣ ଦେବେ । ଏହି କାର୍ଯ୍ୟକ୍ରମରେ ୮ ହଜାରରୁ ଅଧିକ ଅତିଥି ଆସିବେ ।

Swagatika

Recent Posts

ସାନଖେମୁଣ୍ଡିରେ କାଳବୈଶାଖୀ ବର୍ଷା, ବଜ୍ରାଘାତରେ ଦୁଇ ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ ଗାନ୍ଧୀ ଛକରେ ବଜ୍ରାଘାତରେ ଦୁଇ ଯୁବକଙ୍କ ମୃତ୍ୟୁ…

20 mins ago

୭୨ ଘଣ୍ଟାରେ ରାଜ୍ୟରେ ଅଂଶୁଘାତ ମୃତ୍ୟୁ ୨୦, ରାଜସ୍ୱ କମିସନଙ୍କ କାର୍ଯ୍ୟାଳୟ ଦେଲା ସୂଚନା

ଗତ ୭୨ ଘଣ୍ଟାରେ ରାଜ୍ୟରେ ଅଂଶୁଘାତରେ ୨୦ଜଣଙ୍କ ମୃତ୍ୟୁ ଘଟିଛି । ଏହି ସମୟ ମଧ୍ୟରେ ୯୯ଟି ଅଂଶୁଘାତଜନିତ ମୃତ୍ୟୁ…

54 mins ago

ବର୍ଷେ ପରେ ବି ତାଜା ଅଛି ସେହି ଭୟଙ୍କର ଦୁର୍ଘଟଣାର ସ୍ମୃତି, ମନେ ପକାଉଛନ୍ତି ଗାଁ ଲୋକେ ଓ ସ୍ୱେଚ୍ଛାସେବୀ

ସେହି ରେଳ ଧାରଣା ଅଛି । ସେଇଠି ଟ୍ରେନ୍‌ ବି ଚାଲୁଛି । ତଥାପି ଗୁମୁରି ଗୁମୁରି କାନ୍ଦୁଛି ଏ…

2 hours ago

ବାହାନଗା ରେଳ ଦୁର୍ଘଟଣାକୁ ବର୍ଷେ, ମୃତକଙ୍କ ପରିବାରକୁ ସହଯୋଗ କରିଥିଲେ ଡ. ଅଚ୍ୟୁତ ସାମନ୍ତ

ବାଲେଶ୍ୱର ଜିଲ୍ଲା ବାହାନଗାଠାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାକୁ ପୂରିଛି ଏକ ବର୍ଷ । ଏଭଳି ଦୁର୍ଘଟଣାରେ ମର୍ମାହତ ହୋଇ…

2 hours ago

କାମ ସାରି ଗଛ ମୂଳେ ବିଶ୍ରାମ ନେଉଥିଲେ, ହଠାତ୍‌ ମାରିଲା ବିଜୁଳି ଚାଲିଗଲା ୨ ଯୁବକଙ୍କ ଜୀବନ

ଗଞ୍ଜାମ : ପ୍ରବଳ ଗ୍ରୀଷ୍ମ ପ୍ରବାହ ଲାଗିରହିଛି । ଅସହ୍ୟ ଗରମ ଗୁଳୁଗୁଳିରେ ଛଟପଟ ହେଉଛନ୍ତି ପୁରା ଓଡ଼ିଶାବାସୀ ।…

2 hours ago

ପୁରୀ ବାଣ ବିସ୍ଫୋରଣ ଦୁର୍ଘଟଣା, ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି

ପୁରୀ : ପୁରୀ ବାଣ ବିସ୍ଫୋରଣ ଘଟଣାରେ ବଢିଲା ମୃତ୍ୟୁ ସଂଖ୍ୟା । ଆଉ ୨ଜଣଙ୍କ ମୃତ୍ୟୁ ପରେ ମୃତ୍ୟୁ…

3 hours ago